ସ୍କୁଲରେ ଛାତ୍ରଙ୍କୁ ତାଲା ପକାଇବା ଘଟଣା: ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଡିଇଓଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର/ବାଲେଶ୍ୱର ଅଫିସ,୧୨।୯ (ବ୍ୟୁରୋ): ବାଲେଶ୍ୱର ସହର ମଠସାହି ମହାବୀର ନୋଡାଲ ସ୍କୁଲରେ ପ୍ରଥମ ଶ୍ରେଣୀ ଛାତ୍ରଙ୍କୁ ତାଲା ପକାଇ ପଳାଇବା ଘଟଣାରେ ସ୍କୁଲ ଓ ଗଣଶିକ୍ଷା ବିଭାଗ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଡିଇଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହାପରେ ଏକ ଟିମ୍‌ ସ୍କୁଲରେ ପହଞ୍ଚି ପଚରାଉଚରା କରିଥିବା ଜଣାପଡ଼ିଛି। ତେବେ ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଡିଇଓ କହିଛନ୍ତି।

ପ୍ରକାଶଯୋଗ୍ୟ, ବୁଧବାର ସ୍କୁଲ ଛୁଟି ହେବାର କିଛି ସମୟ ପୂର୍ବରୁ ଛାତ୍ରଜଣଙ୍କ ପାଇଖାନା ଯାଇଥିଲେ। ସେ ପାଇଖାନାରେ ଥିବା ବେଳେ ସ୍କୁଲ ଛୁଟି ହୋଇଯାଇଥିଲା। କ୍ଲାସରୁମ୍‌ରେ ତାଙ୍କ ବ୍ୟାଗ୍‌ ଥିଲେ ହେଁ ପିଅନ ତାହା ନ ଦେଖି ତାଲା ପକାଇ ଦେଇଥିଲେ। ଏପରିକି ସ୍କୁଲ ଗେଟ୍‌ରେ ମଧ୍ୟ ତାଲା ପକାଇ ଶିକ୍ଷକ ଓ ପିଅନ ପଳାଇଥିଲେ। ପାଇଖାନାରୁ ବାହାରିବା ପରେ ଗେଟ୍‌ରେ ତାଲା ପଡ଼ିଥିବା ଦେଖି ପିଲାଟି କାନ୍ଦିଥିଲା। ଏହା ଶୁଣି ଗାଁ ଲୋକେ ପିଅନକୁ ଡାକିଥିଲେ। ଶେଷରେ ପିଅନ ଯାଇ ତାଲା ଖୋଲି ପିଲାଟିକୁ ବାହାର କରିଥିଲେ। ଏନେଇ ପଚରାଯିବାରେ ପ୍ରଧାନଶିକ୍ଷୟିତ୍ରୀ କହିଛନ୍ତି, ପ୍ରତିଦିନ ୨ ଜଣ ପିଲାଙ୍କୁ ତାଲା ପକାଇ ରଖାଯାଏ। ଅଭିଭାବକ ନ ଆସିଥିଲେ, ପିଲାମାନଙ୍କୁ ଏମିତି ରଖୁ। କାଲି ମଧ୍ୟ ଜାଣିଶୁଣି ଆମେ ପିଲାକୁ ସ୍କୁଲରେ ରଖିଥିଲୁ। ବାହାରେ ତାଲା ପକାଇ ପିଲାକୁ ଜଗିଥିଲୁ ବୋଲି ସେ ପ୍ରତିକ୍ରିୟା ଦେଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ...

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ...

ଭିକ୍ଟୋରିଆ ଯୁଗର ଜୋତା ମିଳିଲା

ଲଣ୍ଡନ: ସମ୍ପ୍ରତି ୱେଲ୍ସ କାଉଣ୍ଟିର ଏକ ଅଜବ ଏବଂ ରହସ୍ୟମୟ ଘଟଣା ସ୍ଥାନୀୟ ଲୋକଙ୍କୁ ବିସ୍ମିତ କରିଦେଇଛି। ଦକ୍ଷିଣ ୱେଲ୍ସର ଗ୍ଲାମୋର୍ଗାନ ଉପତ୍ୟକାର ଓଗମୋର୍‌-ବାଇ-ସି ବିଚ୍‌ରେ...

ଜାଲ୍‌ ଲାଇସେନ୍ସରେ ବନ୍ଧୁକ ବେପାର, ୩ ଗିରଫ

ରାଉରକେଲା,୩୧।୧୨(ସଙ୍ଗୀତା ଜେନା): ରାଉରକେଲା ଜିଲା ପୋଲିସ ସୋମବାର ରାଉରକେଲାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଆନ୍ତଃ ରାଜ୍ୟ ଅସ୍ତ୍ରଶସ୍ତ୍ର ଚୋରାଚାଲାଣ ଗ୍ୟାଙ୍ଗ୍‌ର ପର୍ଦ୍ଦାଫାଶ କରିଛି। ଜାଲ୍‌...

ରଙ୍ଗ ବଦଳୁଛି

ନିଶ୍ଚିତ ଭାବେ କୁହାଯାଇପାରେ, ପରିବେଶ ଓ ପରିସଂସ୍ଥାନ ବିଗିଡ଼ିଗଲେ ତାହାର ପ୍ରଭାବ ପ୍ରାଣୀ ଓ ଉଦ୍ଭିଦଜଗତ ଉପରେ ପଡ଼ିବ। ନିଜର ସ୍ବାର୍ଥ ସାଧନ ପାଇଁ ପ୍ରକୃତିର...

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୧ା୧୨: ବାଂଲାଦେଶର ମିମେନସିଂ ଜିଲା ଅନ୍ତର୍ଗତ ଏକ ପୋଷାକ କାରଖାନା ଭିତରେ ସହକର୍ମୀଙ୍କ ଗୁଳିମାଡ଼ରେ ଜଣେ ହିନ୍ଦୁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ...

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ୩ ବର୍ଷ ଯାଏ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri