୩୫ କୁଇଣ୍ଟାଲ ଗଞ୍ଜେଇ ଜବତ, ୪ ଗିରଫ

ସୋରଡା,୧୨ା୯(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ବଡଗଡ଼ ପୋଲିସ ଗୁରୁବାର ଏକ ବଡଧରଣର ଗଞ୍ଜେଇ ଚୋରାଚାଲାଣ ଉଦ୍ୟମ ପଣ୍ଡ କରିଛି। ଯାଞ୍ଚବେଳେ ୪୦୭ ଟ୍ରକ୍‌, ପିକ୍‌ଅପ୍‌, ବୋଲେରୋ ଓ ଏକ କାରରୁ ପାଖାପାଖି ୩୫ କୁଇଣ୍ଟାଲ ଗଞ୍ଜେଇ ଜବତ କରିବା ସହ ୪ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଗଜପତି ଜିଲା ମୋହନା ଅଞ୍ଚଳର ମାନୁଆଲ ମଣ୍ଡଳ, ଜାକବ ମାଝି, ମହେଶ ଗମାଙ୍ଗ, ସିନ୍ଧୁ ଗମାଙ୍ଗ ବୋଲି ଆସିକା ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ ସୂଚନା ଦେଇଛନ୍ତି॥
ପ୍ରକାଶ ଯେ, ଗୁରୁବାର ଭୋରରେ ବଡଗଡ ଥାନା ଅଞ୍ଚଳଦେଇ ବିପୁଳ ପରିମାଣର ଗଞ୍ଜେଇ ଚୋରା ଚାଲାଣ ହେବ ବୋଲି ପୋଲିସକୁ ବିଶେଷ ସୂତ୍ରରୁ ସୂଚନା ମିଳିଥିଲା। ସୂଚନା ଆଧାରରେ ଆକାଶନଗର ଅଞ୍ଚଳରେ ପୋଲିସ ବ୍ଲକିଂ କରି ଯାନବାହନ ଯାଞ୍ଚ ଚଳାଇଥିଲା। ଯାଞ୍ଚବେଳେ ଏକ ୪୦୭ ଟ୍ରକ୍‌ (ନଂ.ଓଆର୍‌୦୭ଟି-୦୧୨୫), ଏକ ପିକ୍‌ ଅପ୍‌ ଭ୍ୟାନ୍‌ (ନଂ.ଓଆର୍‌୦୭ଏନ୍‌-୦୮୪୯), କାର (ନଂ.ଓଡି୦୭ଓ୍ବାଇ-୪୧୦୦) ଓ ବୋଲେରୋ (ନଂ-ଓଡି୨୦-୫୮୩୪)ରୁ ବିପୁଳ ପରିମାଣର ଗଞ୍ଜେଇ ବସ୍ତା ମିଳିଥିଲା। ଜବତ ଗାଡିଗୁଡିକୁ ଥାନାକୁ ଆଣି ସେଥିରେ ଥିବା ଗଞ୍ଜେଇ ବସ୍ତାଗୁଡିକୁ ସୋରଡା ଅତିରିକ୍ତ ତହସିଲଦାର କୋରେଶୁ କୁମାର ଜାନିଙ୍କ ଉପସ୍ଥିତିରେ ଓଜନ କରାଯାଇଥିଲା। ଓଜନ ପରେ ପାଖାପାଖି ୩୫ କୁଇଣ୍ଟାଲ ଗଞ୍ଜେଇ ଥିବା ଜଣାପଡିଥିଲା। ଏହାର ଆନୁମାନିକ ମୂଲ୍ୟ ଦେଢ କୋଟି ଟଙ୍କାରୁ ଉର୍ଦ୍ଧ୍ୱ ହେବ ବୋଲି କହିଥିଲେ ଆସିକା ଏସ୍‌ଡିପିଓ ପ୍ରଧାନ। ନଂ.୧୯୬/୧୯ରେ ମାମଲା ରୁଜୁ କରି ୪ ଜଣଙ୍କୁ ପଚରାଉଚରା ଚାଲିଥିବା ବଡଗଡ ଥାନା ଅଧିକାରୀ ପ୍ରତାପ ଚନ୍ଦ୍ର ତ୍ରିପାଠୀ କହିଛନ୍ତି।
((((ଫଟୋ—-


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri