ରେଳ ଟ୍ରାକ୍‌ରେ ଫସିଲା ଟ୍ରେଲର : ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ

ମୁଡ଼ିଗୁଡ଼ା,୧୩।୯(ଡି.ଏନ୍‌.ଏ.) : ରାୟଗଡ଼ା ଜିଲା ମୁନିଗୁଡ଼ା ରେଳ ଫାଟକ ନିକଟରେ ଶୁକ୍ରବାର ସକାଳେ ଏକ ଟ୍ରେଲରର ବ୍ରେକ୍‌ ଫେଲ ହୋଇଯିବାରୁ ରେଳ ଲାଇନ ଉପରେ ଫସିରହିଛି। ଫଳରେ ମୁନିଗୁଡା ରାୟଗଡ଼ା ମଧ୍ୟରେ ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଟ୍ରେଲରଟି ବିଶାଖାପାଟଣାରୁ ଆଲୁମିନିୟମ ପାଉଡର ବୋଝେଇ କରି ଝାରସୁଗୁଡ଼ା ଅଭିମୁଖେ ଯିବାବେଳେ ହଠାତ୍‌ ମୁନିଗୁଡ଼ା ରେଳଫାଟକ ନିକଟରେ ବ୍ରେକ୍‌ ଫେଲ ହୋଇଯାଇଥିଲା। ତେବେ ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବହୁ ଧନଜୀବନ ଅଳ୍ପକେ ରକ୍ଷା ପାଇଯାଇଛି। ବ୍ରେକ ଫେଲ ହୋଇଥିବା ଜାଣି ଡ୍ରାଇଭର ଗାଡ଼ିକୁ ବାଧ୍ୟ ହୋଇ ରେଳ ଲାଇନ ଆଡ଼କୁ ବୁଲାଇ ଦେଇଥିଲେ। ଫଳରେ ନିକଟରେ ଥିବା ବସ୍‌ଷ୍ଟାଣ୍ଡ ଓ ଉଠା ଦୋକାନୀମାନେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ତେବେ ଡ୍ରାଇଭରଙ୍କ ଏପରି ସାହସିକତା କାର୍ଯ୍ୟକୁ ଜନସାଧାରଣ ପ୍ରଶଂସା କରୁଥିବାବେଳେ ଶୀଘ୍ର ରେଳ ଲାଇନରୁ ଟ୍ରେଲରଟିକୁ ହଟାଇବାକୁ ରେଳ କର୍ମଚାରୀଙ୍କୁ ଅନୁରାଧ କରିଛନ୍ତି। ଅନ୍ୟପଟେ ଏହି ଘଟଣାରେ ଡ୍ରାଇଭର ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ ଥିବାବେଳେ ମୁନିଗୁଡ଼ା ରେଳ ଷ୍ଟେଶନରେ ଗାନ୍ଧୀ ଧାମ ପୁରୀ ଏକ୍ସପ୍ରେସ ବହୁ ସମୟ ଧରି ଅଟକି ରହିଥିଲା। ଘଟଣା ପରେ ମୁନିଗୁଡ଼ା ରେଳ ବାଇ ପୋଲିସ ସହ କର୍ମଚାରୀ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ୬ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ,୮।୫: ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି। ଏଥିପାଇଁ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ସା ୬ଟାରୁ ରାତି ୧୨ଟା ଯାଏ ସାଧାରଣ ଦର୍ଶନ...

ରାସ୍ତା ପାର୍‌ ହେବାବେଳେ ଘୋଷାଡି ନେଲା ଟ୍ରକ୍‌: ଚାଲିଗଲା ୨ ଜୀବନ

ଭୁବନେଶ୍ୱର,୮।୫:ରାଜଧାନୀ ଭୁବନେଶ୍ୱରରେ ବୁଧବାର ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା ପାର୍‌ ବେଳେ ୨ ଜଣଙ୍କୁ ଘୋଷାଡ଼ି ନେଇଛି ଟ୍ରକ। ଫଳରେ ଘଟଣାସ୍ଥଳରେ...

ଏହି କଥା କହି ଭାବପ୍ରବଣ ହୋଇଗଲେ ପାଣ୍ଡିଆନ୍‌

ଭୁବନେଶ୍ୱର,୮।୫: ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବୁଧବାର ଭୋରରୁ ଏକ ପ୍ରେସ୍‌ମିଟ୍‌ ଡକାଇଛନ୍ତି। ଏହି ପ୍ରେସ୍‌ମିଟ୍‌ରେ ସେ ବିରୋଧୀଙ୍କୁ ଟାର୍ଗେଟ୍‌ କରିଛନ୍ତି।...

ରାତି ନ ପାହୁଣୁ ପ୍ରେସ୍‌ମିଟ୍‌ ଡକାଇଲେ କାର୍ତ୍ତିକ ପାଣ୍ଡିଆନ୍‌: କହିଲେ ଏସବୁ କଥା…

ଭୁବନେଶ୍ୱର,୮।୫: ଆଗାମୀ ନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ ରହିଛି। ଗୋଟିଏ ପଟେ ଭାଜପାର ହେଭିଓ୍ବେଟ୍‌ ନେତା ଓଡ଼ିଶାରେ ଘନ ଘନ ପ୍ରଚାର କରୁଥିବାବେଳେ ବିଜେଡି...

ଆଜି ଓଡ଼ିଶା ଆସିବେ ପ୍ରତିରକ୍ଷା ମନ୍ତ୍ରୀ, ଛତିଶଗଡ ମୁଖ୍ୟମନ୍ତ୍ରୀ, ଏହି ସବୁ ଜିଲାରେ କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୮।୫: ଆଜି ଓଡ଼ିଶା ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ଏହି ଗସ୍ତ ସମୟରେ ପ୍ରତିରକ୍ଷା ମନ୍ତ୍ରୀ ଭବାନୀପାଟଣା ଏବଂ ତା’ ପରେ ରାୟଗଡା ଭାଜପା...

ନିଶା ଦେଇ +୨ ଛାତ୍ରୀଙ୍କୁ ଗଣବଳାତ୍କାର କଲେ ୮ ସହାପାଠୀ

ବ୍ରହ୍ମପୁର,୮ା୫(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ସହରରେ ଜଣେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର କରାଯିବା ଘଟଣା ଆଲୋଡନ ସୃଷ୍ଟି କରିଛି। ଯୁକ୍ତ ୨ ପଢ଼ୁଥିବା ନାବାଳିକା ଛାତ୍ରୀ ଜଣଙ୍କୁ...

ଦମ୍‌ ଅଛି ଯଦି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କର

ଭୁବନେଶ୍ୱର/ହିଞ୍ଜିଳିକାଟୁ/ଶେରଗଡ଼/ଖଲ୍ଲିକୋଟ,୮ା୫(ଅନିଲ ଦାସ/ ଦ୍ୱିତୀକୃଷ୍ଣ ପଣ୍ଡା/ସୂର୍ଯ୍ୟନାରାୟଣ ଦାଶ/ପ୍ରଶାନ୍ତ ମିଶ୍ର):କିଛିଲୋକ ଦିନରେ ସ୍ବପ୍ନ ଦେଖୁଛନ୍ତି, ଭାବୁଛନ୍ତି ନବୀନବାବୁ ଆଉ ମୁଖ୍ୟମନ୍ତ୍ରୀ ହେବେ ନାହିଁ, କିନ୍ତୁ ଭାଜପାକୁ ଯଦି ପଚାରିବେ...

ପ୍ରଣବଙ୍କ ଶିକ୍ଷାଗତ ଯୋଗ୍ୟତାକୁ ନେଇ ପ୍ରଶ୍ନ ଉଠାଇଲା ଭାଜପା

ସମ୍ବଲପୁର, ୮।୫ (ପ୍ରମୋଦ ବହିଦାର):ବିଜେଡି ସାଙ୍ଗଠନିକ ସମ୍ପାଦକ ତଥା ଦଳର ସମ୍ବଲପୁର ଲୋକ ସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସଙ୍କ ଶିକ୍ଷାଗତ ଯୋଗ୍ୟତାକୁ ନେଇ ପ୍ରଶ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri