ଲଗାଣ ବର୍ଷାରେ ଭାଙ୍ଗିଲା ଘର: ସରକାରୀ ସହାୟତା ଦାବି

ଭବାନୀପାଟଣା,୧୩।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଖଲିଆକାନି ଗାଁର ହୀରାମଣି ସେନାପତି (୩୭)ଙ୍କ ଘର ଗତ ରବିବାର ଲଗାଣ ବର୍ଷାରେ ଭାଙ୍ଗି ଯାଇଥିଲା। ଏ ନେଇ ତାଙ୍କୁ ସହାୟତା ଯୋଗାଇ ଦେବାକୁ ଦାବି ହୋଇଛି।
ସୂଚନାଯୋଗ୍ୟ, ହୀରାମଣିଙ୍କ ସ୍ବାମୀ ଦାଦନ ଖଟିବାକୁ ବାହାର ରାଜ୍ୟକୁ ଯାଇଥିବା ବେଳେ ସେ ୫ ଜଣ ପିଲାଙ୍କୁ ଧରି ଉକ୍ତ ଘରେ ରହୁଥିଲେ। ହେଲେ ରବିବାର ରାତିରେ ଘରେ ଶୋଇଥିବା ବେଳେ ଘର କାନ୍ଥ ଓ ଛାତ ଭାଙ୍ଗିଯାଇଥିଲ। ଏହି ଦୁର୍ଘଟଣାରୁ ସେ ଅଳ୍ପକେ ବର୍ତ୍ତି ଯାଇଥିଲେ। । ବର୍ତ୍ତମାନ ସେ ତାଙ୍କ ପିଲାମାନଙ୍କୁ ଧରି ପଡ଼ୋଶୀଙ୍କ ଘରେ ରହୁଥିବା ବେଳେ ସରକାରୀ ଯୋଜନାରେ ତାଙ୍କୁ ଏକ ବାସଗୃହ ଯୋଗାଇ ଦେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି। ଏ ସମ୍ପର୍କରେ ପଞ୍ଚାୟତ ନିର୍ବାହୀ ଅଧିକାରୀ ଡମ୍ବରୁଧର ସେନାପତିଙ୍କୁ ପଚାରିବାରୁ ତାଙ୍କର କାନ୍ଥ ଭାଙ୍ଗି ଯାଇଛି, ତଦନ୍ତ କରି ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତ ମହୋତ୍ସବରେ ଯୋଗଦେବେ ବିଧାନସଭାର ପୂର୍ବତନ ଉପବାଚସ୍ପତି, ସହମତି ପ୍ରକାଶ କରି…

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ବିଧାନସଭାର ପୂର୍ବତନ ଉପବାଚସ୍ପତି ସାଲୁଗା ପ୍ରଧାନ ଯୋଗଦେବାକୁ...

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...

ଜଗନ୍ନାଥପ୍ରେମୀଙ୍କ ଭାବାବେଗକୁ ଆଘାତ…ସମୁଦ୍ରରେ ଭାସି ଆସିଲା ମହାପ୍ରଭୁଙ୍କ ବିଗ୍ରହ, ଦୟନୀୟ ଅବସ୍ଥାରେ ଉଦ୍ଧାର

ପୁରୀ ୨୫/୧୨( ଅଜିତ୍ କୁମାର ସାହୁ): ପୁଣି ମହାପ୍ରଭୁଙ୍କୁ ଅପମାନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ସମୁଦ୍ରରେ ଭାସିଵାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ...

ସର୍ବଭାରତୀୟ ନାଟକ ସମାରୋହ ଉଦ୍‌ଘାଟିତ: ଆଜି ମଞ୍ଚସ୍ଥ ହେବ ‘ମାଗୁଣିର ଶଗଡ଼’

ବଲାଙ୍ଗୀର,୨୫ା୧୨(ସୁନିଲ କୁମାର ମହାନ୍ତି): ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଛି। ସକାଳେ ବଲାଙ୍ଗୀର ସହର ଉପକଣ୍ଠ ମଠଖାଇ ମନ୍ଦିରରୁ ନାଟ୍ୟ...

ପ୍ରଭୁ ଯିଶୁଙ୍କ ଧରାବତରଣ, ଉତ୍ସବମୁଖର ଜି.ଉଦୟଗିରିର ଚର୍ଚ୍ଚ

ଜି.ଉଦୟଗିରି,୨୫/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ଉତ୍ସବ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ଆଜି ଅର୍ଥାତ ଡିସେମ୍ବର ୨୫ ତାରିଖରେ ସ୍ଥାନୀୟ ଅଞ୍ଚଳର ସମସ୍ତ...

ଓଡ଼ିଶାରେ ଭାଙ୍ଗିଲା ମାଓବାଦୀଙ୍କ ମେରୁଦଣ୍ଡ: ଡିଜିପି

ଫୁଲବାଣୀ,୨୫ା୧୨(ରାକେଶ କୁମାର ରାଉତ): ଟପ୍‌ ମାଓବାଦୀ ନେତା ଗଣେଶଙ୍କ ନିହତକୁ ବଡ଼ ସଫଳତା ବୋଲି କହିଛନ୍ତି ପୋଲିସ ଡିଜି। ଗଣେଶଙ୍କ ନିହତ ପରେ ଓଡ଼ିଶାରେ ମାଓବାଦୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri