Posted inଜାତୀୟ

ଆଖିରେ ଲୁହ ନେଇ ରାବ୍ରୀଙ୍କ ଘରୁ ବାହାରିଲେ ବୋହୂ ଐଶ୍ୱର୍ଯ୍ୟା

ପାଟନା,୧୩।୯:  ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି)ର ଅଧ୍ୟକ୍ଷ ଲାଲୁ ପ୍ରସାଦ ଯାଦବଙ୍କ ବଡ଼ ପୁଅ ତେଜ ପ୍ରତାପ ଯାଦବଙ୍କ ସ୍ତ୍ରୀ ଐଶର୍ଯ୍ୟା କାନ୍ଦି କାନ୍ଦି ନିଜ ବାପଘରକୁ ଚାଲିଯାଇଥିବା ଜଣାପଡ଼ିଛି। ତେଜ ପ୍ରତାପଙ୍କ ସହ ମତାନ୍ତର ହେବା ପରେ ଐଶର୍ଯ୍ୟା ଶାଶୁ ରାବ୍ରୀ ଦେବୀଙ୍କ ଦେବୀଙ୍କ ସହ ଘରେ ରହୁଥିଲେ। କିନ୍ତୁ ଶୁକ୍ରବାର ହଠାତ୍‌ ଐଶର୍ଯ୍ୟା ଘରୁ କାନ୍ଦି କାନ୍ଦି ବାହାରକୁ ବାହାରି ଏକ କାର୍‌ରେ ନିଜ ବାପଘରକୁ ଚାଲିଯାଇଥିଲେ। ଆଉ ଏହି ଗାଡ଼ି ଐଶ୍ୱର୍ଯ୍ୟାଙ୍କ ବାପା ଆର୍‌ଜେଡି ନେତା ଚନ୍ଦ୍ରିକା ରାୟ ପଠାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ୨୦୧୮ ମେ’ରେ ତେଜପ୍ରତାପ ଓ ଐଶର୍ଯ୍ୟାଙ୍କ ବିବାହ ହୋଇଥିଲା। ହେଲେ ବିବାହର ୫ମାସ ପରେ ତେଜ ପ୍ରତାପ ପାଟନା ହାଇକୋର୍ଟରେ ବିବାହ ବିଚ୍ଛେଦ ପାଇଁ ଆବେଦନ କରିଥିଲେ। ଏହି ମାମଲା ଏବେ କୋର୍ଟରେ ବିଚରାଧୀନ ରହିଛି। ପୂର୍ବରୁ ଦୁହିଁଙ୍କ ସମ୍ପର୍କରେ ସୁଧାର ଆସିଯାଇଛି ବୋଲି ଚର୍ଚ୍ଚା ହେଉଥିବା ବେଳେ ଏହାକୁ ସଫା ସଫା ଖଣ୍ଡନ କରିଥିଲେ ତେଜ ପ୍ରତାପ।


Enter your email to get our daily news in your inbox.

All Right Reserved By Dharitri.Com

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

ଡିସେମ୍ୱର ୩୧ ସୁଦ୍ଧା ସାରି ନିଅନ୍ତୁ ଏସବୁ କାମ, ନ ହେଲେ ସହିବେ ବଡ଼ କ୍ଷତି!

ନୂଆଦିଲ୍ଲୀ,୧୯।୧୨: ୨୦୨୫ ମସିହାର ଶେଷ ମାସ ଡିସେମ୍ୱର ମାସ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆଜି ଡିସେମ୍ୱର ୧୯ ତାରିଖ, ଅର୍ଥାତ ବର୍ଷ ଶେଷ ହେବାକୁ...

୬ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର, ଦେଖିବାକୁ ଲୋକଙ୍କ ଭିଡ଼

ଧର୍ମଶାଳା,୧୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଗଡମଧୁପୁର ନିକଟରୁ ଏକ ୬ଫୁଟ ଲମ୍ବର ଅଜଗର ଶୁକ୍ରବାର ଦିନ ଉଦ୍ଧାର କରାଯାଇଛି। ଗ୍ରାମରେ ଥିବା ଏକ...

ପୁରୁଷୋତ୍ତମପୁର ସବ୍‌-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: କାର୍ଯ୍ୟାନୁଷ୍ଠାନ ଲାଗି ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍‌ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟି ଜମିର ପ୍ରକୃତ ମାଲିକଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି...

କେବେ ବୃଦ୍ଧି ହେବ ଦରମା ଆଉ କେତେ ବୃଦ୍ଧି ହେବ? ଅଷ୍ଟମ ବେତନ କମିଶନରକୁ ନେଇ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୯।୧୨: ସପ୍ତମ ବେତନ କମିଶନର କାର୍ଯ୍ୟକାଳ ଡିସେମ୍ବର ୩୧, ୨୦୨୫ରେ ଶେଷ ହେବାକୁ ଯାଉଛି, ଏବଂ ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ...

ବିଜେଡି ନେତାଙ୍କ ମେଳିକୁ ନେଇ ପ୍ରଶ୍ନ କରିବାରୁ ଚିହିଁକି ଉଠିଲେ ନେତା: କହିଲେ କେହି ବଙ୍କା କରିପାରିବେ…

ଭୁବନେଶ୍ୱର,୧୯।୧୨: ବିଜେଡି ନେତାଙ୍କ ମେଳିକୁ ନେଇ ପ୍ରଶ୍ନ ପଚାରିବାରୁ ଚିହିଁକି ଉଠିଲେ ରାଜେନ୍ଦ୍ର। ସାମ୍ବାଦିକଙ୍କ ପ୍ରଶ୍ନରେ ପୂର୍ବତନ ବିଧାୟକ ରାଜେନ୍ଦ୍ର ସାହୁ ଚିହିଁକି ଉଠିଛନ୍ତି। ଖରାପ...

୯ ଦଫା ଦାବି ନେଇ ଗଣଧାରଣା ଦେଲେ ପାଚିକା ସଂଘ, ଦରମା ବୃଦ୍ଧି ନ ହେଲେ…

କେସିଙ୍ଗା,୧୯ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଚିକା ଓ ସହାୟିକା ମଜଦୁର ସଂଘ ସଭାନେତ୍ରୀ ରଶ୍ମିତା ହେର୍ନାଙ୍କ ନେତୃତ୍ୱରେ ୯ ଦଫା ଦାବି ନେଇ...

୨୦୨୬ ଟି-୨୦ ବିଶ୍ୱକପ ଭାରତୀୟ ଦଳ: ଏହି ୫ ଖେଳାଳି ଦଳରୁ ପଡିପାରନ୍ତି ବାଦ୍‌, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୧୯।୧୨: ୨୦୨୫ ବର୍ଷ ଶେଷ ହେବା ସହିତ, ୨୦୨୬ ଟି୨୦ ବିଶ୍ୱକପ ପାଇଁ ଅପେକ୍ଷା ମଧ୍ୟ କମ ହେବାରେ ଲାଗିଛି। ଆସନ୍ତା ବର୍ଷ ଟି୨୦ ବିଶ୍ୱକପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri