ପିଏନ୍‌ବି ମହାଦୁର୍ନୀତି;ନୀରବ ମୋଦିଙ୍କ ଭାଇ ବିରୋଧରେ ରେଡକର୍ନର ନୋଟିସ

ନୂଆଦିଲ୍ଲୀ,୧୪-୯: ପ୍ରାୟ ସାଢ଼େ ୧୩ ହଜାର କୋଟି ଟଙ୍କାର ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି) ମହାଦୁର୍ନୀତି ମାମଲାରେ ଜଡ଼ିତ ଥିବା ଅଭିଯୋଗରେ ମୁଖ୍ୟ ଅଭିଯୁକ୍ତ ନୀରବ ମୋଦି ଏବେ ଲଣ୍ଡନ ଜେଲ୍‌ରେ ବନ୍ଦୀ ରହିଛନ୍ତି। ବର୍ତ୍ତମାନ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ର ଅନୁରୋଧ କ୍ରମେ ଇଣ୍ଟରପୋଲ ନୀରବଙ୍କ ଭାଇ ନେହାଲ ମୋଦିଙ୍କ ବିରୋଧରେ ରେଡ୍‌କର୍ନର ନୋଟିସ ଜାରି କରିଛି। ୪୦ ବର୍ଷୀୟ ନେହାଲ ବର୍ତ୍ତମାନ ବେଲ୍‌ଜିୟମର ନାଗରିକତା ହାସଲ କରିଛନ୍ତି ଏବଂ ସେ ଆମେରିକାରେ ରହୁଛନ୍ତି। ତାଙ୍କ ବିରୋଧରେ ମନି ଲଣ୍ଡରିଂ ଅଭିଯୋଗ ରହିଛି। ପିଏନ୍‌ବି ମହାଦୁର୍ନୀତିରେ ଲିପ୍ତ ନୀରବଙ୍କୁ ନେହାଲ ଟଙ୍କା ନେଣଦେଣରେ ସହାୟତା କରିଥିଲେ ବୋଲି ଇଡି ଅଭିଯୋଗ ଆଣିଛି। ଏପରିକି ସେ ସମସ୍ତ ପ୍ରମାଣକୁ ନଷ୍ଟ କରିଦେଇଛନ୍ତି ବୋଲି ଅଭିଯୋଗରେ ଦର୍ଶାଯାଇଛି। ଇଡି ପକ୍ଷରୁ କୁହାଯାଇଛି ଯେ, ମହାଦୁର୍ନୀତି ସମ୍ପର୍କରେ ଜଣାପଡିବା ପରେ ନେହାଲ ଦୁବାଇ ଓ ହଂକଂରେ ଥିବା ସେମାନଙ୍କର ସମସ୍ତ ଛଦ୍ମ କମ୍ପାନୀର ନିର୍ଦ୍ଦେଶକଙ୍କର ଫୋନ ନମ୍ବରକୁ ବନ୍ଦ କରିଦେଇଥିଲେ ଏବଂ ସେମାନଙ୍କୁ କାହିରା ପଠାଇ ଦେଇଥିଲେ। ଇତିମଧ୍ୟରେ ନୀରବଙ୍କ ୬୩୭ କୋଟି ଟଙ୍କାର ସମ୍ପତ୍ତି ଇଡି ଜବତ କରିସାରିଛି। ଭାରତ, ବ୍ରିଟେନ, ନ୍ୟୁୟର୍କ ସମେତ ଅନ୍ୟ ସ୍ଥାନରେ ଥିବା ତାଙ୍କର ସମସ୍ତ ଘର, ଗହଣା, ଅନ୍ୟାନ୍ୟ ସମ୍ପତ୍ତି ଏବଂ ବ୍ୟାଙ୍କରେ ଥିବା ଜମାକୁ ଜବତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନଲାଇନରେ ଅର୍ଡର କରୁଛନ୍ତି? ଆଜି ଆସିବନି ପାର୍ସଲ, ଡେଲିଭେରୀ ଏଜେଣ୍ଟଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୧।୧୨: ଯଦି ଆପଣ ଆଜି ପାର୍ଟି କରିବାକୁ ମନସ୍ଥ କରିଛନ୍ତି ଏବଂ ଅନଲାଇନରେ ଖାଦ୍ୟ ଏବଂ ପାନୀୟ ଅର୍ଡର କରିବାକୁ ଯୋଜନା କରୁଛନ୍ତି, ତେବେ ଏହା...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

8th Pay Commission: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ଜାନୁଆରୀ ୧ରୁ ବୃଦ୍ଧି ପାଇବ ଦରମା, ପେନସନ! ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୩୦।୧୨: ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ଏହି ସପ୍ତାହ ୨୦୨୬ର ଆରମ୍ଭ। ଏହି ବର୍ଷ ଅନେକ ଦିଗରେ ଅନେକ ପରିବର୍ତ୍ତନ ଆଣିଛି। କେନ୍ଦ୍ର ସରକାରୀ...

ଯୁବବର୍ଗଙ୍କୁ ନୂଆବର୍ଷର ଉପହାର ଦେଲେ ସରକାର: ମିଳିବ ୧୫ ହଜାର ଟଙ୍କା, ଜାଣନ୍ତୁ କିପରି…

ନୂଆଦିଲ୍ଲୀ,୩୦।୧୨: ନୂଆବର୍ଷ ପୂର୍ବରୁ ସରକାର ଯୁବପିଢ଼ିଙ୍କୁ ଏକ ନୂତନ ବର୍ଷର ଉପହାର ଦେଇଛନ୍ତି। ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରଣାଳୟ X ରେ ଟୁଇଟ୍‌ କରିଛି, ଯେଉଁଥିରେ...

କ୍ଷମା ମାଗିଲେ ଲଲିତ ମୋଦି

ନୂଆଦିଲ୍ଲୀ,୩୦ା୧୨ : ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ପୂର୍ବତନ ଅଧ୍ୟକ୍ଷ ଲଲିତ ମୋଦି ନିକଟରେ ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ସହ ଲଣ୍ଡନରେ ପାର୍ଟି କରୁଥିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri