ଦୁର୍ନୀତି ବିରୋଧରେ ସରକାରଙ୍କ କଡ଼ା ଆଭିମୁଖ୍ୟ: ୧୬ ଜଣଙ୍କୁ ଚାକିରିରୁ ବିଦା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୪ା୯ (ବ୍ୟୁରୋ): ଦୁର୍ନୀତି ବିକାଶର ସବୁଠାରୁ ବଡ଼ ପ୍ରତିବନ୍ଧକ। ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଡ଼ା ଆଭିମୁଖ୍ୟ ପୋଷଣ କରିଛନ୍ତି। ଏ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ସର୍ବଦା ଶୂନ ସହିଷ୍ଣୁତା(ଜିରୋ ଟଲେରାନ୍ସ) ନୀତିକୁ ଗୁରୁତ୍ୱ ଦେଇ ଆସୁଛନ୍ତି। ଦୁର୍ନୀତିରେ ଜଡିତ ଥିବା ୧୬ ଜଣ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ଚାକିରିରୁ ବରଖାସ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ୧୬ଜଣ ଅଧିକାରୀଙ୍କ ମଧ୍ୟରୁ ୫ ଜଣ ପ୍ରଧାନ ଶିକ୍ଷକ, ୪ ଜଣ ଇଞ୍ଜିନିୟର, ୨ ଜଣ ରାଜସ୍ବ ନିରୀକ୍ଷକ, ଜଣେ ଫାର୍ମାସିଷ୍ଟ, ଜଣେ ଅମିନ, ଜଣେ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଏବଂ ୨ ଜଣ କିରାଣି ଅନ୍ତର୍ଭୁକ୍ତ। ଏହିସବୁ ଅଧିକାରୀମାନେ ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା ଦୁର୍ନୀତି ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି।
ଚାକିରିରୁ ବରଖାସ୍ତ ହୋଇଥିବା ଅଧିକାରୀମାନେ ହେଲେ ଭୁବନେଶ୍ୱର ଆର ଆଣ୍ଡ ବି ଡିଭିଜନ-୧ର ଡେପୁଟି ଏକ୍‌ଜିକ୍ୟୁଟିଭ ଇଞ୍ଜିନିୟର ଜିବେଶ ଚନ୍ଦ୍ର ରଥ, ଦଶପଲ୍ଲା ରୁରାଲ ଓ୍ବାର୍କସର ସହକାରୀ ଯନ୍ତ୍ରୀ ତିରୁପତି ଭେଙ୍କେଟେଶ୍ୱର ପାଣି, କାମାକ୍ଷାନଗର ବ୍ଲକର କନିଷ୍ଠ ଯନ୍ତ୍ରୀ ବସନ୍ତ କୁମାର ପାତ୍ର, ଯାଜପୁର କ୍ଷୁଦ୍ର ଜଳସେଚନ ଡିଭିଜନର କନିଷ୍ଠ ଯନ୍ତ୍ରୀ ପ୍ରକାଶ ଚନ୍ଦ୍ର ସିଂ, ବଳରାମପୁର ଜଗତସିଂହପୁରର ପୂର୍ବତନ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଅଭୟ କୁମାର ବିଶ୍ୱାଳ, ମାଥିଲି ବ୍ଲକର ସରଙ୍ଗପାଲି ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ କପିଳ ଚନ୍ଦ୍ର ନାୟକ, ନବରଙ୍ଗପୁର ପାପଡାହାଣ୍ଡିର ଉଚ୍ଚପ୍ରାଥମିକ ସ୍କୁଲର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରସନ୍ନ କୁମାର ପାତ୍ର, ପାପଡାହାଣ୍ଡିର ଟିଓଏମଇ ସ୍କୁଲର ପୂର୍ବତନ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ରୀଧର ହରିଜନ, କନ୍ଧମାଳର କୋଟଗଡ ବ୍ଲକ ଏସଇସି ଅଡାରି ନିୟୁ ପ୍ରାଇମେରୀ ସ୍କୁଲର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ କାହ୍ନୁଚରଣ ଡିଗଲ,କୋଦଳା ତହସିଲ ଅଫିସର ରାଜସ୍ବ ନିରୀକ୍ଷକ ମଙ୍ଗୁଳ ନାଏକ, ଶାଳପଡା ସ୍ପେଶାଲ ଜମି ଅଧିଗ୍ରହଣ କାର୍ଯ୍ୟାଳୟର ରାଜସ୍ବ ନିରୀକ୍ଷକ ନରହରି ଓଝା, କେନ୍ଦୁଝର ବାସୁଦେବପୁରର ପିଡି(ଆର ଆଣ୍ଡ ଆର)ର ଅମିନ ଶରତ ଚନ୍ଦ୍ର ସେଠୀ, ବୌଦ୍ଧ ପୁରୁଣା କଟକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ପୂର୍ବତନ ଫାର୍ମାସିଷ୍ଟ ସନ୍ତୋଷ ପଣ୍ଡା, ଇଚ୍ଛାପୁର ହାଇସ୍କୁଲର କନିଷ୍ଠ କିରାଣି ନକୁଳ କୁମାର ଖମାରୀ, ବୌଦ୍ଧ ହରଭଙ୍ଗାର ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ବୀରେନ୍ଦ୍ର କୁମାର ପଣ୍ଡା ଏବଂ କୋରାପୁଟ ନନ୍ଦପୁର ବ୍ଲକର ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରଶାନ୍ତ ଚନ୍ଦ୍ର ନାୟକ।
ଗତ ୧ ମାସ ମଧ୍ୟରେ ରାଜ୍ୟ ସରକାର ଦୁର୍ନୀତି ଅଭିଯୋଗରେ ୩୭ ଜଣ ଅଧିକାରୀଙ୍କୁ ବରଖାସ୍ତ କରିବା ସହିତ ୬ ଜଣଙ୍କର ପେନସନ ବନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଅସମ୍ଭାଳ ଜାଡ଼, ୨ ଦିନିଆ ଛୁଟି କାଟିବାକୁ ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡି,୨୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି୍‌ରେ ପୁଣି ଶନିବାର ଶୀତର ପ୍ରକୋପ ବୃଦ୍ଧି ପାଇଛି। ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ରହିଥିବା...

IND vs SA: ଅଷ୍ଟ୍ରେଲିଆର ରେକର୍ଡ ଭାଙ୍ଗିଲା ଇଣ୍ଡିଆ, ସିରିଜ ଜିତି କଲା ଐତିହାସିକ ରେକର୍ଡ

ନୂଆଦିଲ୍ଲୀ, ୨୦।୧୨: ଭାରତୀୟ ଦଳ ପଞ୍ଚମ ଟି-୨୦ରେ ଦକ୍ଷିଣ ଆଫ୍ରିକାକୁ ୩୦ରନରେ ପରାସ୍ତ କରି ୩-୧ସିରିଜ ବିଜୟ ହାସଲ କରିଛି । ହାର୍ଦ୍ଦିକ ପାଣ୍ଡ୍ୟା ଏବଂ...

ପ୍ରତିଦିନ ଓଡ଼ିଶାରୁ ଖଣି ଲୁଟୁଛନ୍ତି

ଭୁବନେଶ୍ୱର, ୨୦।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଡ଼ିଶାର ବିକାଶ ଲାଗି ପ୍ରସ୍ତୁତ କରୁଥିବା ଯୋଜନା ମଧ୍ୟରୁ ମୁଖ୍ୟତଃ ଖଣି ରାଜସ୍ବ ଉପରେ ସର୍ବାଧିକ ନିର୍ଭର କରିଥାଆନ୍ତି।...

ବିଜେଡି ନେତାଙ୍କ ଭୋଜି: ନେତୃତ୍ୱକୁ ବିରୋଧ ଚର୍ଚ୍ଚା…..

ଭୁବନେଶ୍ୱର,୨୦।୧୨(ସୁନିତ୍‌ ମିଶ୍ର):ବିଜେଡିର କେତେଜଣ ପୂର୍ବତନ ବିଧାୟକ ଏବଂ ଗତ ନିର୍ବାଚନରେ ପରାଜିତ ନେତା ଭୁବନେଶ୍ୱର ଉପକଣ୍ଠରେ ଏକାଠି ହୋଇ ଏକ ଭୋଜିର ଆୟୋଜନ କରିଥିଲେ। ଏହି...

ସରକାରଙ୍କ ବଡ଼ ଘୋଷଣା: ପ୍ରତି ବ୍ଲକରେ ଖୋଲିବ…

ଭୁବନେଶ୍ୱର,୨୦ା୧୨ (ସୁଚିସ୍ମିତା ସାହୁ):ଓଡ଼ିଶାରେ ଉଚ୍ଚଶିକ୍ଷାର ବିକାଶକୁ ନେଇ ଓଡ଼ିଶା ଭିଜନ ଡକ୍ୟୁମେଣ୍ଟ ୨୦୩୬ ଓ ୨୦୪୭ରେ ୪ଟି ପ୍ରମୁଖ ମାନଦଣ୍ଡକୁ ସ୍ଥାନିତ କରାଯାଇଛି। ଉଚ୍ଚଶିକ୍ଷା କ୍ଷେତ୍ରରେ...

IGIରେ ଯାତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ କଲେ ଏୟାର ଇଣ୍ଡିଆ ଏକ୍ସପ୍ରେସର ପାଇଲଟ, ମାଡ଼ ମାରି….

ନୂଆଦିଲ୍ଲୀ,୨୦ା୧୨: ପୁଣି ଏୟାରଲାଇନ୍ସ ନାଁରେ ଏକ ଅଭିଯୋଗ ସାମ୍ନାକୁ ଆସିଛି । ସ୍ପାଇସଜେଟର ଜଣେ ଯାତ୍ରୀ ଏକ ଇନଷ୍ଟାଗ୍ରାମ ପୋଷ୍ଟରେ କହିଛନ୍ତି ଯେ ଏୟାର ଇଣ୍ଡିଆ...

ବିବାହିତ ମହିଳାଙ୍କ ପ୍ରେମରେ ପଡିଥିଲେ ନାବାଳକ, ଦେଖାକରିବାକୁ ଯାଇ…

ବିଞ୍ଝାରପୁର, ୨୦ା୧୨(ରାମକୃଷ୍ଣ ଦାସ): ପ୍ରେମ ପାଇଁ ଆସିଥିବା ଜଣେ ନାବାଳକ ପ୍ରେମିକଙ୍କ ଝୁଲନ୍ତା ମୃତଦେହକୁ ବିଞ୍ଝାରପୁର ଥାନା ଅଞ୍ଚଳର ପ୍ରେମିକାଙ୍କ ଘର ନିକଟରୁ ଶୁକ୍ରବାର ପୂର୍ବାହ୍ନରେ...

ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଛି ଗଛକଟା: ଉଦ୍‌ବେଗ ପ୍ରକାଶ କଲେ ପରିବେଶବିତ୍‌

ବାରିପଦା,୨୦ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ମୁଖ୍ୟାଳୟ ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଜିଲା ପ୍ରଶାସନ ପକ୍ଷରୁ ଅନେକ ହଜାର ଗଛ କଟାଯାଉଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri