ଅସୁସ୍ଥ ଶାବକକୁ ଛାଡ଼ି ପଳାଇଲା ମା’ ହାତୀ: ଉଦ୍ଧାର ପରେ ବନବିଭାଗକୁ ହସ୍ତାନ୍ତର କଲେ ଗ୍ରାମବାସୀ

ପରଜଙ୍ଗ,୧୪।୯(ଡି.ଏନ୍‌.ଏ.): ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ବାଇଗିଣିଆ ଗ୍ରାମ ଦଳିତ ବସ୍ତି ପାଖ ପଡିଆରୁ ଶନିବାର ଗ୍ରାମବାସୀ ଏକ ଅଣ୍ଡିରା ହାତୀ ଶାବକକୁ ଉଦ୍ଧାର କରିଛନ୍ତି। ଶାବକଟିର ବୟସ ପ୍ରାୟ ଏକ ମାସ ହେବ ବୋଲି କୁହାଯାଉଛି। ତେବେ ନାଭିରେ ସଂକ୍ରମଣ ହୋଇଯାଇଥିବାରୁ ସେ ଅସୁସ୍ଥ ହୋଇ ଠିକ୍‌ ଭାବେ ଚାଲି ପାରୁନାହିଁ। ତେଣୁ ତାହାର ଚିକିତ୍ସା କରାଯାଉଛି। ବର୍ତ୍ତମାନ ବନବିଭାଗ ପକ୍ଷରୁ ଶାବକଟିର ଚିକିତ୍ସା କରାଯାଉଥିବା ଜଣାପଡ଼ିଛି।

ସୂଚନାନୁଯାୟୀ, ଉକ୍ତ ଅଞ୍ଚଳରେ ଶୁକ୍ରବାର ଏକ ହାତୀ ପଲ ଥିବା ବେଳେ ଅସୁସ୍ଥ ଶାବକଟିକୁ ଛାଡ଼ି ମା’ ହାତୀ ପଳାଇଛି। ଗ୍ରାମବାସୀ ସକାଳେ ଏହା ଦେଖିବା ପରେ ଶାବକଟିକୁ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କରିଥିଲେ। ମହାବିରୋଡ଼ ରେଞ୍ଜର ହରମୋହନ ନାୟକ, ଡିହଡୋଳ ଫରେଷ୍ଟର ରାମଚନ୍ଦ୍ର ରାଉତ, ଗାର୍ଡ ଲୁସ୍ପିତା ସିଂ ପ୍ରମୁଖ ପହଞ୍ଚି ଶାବକକୁ ଆଣି ପରଜଙ୍ଗ ପ୍ରାଣୀ ଚିକିତ୍ସାଳୟରେ ଚିକିତ୍ସା କରାଇଛନ୍ତି। ଉକ୍ତ ହାତୀ ଶାବକଟିକୁ ପ୍ରାଣୀ ଚିକିତ୍ସା ଅଧିକାରୀ ଡ ରଞ୍ଜିତ କୁମାର ସାହୁ ଓ ସହକାରୀ ପ୍ରାଣୀ ଚିକିତ୍ସକ ସରୋଜ ମହାନ୍ତି ଚିକିତ୍ସା କରିଥିଲେ। ଖବର ପ୍ରଚାରିତ ହେବା ପରେ ତାକୁ ଦେଖିବାକୁ ଗ୍ରାମବାସୀଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରମୁଖ ଦଳର ଟିକେଟ୍‌ ଘୋଷଣା ପରେ ଆତସବାଜିରେ କମ୍ପିଲା ନିରାକାରପୁର

ନିରାକାରପୁର,୨୭ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଶନିବାର ଅପରାହ୍ନରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ପ୍ରଶାନ୍ତ କୁମାର ଜଗଦେବଙ୍କୁ ପ୍ରାର୍ଥୀ କରିଥିବା...

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ

ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା।...

ସାଲେପୁରରୁ ଟିକେଟ ମିଳିବା ପରେ ଏମିତି ପ୍ରତିକ୍ରିୟା ଦେଲେ ଅରିନ୍ଦମ, କହିଲେ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ତାଲିକାରେ ସାଲେପୁରରୁ ଅରିନ୍ଦମ ରାୟଙ୍କୁ ଟିକେଟ ମିଳିଛି।...

ଗୌତମବୁଦ୍ଧଙ୍କୁ ଟିକେଟ୍‌, ଅନନ୍ତ ଦାସଙ୍କ ପୁଅ ନିରାଶ

ଭୋଗରାଇ,୨୭।୪: ୩ଟି ଆସନରେ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଗୌତମବୁଦ୍ଧ ଦାସଙ୍କୁ ଟିକେଟ୍‌ ମିଳିଛି। ଗୌତମଙ୍କୁ ଭୋଗରାଇ ଆସନରୁ ଟିକେଟ୍‌ ମିଳିଛି।...

ତେଲକୋଇରୁ ଫକୀରମୋହନ, ଚମ୍ପୁଆରୁ ଲଢ଼ିବେ ମୁରଲୀ

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ଘୋଷଣା ହୋଇ ପାରୁ ନ ଥିବା ଚମ୍ପୁଆ ଏବଂ ତେଲକୋଇ ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ଶନିବାର ତା’ର...

ଏହି ୨ ବିଧାୟକଙ୍କ ଟିକେଟ୍‌ କାଟିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଜେଡି ପକ୍ଷରୁ ଶନିବାର ୩ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ଆସନରୁ ୨ ବିଧାୟକଙ୍କ ଟିକେଟ କଟିଥିବା ଦେଖାଯାଇଛି। ଖୋର୍ଦ୍ଧା...

୩ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୭ା୪: ଶନିବାର ବିଜେଡି ତା’ର ଆଉ ୩ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଭୋଗରାଇରୁ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଏବଂ ବେଗୁନିଆରୁ ପ୍ରଦୀପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri