ବ୍ରହ୍ମପୁର ଅଫିସ,୨୨ା୫: ବଡବଜାର ପୋଲିସ ଏକ ଡକାୟତ ଗ୍ୟାଙ୍ଗକୁ କାବୁ କରିଛି। ସୋମବାର ଥାନାଧିକାରୀ ପ୍ରଶାନ୍ତ ଭୂପତି ଏବଂ ତାଙ୍କ ଟିମ୍ ରାତ୍ରିକାଳୀନ ପାଟ୍ରୋଲିଂ କରୁଥିବା ବେଳେ ଶ୍ରୀକ୍ଷେତ୍ର ବିହାରରେ ବିଭିନ୍ନ ପ୍ରକାର ମାରଣାସ୍ତ୍ର ସହ ଏକତ୍ରିତ ହୋଇଥିବା ୬ ଜଣିଆ ଡକାୟତି ଗ୍ୟାଙ୍ଗକୁ ଧରିଥିଲେ। ସେମାନେ ହେଲେ ଗୋଷାଣୀନୂଆଗଁା ରାଜୀବନଗରର ଅଜୁ ସାହୁ, କାଳୁଆ ସାହିର ମନୋଜ ସାମନ୍ତରା, ଲାଞ୍ଜିପଲ୍ଲୀ ଢ଼ିପ ସାହିର ଶିବ ଘଣ୍ଟ, ଅକ୍ଷୟ ନାୟକ, କାଳୁଆ ବାଉରୀ ସାହିର ଜଗନ୍ନାଥ ଦାସ ଓ ଲାଞ୍ଜିପଲ୍ଲୀର ଦୀପକ ଚୌହାନ ବୋଲି ପୋଲିସ ସୂଚନା ଦେଇଛି। ଘଟଣାସ୍ଥଳରୁ ୨ଟି ଖଣ୍ଡା, ୪ ବୋମା ଜବତ କରିଛି। ଶ୍ରୀକ୍ଷେତ୍ରବିହାର ନିକଟରେ ଥିବା ଏକ ପେଟ୍ରୋଲ ପମ୍ପରେ ଡକାୟତି ପାଇଁ ଯୋଜନା କରୁଥିବା ପୋଲିସକୁ ଜେରା ବେଳେ ସେମାନେ କହିଥିବା ନେଇ ଥାନାଧିକାରୀ ଭୂପତି ସୂଚନା ଦେଇଛନ୍ତି। ମାମଲା ନଂ. ୮୪/୧୯ରେ ଗିରଫ ଡକାୟତଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ କରାଯାଇଛି।
ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର
ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...
‘ଲୋକେ ସଚେତନ ହେଲେ ଲୋପ ପାଇବ କୁସଂସ୍କାର’; ୩୬ତମ ବାର୍ଷିକ ଉତ୍ସବରେ…
ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସରସତୀ ଶିଶୁ ବିଦ୍ୟା ମନ୍ଦିର (ଡିହପଢାଳ) ର ୩୬ ତମ ବାର୍ଷିକ ଉତ୍ସବ ମଙ୍ଗଳବାର ସାଂରେ ପାଳିତ ହୋଇଯାଇଛି।...
ବଢୁଛି କୃଷି ଉତ୍ପାଦନ: କୃଷକ ଉତ୍ପାଦକ ସଂଘ କ୍ଷେତ୍ର ପରିଦର୍ଶନ କରି…
ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- କୃଷି ଓ କୃଷକଙ୍କ ଉନ୍ନତି ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ନୂଆ ନୂଆ ପଦକ୍ଷେପ ନେଉଛନ୍ତି। ଯୁବଚାଷୀଙ୍କୁ କୃଷି କ୍ଷେତ୍ର...
ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି
ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...
ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ
ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...
ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍; ମିଳିନି ପରିଚୟ…
ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...
ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ
ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...
ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ…
ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...
Archives


