ବାର୍‌ହା ମାରିବାକୁ ଯାଇ ଶିକାରୀ ମୃତ: ପୋଲିସକୁ ନ ଜଣାଇ ମୃତଦେହ ସତ୍କାର କଲେ ଗ୍ରାମବାସୀ, ପୋଲିସର ତନାଘନା

କେସିଙ୍ଗା, ୧୪।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧୀନ ପଲମଫାଣ୍ଡି ଅନ୍ତର୍ଗତ ଟକର୍ଲା ପଞ୍ଚାୟତ ରାଏଧୁନିପଦର ଗ୍ରାମର କେତେକ ଲୋକ ସଂଘବଦ୍ଧ ହୋଇ ନିକଟସ୍ଥ ବଜରଗଡ଼ ଜଙ୍ଗଲକୁ ଯାଇ ବାର୍‌ହା ଶିକାର କରୁଥିବା ସମୟରେ ଜଣେ ଶିକାରୀଙ୍କ ମୃତ୍ୟୁ ଘଟିଥିଲା। ସେ ହେଲେ ରାଜୁ ମାଝି। ଏହି ଘଟଣା ପରେ ଅନ୍ୟ ଶିକାରୀ ଓ ଗ୍ରାମବାସୀ ପୋଲିସକୁ ନ ଜଣାଇ ଶବ ସତ୍କାର କରିଥିଲେ। ମୃତ ରାଜୁ ମାଝିଙ୍କ ଭଉଣୀ ନିର୍ମଳା ଏହି ଘଟଣା ବିଷୟରେ ଜାଣି ଶୁକ୍ରବାର ଫାଣ୍ଡିରେ ଅଭିଯୋଗ କରିଛନ୍ତି। ପୋଲିସ ପହଞ୍ଚି କେସ୍‌ ନଂ .୨୪୭/ ୧୯ରେ ମାମଲା ରୁଜୁକରି ତଦନ୍ତ ଚଳାଇଛି।
ସୂଚନାଯୋଗ୍ୟ, ଉପରୋକ୍ତ ଗ୍ରାମର ୭ଜଣ ଶିକାରୀ ଗତ ମଙ୍ଗଳବାର ନିକଟସ୍ଥ ବଜ୍ରଗଡ଼ ଜଙ୍ଗଲକୁ ଶିକାର କରିବାକୁ ଯାଇଥିଲେ। ଏକ ବାର୍‌ହାକୁ ସଂଘବଦ୍ଧ ହୋଇ ଘେରିଥିଲେ। ବାର୍‌ହାକୁ ଗୁଳିମାରିବା ସମୟରେ ତାହା ବାର୍‌ହା ଦେହରେ ନ ବାଜି ଶିକାରୀ ରାଜୁଙ୍କ ଦେହରେ ବାଜିଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓମ୍‌ସା ଆନ୍ଦୋଳନ: ଘଣ୍ଟାଏ ବନ୍ଦ ରହିବ ରୋଗୀ ସେବା

ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

ବିଜେଡ଼ି ପ୍ରତିଷ୍ଠା ଦିବସରେ ଆଗାମୀ ପଞ୍ଚାୟତ-ସାଧାରଣ ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନେତା

ପାଟଣା,୨୬।୧୨,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜୁ ଜନତା ଦଳ (ବିଜେଡି)ର ପାଟଣା ନିର୍ବାଚନ ମଣ୍ଡଳୀ ସ୍ତରୀୟ ୨୯ତମ ପ୍ରତିଷ୍ଠା ଦିବସ ସାହାରପଡ଼ା ବ୍ଲକ ମୁଖ୍ୟାଳୟ...

ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍‌ପି

ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...

ଯାତ୍ରା ପୂବରୁ ଆଖିବୁଜିଲେ ଖଳନାୟକ, ଛାତିରେ ହେଲା ଯନ୍ତ୍ରଣା…

ନୂଆପଡ଼ା/ଜଗତସିଂହପୁର,୨୬।୧୨(ମକାରୁ ବେମାଲ ): ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ଆକସ୍ମିକ ଦେହାନ୍ତ ହୋଇଛି। ଅଭିନୟ କରିବାକୁ ନୂଆପଡ଼ା ଯାଇଥିବା ବେଳେ ହଠାତ୍‌ ଛାତିରେ ଯନ୍ତ୍ରଣା ହୋଇଥିଲା।...

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

ବାପଘରକୁ ଯାଇଥିଲେ ଫୁଲମତି, ଘର ଭାଙ୍ଗି ଆକ୍ରମଣ କଲା ହାତୀ: ଆଉ ତା’ପରେ…

ବଲାଙ୍ଗୀର ୨୬/୧୨ (ସୁନୀଲ କୁମାର ମହାନ୍ତି):ଖପ୍ରାଖୋଲ ବ୍ଲକ ଲାଠୋର ରେଞ୍ଜ ଅନ୍ତର୍ଗତ ବେନ୍ଦେର ପଞ୍ଚାୟତର ଚହକପଡ଼ା ଗ୍ରାମରେ ଗୁରୁବାର ରାତି ପ୍ରାୟ ୩ଟା ସମୟରେ ୩୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri