ଜିଏସ୍‌ଟି ଠକେଇ ରୋକିବାକୁ ଉଦ୍ୟମ: ନୂଆ ଡିଲରଙ୍କ ପାଇଁ ଆଧାର ଯାଞ୍ଚ ହେବ ବାଧ୍ୟତାମୂଳକ

ବାଙ୍ଗାଲୋର,୧୫-୯: ସାମଗ୍ରୀ ଏବଂ ସେବା ଟିକସ (ଜିଏସ୍‌ଟି) ବ୍ୟବସ୍ଥାରେ ହେଉଥିବା ଟିକସ ଠକେଇ ରୋକିବା ଦିଗରେ ସରକାର ନୂଆ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ଧାରାରେ ୨୦୨୦ ଜାନୁୟାରୀଠାରୁ ନୂଆ ଡିଲରଙ୍କ ଲାଗି ଆଧାର ଯାଞ୍ଚ ବାଧ୍ୟତାମୂଳକ କରାଯିବ। ପୂର୍ବରୁ ଏହା ଇଛାଧିନ ରହିଥିବା ବେଳେ ଆଧାର ପ୍ରମାଣନ(ଅଥେଣ୍ଟିକେଶନ)କୁ ବର୍ତ୍ତମାନ ଅନିବାର୍ଯ୍ୟ କରାଯାଇଥିବା ଜିଏସ୍‌ଟି ନେଟଓ୍ବର୍କ ମନ୍ତ୍ରୀ ଗୋଷ୍ଠୀର ମୁଖ୍ୟ ତଥା ବିହାର ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦି କହିଛନ୍ତି। ମିଥ୍ୟା ଇନ୍‌ଭଏସ ଦ୍ୱାରା ଲୋକମାନେ ଜିଏସ୍‌ଟିରେ ଠକେଇ କରୁଥିବା ଗତ ଦୁଇବର୍ଷ ହେବ ଦେଖିବାକୁ ମିଳୁଛି। ଏଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଆଧାରରେ ନୂଆ ପଦକ୍ଷେପ ନିଆଯାଇଛି ବୋଲି ମୋଦି ଏଠାରେ ଖବରଦାତାଙ୍କୁ ସୂଚନା ଦେଇଛନ୍ତି।
ସେ କହିଛନ୍ତି, ଯେଉଁମାନେ ଆଧାର ପ୍ରମାଣନ କରିବାକୁ ଅନିଛୁକ ସେମାନେ ଦସ୍ତାବିଜ ଭାବେ ଏହାକୁ ଦର୍ଶାଇ ପାରିବେ। ଏହି ପ୍ରକ୍ରିୟା ଲାଗି ୩ ଦିନ ସମୟ ଲାଗିବ। ରିଫଣ୍ଡିଂ ବର୍ତ୍ତମାନ ଏକ ପ୍ରମୁଖ ସମସ୍ୟା ଭାବେ ଉଭା ହୋଇଛି। ଚଳିତ ବର୍ଷ ସେପ୍ଟେମ୍ବର ୨୪ଠାରୁ ଏକକ ସୋର୍ସରୁ ଅନ୍‌ଲାଇନ ରିଫଣ୍ଡ ଧାରାକୁ ଶେଷ କରିବାକୁ ଜିଏସ୍‌ଟିଏନ୍‌ ନିଷ୍ପତ୍ତି ନେଇଛି। କେନ୍ଦ୍ରୀୟ ଜିଏସ୍‌ଟି ବା ରାଜ୍ୟ ଜିଏସ୍‌ଟିକୁ ବିଚାରକୁ ନେଇ ଏହା କରିବାକୁ ଯୋଜନା କରାଯାଇଛି। ୨୦୨୦ ଜାନୁୟାରୀ ପହିଲାଠାରୁ ନୂଆ ସରଳୀକୃତ ଜିଏସ୍‌ଟି ରିଟର୍ନ ସିଷ୍ଟମ ଶୁଭାରମ୍ଭ କରିବାକୁ ଜିଏସ୍‌ଟିଏନ୍‌ ପକ୍ଷରୁ ଯୋଜନା ଚୂଡାନ୍ତ କରାଯାଇଛି। ଚଳିତ ମାସ ୨୦ରେ ଗୋଆରେ ଅନୁଷ୍ଠିତ ହେବାକୁ ଥିବା ଜିଏସ୍‌ଟି ପରିଷଦ ବୈଠକରେ ଆଗାମୀ କାର୍ଯ୍ୟପନ୍ଥା ଗ୍ରହଣ କରାଯିବ ବୋଲି ସେ ମୋଦି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri