ମୋଦିଙ୍କ ଶାସନରେ ଗରିବ ଲାଭାନ୍ବିତ: ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୫।୯(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନରେ ଗରିବମାନେ ସର୍ବାଧିକ ଲାଭାନ୍ବିତ ହୋଇଛନ୍ତି। ଭୁବନେଶ୍ୱରଠାରେ ଶନିବାର ମୋଦିଙ୍କ ଜନ୍ମ ସପ୍ତାହ ଅବସରରେ ଭାଜପା ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ସେବା ସପ୍ତାହ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହା କହିଛନ୍ତି। ସ୍ଥାନୀୟ ଭରତପୁର ଅଞ୍ଚଳରେ ସେବା ସପ୍ତାହ ଉପଲକ୍ଷେ ରକ୍ତଦାନ ଶିବିର, ଭିନ୍ନକ୍ଷମମାନଙ୍କୁ ଉପକରଣ ବଣ୍ଟନ ଓ ସ୍ବାସ୍ଥ୍ୟ ଶିବିର ଆୟୋଜନ ସମୟରେ କେନ୍ଦ୍ରମନ୍ତ୍ରୀ ପ୍ରଧାନ ଜଳ ସଂରକ୍ଷଣ ସହ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବର୍ଜନ ଉପରେ ଗୁରୁତ୍ୱ ଦେଇଛନ୍ତି। ଏହି ୨ଟି ପଦକ୍ଷେପ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରତି ଉପଯୁକ୍ତ ସମ୍ମାନ ହେବ ବୋଲି ଧର୍ମେନ୍ଦ୍ର କହିଛନ୍ତି। ୧୨୫ କୋଟି ଜନତା ନିଜେ ଦାୟିତ୍ୱ ନେଇ ପାଦେ ଆଗକୁ ବଢାଇଲେ ସେବା ସପ୍ତାହର ପ୍ରକୃତ ଉଦ୍ଦେଶ୍ୟ ସାଧିତ ହେବ। ଆସନ୍ତା ୧୭ରେ ପ୍ରଧାନମନ୍ତ୍ରୀଙ୍କ ୬୯ ବର୍ଷ ପୂର୍ତ୍ତି ଅବସରରେ ଦେଶର ପ୍ରଧାନ ସେବକଙ୍କ ଆଦର୍ଶକୁ ଦେଶର ସାମାନ୍ୟ ଲୋକ ପାଳନ କରିବା ପାଇଁ ସେବା ଦିବସ ଅଭିଯାନ ପାଳନ କରାଯାଉଥିବା କେନ୍ଦ୍ର ମନ୍ତ୍ରୀ ଉଲ୍ଲେଖ କରିଥିଲେ। ଏହି ଅଭିଯାନ ଆସନ୍ତା ୨୦ ଯାଏ ଚାଲିବ। ସେହିପରି ସ୍ବାସ୍ଥ୍ୟ ଓ ରକ୍ତଦାନ ଶିବିର ପଞ୍ଚାୟତସ୍ତରରେ ମଧ୍ୟ ଚାଲିବ। ଏହିପରି କଳ୍ପନା ତଥା ବିଚାର ସଭାସମିତିରେ ସୀମିତ ନ ରହୁ। ସେହିପରି ସେବା ସପ୍ତାହ ବାର୍ତ୍ତାକୁ ସାମାଜିକ ଗଣମାଧ୍ୟମରେ ଲୋକମାନଙ୍କୁ ନିବେଦନ କରିବା ସହ ନିଜେ କରିଥିବା ସେବା କାର୍ଯ୍ୟର ଫଟୋ, ଫେସବୁକ୍‌ ଏବଂ ଟୁଇଟରରେ ଛାଡିବା ସହ ବନ୍ଧୁମାନଙ୍କୁ ପ୍ରେରିତ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାମୀ କାର ଭିତରେ ସିକ୍ରେଟ୍‌ ଚ୍ୟାମ୍ବର: ପୁଷ୍ପା ଷ୍ଟାଇଲରେ ଗଞ୍ଜେଇ ଚାଲାଣ ବେଳେ ମାଡ଼ିବସିଲା…

ବଲାଙ୍ଗୀର,୨୦।୧୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୨୬ ନଂ ଜାତୀୟ ରାଜପଥରେ ପୁଷ୍ପା ଷ୍ଟାଇଲରେ ଏକ କ୍ରେଟା କାରରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ମାଡ଼ିବସିଲା...

ଗୋଡ଼ି ଛାଣିଲେ ମିଳେ ପଇସା, ଆଶ୍ଚର୍ଯ୍ୟ ଲାଗିଲେ ବି…

ଯାଜପୁର ଟାଉନ, ୨୦ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ମାନବ ସମାଜରେ ସମସ୍ତେ ନିଜ ପେଟପାଟଣା ପାଇଁ କିଛି ନା କିଛି କର୍ମ କରି ଦୁଇ ପଇସା ରୋଜଗାର...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉବେଳେ ଅଣ୍ଡାମାଡ଼ କଲା ଯୁବ କଂଗ୍ରେସ

ଭୁବନେଶ୍ୱର,୨୦ା୧୨: ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି ଅଭିଯୋଗରେ ଗର୍ଜନ କରିଛି ଯୁବ କଂଗ୍ରେସ। ରାଜଧାନୀ ଭୁବନେଶ୍ବରରେ ବିକ୍ଷୋଭ ପ୍ରଦର୍ଶନ ସହ ଅଣ୍ଡାମାଡ଼ କରିଛି ଯୁବ...

୧୨ ବର୍ଷ ପରେ ବି ମିଳୁନି ସରକାରୀ ସୁବିଧା, ପ୍ରଶାସନିକ ଅବହେଳାର ଶିକାର ବଳିଆ

ଗଞ୍ଜାମ,୨୦ା୧୨(ଅନାଥ ତରାଇ): ସରକାରୀ ଯୋଜନା କାହା ପାଇଁ? ଯୋଗ୍ୟ ହିତାଧିକାରୀଙ୍କୁ ସୁବିଧା ଯୋଗାଇଦେବା କ୍ଷେତ୍ରରେ ପ୍ରଶାସନିକ ବିଫଳତାର ଏକ ନଗ୍ନଚିତ୍ର ଦେଖିବାକୁ ମିଳିଛି ଗଞ୍ଜାମ ବ୍ଲକ...

ଅଧାପନ୍ତରିଆ ଭିତ୍ତିଭୂମି, ପର୍ଯ୍ୟଟକ ନିରାଶ, ଜରାଜୀର୍ଣ୍ଣ ଅବସ୍ଥାରେ…

ଯାଜପୁର,୨୦ା୧୨(ହର୍ଷବର୍ଦ୍ଧନ ବେହେରା): ଏବେ ପିକ୍‌ନିକ୍‌ ଋତୁ। ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ସ୍ବତନ୍ତ୍ର ସ୍ଥାନ ଲାଭ କରିଥିବା ଯାଜପୁର ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀକୁ ପର୍ଯ୍ୟଟକମାନେ ବୁଲିବାକୁ ଆସୁଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଚଢ଼ାଉ, ଏକକାଳୀନ ୫ଟି ସ୍ଥାନରେ ରେଡ୍

ଜଗତସିଂହପୁର: ସକାଳୁ ସକାଳୁ ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଜଗତସିଂହପୁର ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଆୟ ବହିର୍ଭୂତ ସଂପତ୍ତି...

କାର୍‌ରେ ଗଞ୍ଜେଇ ଚାଲାଣ କରୁଥିଲେ ଦମ୍ପତି, ମାଡିବସିଲା ପୋଲିସ, ତା’ପରେ…

ମୋହନା,୨୦।୧୨( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ନଳାଘାଟ ଗାଁ ନିକଟରେ କାର୍‌ ସହ ୨୬ କିଲୋ ଗଞ୍ଜେଇ ଜବତ ହୋଇଛି। ଗଞ୍ଜେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri