ପୂର୍ବତନ ମୁଖ୍ୟ ଶାସନ ସଚିବ ନଳିନୀକାନ୍ତ ପଣ୍ଡାଙ୍କ ପରଲୋକ

ଭୁବନେଶ୍ୱର, ୧୫।୯(ବ୍ୟୁରୋ): ଓଡ଼ିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ନଳିନୀକାନ୍ତ ପଣ୍ଡାଙ୍କର ଶନିବାର ପରଲୋକ ହୋଇଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ସେ ହୃଦ୍‌ଘାତରେ ପ୍ରାଣ ହରାଇଛନ୍ତି। ତାଙ୍କୁ ୮୮ ବର୍ଷ ବୟସ ହୋଇଥିଲା। ସେ ଯାଜପୁରରେ ଜନ୍ମଗ୍ରହଣ କରିଥିଲେ। ରେଭେନ୍ସା କଲେଜରେ ସ୍ନାତକ କରିବା ପରେ ସେ ଦିଲ୍ଲୀ ସ୍କୁଲ ଅଫ ଇକୋନୋମିକ୍ସରୁ ସ୍ନାତକୋତ୍ତର ଡିଗ୍ରୀ ଅର୍ଜନ କରିଥିଲେ। ପଣ୍ଡା ଇଷ୍ଟ ଆଫ୍ରିକାରେ ଜାତିସଂଘର ମୁଖ୍ୟ ଉପଦେଷ୍ଟା ଭାବେ ୮ ବର୍ଷ ଦାୟିତ୍ୱ ତୁଲାଇଥିଲେ। ସେ ୫ ଅଗଷ୍ଟ ୧୯୮୭ରୁ ୩୧ ମେ ୧୯୮୯ ପର୍ଯ୍ୟନ୍ତ ଓଡ଼ିଶାର ମୁଖ୍ୟ ଶାସନ ସଚିବ ଥିଲେ। ମୃତ୍ୟୁ ଶଯ୍ୟା ନିକଟରେ ପତ୍ନୀ ସୁଧା ପଣ୍ଡା ଓ ୩ ପୁଅ, ଗୋଟିଏ ଝିଅ ଉପସ୍ଥିତ ଥିଲେ। ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ ଓ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷ ଶ୍ରୀ ପଣ୍ଡାଙ୍କ ବାସଭବନକୁ ଯାଇ ଶୋକସନ୍ତପ ପରିବାରକୁ ସମବେଦନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ

ଭୁବନେଶ୍ୱର ,୧୯।୧୨: ରାଜ୍ୟରେ ଶିକ୍ଷାକ୍ଷେତ୍ରର ବିକାଶ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। କେବଳ ପ୍ରାଥମିକ ଶିକ୍ଷା ପାଇଁ ଚଳିତବର୍ଷ ବଜେଟରେ ରେକର୍ଡ...

ଖଣ୍ଡଗିରିରୁ ଏମ୍ସ ହେବ ସ୍ବତନ୍ତ୍ର କରିଡର, ଆଉ ଭିଡ଼ରେ ଅଟକିବନି ଆମ୍ବୁଲାନ୍ସ

ଭୁବନେଶ୍ବର,୧୮।୧୨: ଆଉ ଭିଡରେ ଫସିବନି ଆମ୍ବୁଲାନ୍ସ । ଏନେଇ ପୂର୍ତ୍ତବିଭାଗ ସମୀକ୍ଷା ବୈଠକରେ ବଡ଼ ନିଷ୍ପତ୍ତି ହୋଇଥିବା ନେଇ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି ।...

୬,୧୧୭ ଷ୍ଟେଶନରେ ମାଗଣା ୱାଇ-ଫାଇ

ଭୁବନେଶ୍ୱର,୧୮।୧୨(ଅନୁରାଧା ମହାରଣା): ଭାରତୀୟ ରେଳପଥର ୬୧୧୭ ରେଳ ଷ୍ଟେଶନରେ ମାଗଣା ୱାଇ-ଫାଇ ସେବା ଯୋଗାଇ ଦିଆଯାଇଛି। ରେଳ ଷ୍ଟେଶନରେ ଏହି ସେବା ପାଇଁ ରେଳ ମନ୍ତ୍ରଣାଳୟ...

Featured Video Play Icon

୫୨ ବର୍ଷରେ ଧରିତ୍ରୀ

ପାଳିତ ହୋଇଯାଇଛି ଦୈନିକ ଓଡ଼ିଆ ଖବରକାଗଜ ଧରିତ୍ରୀର ୫୨ ତମ ଜନ୍ମ ବାର୍ଷିକୀ ଉତ୍ସବ । ଧରିତ୍ରୀର ପ୍ରତିଷ୍ଠା ଦିବସ ନଭେମ୍ବର ୨୪ରେ ଥିବାବେଳେ ବୁଧବାର...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

ମୋକିମ ବହିଷ୍କାର ବିବାଦ, କଥାହେଲେ କେନ୍ଦ୍ରୀୟ ନେତା

ଭୁବନେଶ୍ୱର,୧୭।୧୨:  କଂଗ୍ରେସରୁ ମୋକିମଙ୍କୁ ବହିଷ୍କାର କରିବା ପରେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି । ଅନେକ ନେତା ମୋକିମ ସପକ୍ଷରେ ବାହାରୁଥିବା ଦେଖାଯାଇଛି । ଏହାରି...

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri