Posted inRasifala

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୬ ତାରିଖ – Daily Horoscope

ମେଷ
ଆଜିର ଚନ୍ଦ୍ର ଗୁରୁଦୃଷ୍ଟିରେ ରହିଥିବାରୁ ଯାତ୍ରାରେ ଲକ୍ଷ୍ୟପୂରଣ ହେବା ସହ କର୍ମକ୍ଷେତ୍ରରେ, ପ୍ରଶଂସିତ ହେବେ । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିବାକୁ ମନସ୍ଥ କରିପାରନ୍ତି। ଆର୍ଥିକ ସ୍ଥିତି କ୍ରମଶଃ ବୃଦ୍ଧି ପାଉଥିବାରୁ ଜମିଜମା ବିକ୍ରି ସକାଶେ ଯୋଜନା କରିପାରନ୍ତି।
ବୃଷ
ବୃଷ
କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ ଭାଷଣ ସମସ୍ୟା ସୃଷ୍ଟିର ଏକମାତ୍ର ମୁଖ୍ୟ କାରଣ ହେବ। ରାଜନୈତିକ କ୍ଷେତ୍ରରେ ସାଂଗଠନିକ କାର୍ଯ୍ୟ ସକାଶେ ତପତ୍ରତା ବଢିପାରେ। ଦେବଦର୍ଶନର ସୁଯୋଗ ମିଳିପାରେ। କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ସାହିତ୍ୟ, ଚର୍ଚ୍ଚା ଓ ସାମ୍ବାଦିକତା କ୍ଷେତ୍ରରୁ ସୁନାମ ଅର୍ଜନ କରିପାରିବେ।
ମିଥୁନ
ମିଥୁନ
ଦୀର୍ଘ ଦିନରୁ ଆପଣ ମନେ ମନେ ଚି‘  କରିଥିବା କାମଗୁଡିକ ଆଜି ବାସ୍ତବରେ ଫଳପ୍ରଦ ହୋଇପାରିବ । ବନ୍ଧୁ ମାନଙ୍କ ମେଳରେ ଆଜିର ମନୋରନ କାର୍ଯ୍ୟକ୍ରମ ପ୍ରୀତିପ୍ରଦ ରହିବ । କଳା, ସାହିତ୍ୟ ଓ ରଚନାମତ୍କ କାଯର୍‌ୟରେ ଅଗ୍ରଗତି ଘଟିବ । ଅଫିସ୍‌ କାମର କେତେକ ଘଟଣାର ବିବରଣୀ ସମୂହ ଜାଣିଶୁଣି ସୁଦ୍ଧା ଚୁପ୍‌ ରହିବାକୁ ବାଧ୍ୟ ହେବେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତିି ପ୍ରକାଶ କରିପାରନ୍ତି। ଆବଶ୍ୟକତା ପୂରଣ କରିବା ଦିଗରେ ଋଣ ସୂତ୍ରରେ ଅର୍ଥ ଆନଜିପାରନ୍ତି। ବାଣିଜ୍ୟ,ବ୍ୟବସାୟରେ ପ୍ରତିବନ୍ଧକ ଲାଗି ରହିବାରୁ ବ୍ୟସ୍ତତା ପ୍ରକାଶ କରିପାରନ୍ତି। ସାହିତ୍ୟ,କଳା,କ୍ରୀଡା ପ୍ରଭୃତି ସହ ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ ।
ସି˚ହ
ସି˚ହ
ବିଭିନ୍ନ ସମସ୍ୟା ଲାଗି ରହିଥିବା କାରଣରୁ କୈାଣସି ନିଶ୍ଚିତ କାର୍ଯ୍ୟପନ୍ଥା ଗ୍ରହଣ କରିପାରିବେ ନାହିଁ । ବାଣିଜ୍ୟ, ବ୍ୟବସାୟ ଓ ଶିଳ୍ପ ଓ ଏଜେନ୍ସିପରୁ ଖୂସି ରହିବେ । ଆଜିର ଯାତ୍ରା ପ୍ରଶାସନ, ଆଇନ କଳା ସାହିତ୍ୟ କ୍ଷେତ୍ର ମନ୍ଦ ହେବନି । ଅର୍ଥ ଅଭାବ ଥିଲେ ମଧ୍ୟ ତାହାକୁ ବନ୍ଧୁଙ୍କ ସାହାଯ୍ୟକ୍ରମେ ସୁଧାରି ନେଇ ପାରିବେ ।
କନ୍ୟା
ବାରମ୍ବାର ଧୋକା ଖାଇ ଓ ସମସ୍ୟା ମଧ୍ୟରେ ଚଳିବା ସହ କାଯର୍‌ୟ ଗୁଡିକ ମଧ୍ୟ ଠିକ୍‌ ସମୟରେ ସମ୍ପନ୍ନ ହେବା କଷ୍ଟକର ହୋଇପଡିବ । ବନ୍ଧୁ ପ୍ରତିଶ୍ରୁତି ରକ୍ଷାକରି ଠିକ୍‌ ସମୟରେ ଆସି ସାହାଯ୍ୟ କରିବେ। ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢିପାରେ । ଯେତେ ଭଲ କାମ କଲେ କ’ଣ ହେବ, ଟିକିଏ ଟିକିଏ କଥାରେ ଚିହ୍ନା ପଡି ସମାଲୋଚିତ ହୋଇପାରନ୍ତି।
ତୁଳା
ତୁଳା
ଯେତେ ପ୍ରକାରର ଉପାୟ ଅବଲମ୍ବନ କଲେ ମଧ୍ୟ କାର୍ଯ୍ୟ ହାସଲ କରିବା ଦୂରୁହ ହୋଇପଡିବ। ଅପରାହ୍ନେ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି। ସରକାରୀ କାମ ଓ ପଦସ୍ଥ ବ୍ୟକ୍ତି ବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବ । ସ୍ବାସ୍ଥ୍ୟରେ ସାମାନ୍ୟ ଉନ୍ନତି ଦେଖାଯିବ। ଫଳରେ ଟେନସନ୍‌ କିିଛି ମାତ୍ରାରେ କମି ଯାଇପାରେ ।
ବିଛା
ବିଛା
ଦୀର୍ଘଦିନରୁ ଅପେକ୍ଷା କରିଥିବା କାମ ସମ୍ପର୍କରେ କିଛି ଆଶା ଜନକ ଖବର ପାଇ ସାମୟିକ ଖୁସୀ ହୋଇଯିବେ। ବନ୍ଧୁମାନଙ୍କ ସହ ଆଳାପ ଆଲୋଚନାରେ ଅଧିକ ସମୟ କଟିବ । ସଂଗଠନ, ରାଜନୀତି,ପ୍ରଶାସନ ପାଇଁ ଆଜି ଦିନଟି ବହୁତ ଭଲ । ଅନୁରାଧା ନକ୍ଷତ୍ରର ପ୍ରତ୍ୟେକ କ୍ଷେତ୍ରରେ ଦୁର୍ଭାବନା ବଢିଚାଲିବ।
ଧନୁ
ଧନୁ
ବିଶିଷ୍ଟବ୍ୟକ୍ତିଙ୍କ ପୃଷ୍ଠପୋଷକତା ଲାଭକରି କାର୍ଯ୍ୟ ହାସଲ କରିବେ । ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ । ଜିନିଷ ପତ୍ର ପ୍ରତି ସତର୍କ ରୁହନ୍ତୁ। ଆଜିର ଦୂରଯାତ୍ରା ସଫଳ ହେବ ଓ ଆଶା କରିଥିବା ଦିଗରୁ ଅର୍ଥଲାଭ ଘଟିବ । ପାରିବାରିକ କ୍ଷେତ୍ରରେ ଅସ୍ଥିରତାହିଁ ମାନସିକ ଅଶାନ୍ତିର କାରଣ ହୋଇପାରେ ।
ମକର
ମକର
ବହୁତ ଦିନରୁ ଚେଷ୍ଟା ଚଳାଇଥିବା କାମଟି କାମ ହାସଲ ହେବା କାରଣରୁ ମାନସିକ ସ୍ଥିତି ଏକ ପ୍ରକାର ଭଲ ରହିବ । ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରୁହନ୍ତୁ। ନତୁବା ଅଦଳ ବଦଳ ହୋଇ ଯାଇପାରେ । ବନ୍ଧୁଙ୍କ ଫେରିବାର ବିଳମ୍ବତାକୁ ଲକ୍ଷ୍ୟକରି ବ୍ୟସ୍ତ ହୋଇପଡିବେ । କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ।
କୁମ୍ଭ
କୁମ୍ଭ
ଅଫିସରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ । ଶିଳ୍ପ, ବାଣିଜ୍ୟ,ପରିବହନ ଓ ବ୍ୟବସାୟରେ ସଫଳତା ହାସଲ କରିବେ ା ଆର୍ଥିକ ଦୁଃସ୍ଥିତି ଚିନ୍ତା ଜନକ ପରିଣାମ ସୃଷ୍ଟି କରିବାର ଆଶଙ୍କା ରହିଛି । ଆମତ୍ୀୟସ୍ବଜନଙ୍କ ପରୋକ୍ଷ ଶତ୍ରୁତା ମନୋଭାବକୁ ଲକ୍ଷ୍ୟକରି ମାନସିକ ସ୍ତରରେ ଯନ୍ତ୍ରଣା ଅନୁଭବ କରବେ ।
ମୀନମୀନ
ଉପରିସ୍ଥଙ୍କ ଆଦେଶପ୍ରାପ୍ତ ହୋଇ ଆକସ୍ମିକ ଭାବରେ ଦୂରଯାତ୍ରାର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। ବନ୍ଧୁଙ୍କ ଅନୁରୋଧ କ୍ରମେ ଦୂରଯାତ୍ରା କରିବାକୁ ପଡ଼ିପାରେ। ଦୀର୍ଘ ପଥ ଭ୍ରମଣ ହେତୁକ କ୍ଳାନ୍ତି ଦେଖାଦେଇପାରେ । ଆଜିହିଁ ଶେଷ କରିବାକୁ ଭାବୁଥିବା କାମଟିକୁ ଶେଷ କରିପାରିବେନି ।

Enter your email to get our daily news in your inbox.

All Right Reserved By Dharitri.Com

ନୂଆ ମୁଖ୍ୟ ଶାସନ ସଚିବଙ୍କୁ ୧୫ ସୂତ୍ରୀ ନିର୍ଦେଶାବଳୀ ଦେଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧।୧: ଶାସନ ପ୍ରଶାସନକୁ କ୍ରିୟାଶୀଳ କରିବାକୁ ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ମୁଖ୍ୟମନ୍ତ୍ରୀ୧୫ ଦଫା ନିର୍ଦ୍ଦେଶନାମା ପ୍ରଦାନ କରିଛନ୍ତି। ଲକ୍ଷ୍ୟ ହାସଲ ପାଇଁ...

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନକିଣା, ସବୁ ଚାଷୀଙ୍କ ଆକାଉଣ୍ଟକୁ…

ଭୁବନେଶ୍ୱର,୧ା୧: ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଧାନକିଣା ଚାଲିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି। ସେ ପ୍ରତିକ୍ରିୟା ଦେଇ କହିଛନ୍ତି,...

ନୂଆବର୍ଷ ପାଳନବେଳେ ବଡ଼ଧରଣର ବିସ୍ଫୋରଣ: ଅନେକ ମୃତ

ବର୍ନ,୧।୧: ସ୍ବିଜରଲାଣ୍ଡ ପ୍ରସିଦ୍ଧ ସହର କ୍ରାନ୍ସ-ମୋଣ୍ଟାନାରେ ନୂତନ ବର୍ଷ ପାଳନ ସମୟରେ ଏକ ବାରରେ ବିସ୍ଫୋରଣ  ଘଟିଛି। ଅନେକ ଲୋକ ପ୍ରାଣ ହରାଇଛନ୍ତି ଏବଂ ଅନେକ...

ବର୍ଷର ଶେଷ ଦିନରେ ଜମିଲା ଆମିଷ ବଜାର, ୭ କୋଟିର ଖାଇଦେଲେ ରାଜଧାନୀବାସୀ

ଭୁବନେଶ୍ୱର,୧।୧(ଅନୁରାଧା ମହାରଣା)- ବର୍ଷର ଶେଷ ଦିନରେ ଭୁବନେଶ୍ୱରରେ ଆମିଷ ବ୍ୟବସାୟ ଜମିଥିଲା। ପ୍ରାୟ ୭ କୋଟି ୩୦ ଲକ୍ଷ ଟଙ୍କାର ଆମିଷ କିଣିଛନ୍ତି ଗ୍ରାହକ। ଖାସି...

ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...

ଟି-୨୦ ବିଶ୍ୱକପ ପାଇଁ ଶକ୍ତିଶାଳୀ ଦଳ ଘୋଷଣା କଲା ଅଷ୍ଟ୍ରେଲିଆ: ଟିମରେ ଧୁରନ୍ଧର ଖେଳାଳିଙ୍କ ଏଣ୍ଟ୍ରି

ନୂଆଦିଲ୍ଲୀ,୧।୧: ଅଷ୍ଟ୍ରେଲିଆ ୨୦୨୬ର ଆଇସିସି ପୁରୁଷ ଟି୨୦ ବିଶ୍ୱକପ ପାଇଁ ମିଚେଲ ମାର୍ଶଙ୍କ ନେତୃତ୍ୱରେ ୧୫ ଜଣିଆ ଦଳ ଘୋଷଣା କରିଛି। ସ୍ପିନର ମାଥ୍ୟୁ କୁହନେମାନ,...

ନ୍ୟୁୟର୍କ ସିଟି ପାଇଲା ପ୍ରଥମ ମୁସଲିମ ମେୟର, କୋରାନ ଉପରେ ହାତ ରଖି ନେଲେ ଶପଥ

ନୂଆଦିଲ୍ଲୀ,୧।୧: ନୂଆବର୍ଷରେ ନ୍ୟୁୟର୍କକୁ ମିଳିଲା ନୂଆ ମେୟର ।  ଗୁରୁବାର ସକାଳେ ନ୍ୟୁୟର୍କ ସହରରେ ଜୋହରାନ୍ ମାମଦାନି ୧୧୨ତମ ମେୟର ଭାବରେ ଶପଥ ଗ୍ରହଣ କରିଥିଲେ।...

ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ମିଡିୟୁବାନ୍ଦା ଜଳପ୍ରପାତ: VIDEO ଦେଖିଲେ ଲାଖି ଯିବ ଲାଖି

ଦାରିଙ୍ଗବାଡି,୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅନେକ ଜଳ ପ୍ରପାତ ରହିଛି। ସେଥିମଧ୍ୟରେ ଅନ୍ୟତମ ଜଳପ୍ରପାତ ହେଉଛି ମିଡିୟୁାନ୍ଦା ଜଳପ୍ରପାତ, ଯାହାକି ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri