Odisha Elections 2024

ବିଦ୍ୟୁତ୍‌ ତାର ଛିଣ୍ଡି ଅଙ୍ଗନୱାଡି କର୍ମୀ ଜଳିଯିବା ଘଟଣା: ୫ ବର୍ଷ ପରେ ମୃତକଙ୍କ ପରିବାରକୁ ମିଳିଲା କ୍ଷତିପୂରଣ

ଭବାନୀପାଟଣା,୧୬।୯(ସ୍ବ.ପ୍ର.) କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ପେନସୁର ଗ୍ରାମର ଦଶମିନା ମାଝି (୪୫) ଗତ ୨୦୧୪ ଅଗଷ୍ଟ ୧୩ ତାରିଖରେ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ ବରଣ କରିଥିଲେ। ଅଙ୍ଗନୱାଡି କର୍ମୀ ଥିବା ଦଶମିନା କେନ୍ଦ୍ର ନିକଟରେ ଥିବା ନଳକୂପରୁ ପାଣି ନେଉଥିବା ବେଳେ ହଠାତ୍‌ ୧୧ କେଭି ବିଦ୍ୟୁତ ତାର ତାଙ୍କ ଉପରେ ଛିଣ୍ଡିପଡିଥିଲା। ଫଳରେ ସେଠାରେ ଦଶମିନା ଜଳିଯାଇଥିଲେ। ଏପରି ଘଟଣା ସମ୍ପର୍କରେ ସାମାଜିକ କର୍ମୀ ଦିଲୀପ କୁମାର ଦାସ ଜାତୀୟ ମାନବିଧିକାର କମିଶନ (ଏନଏଚଆରସି)ରେ ଏକ ମାମଲା ରୁଜୁ କରିଥିଲେ। ଏନଏଚ୍‌ଆରସିଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସରକାର ମୃତା ଦଶମିନାଙ୍କ ସ୍ବାମୀ ଧନପତି ମାଝିଙ୍କୁ ୨ ଲକ୍ଷ ଟଙ୍କାର ଚେକ୍‌ ପ୍ରଦାନ କରିଛନ୍ତି। ପ୍ରଥମେ ରାଜ୍ୟ ସରକାର ଏହି ଘଟଣାରେ ଅବହେଳା କରୁଥିଲେ। କିନ୍ତୁ ମାନବିଧିକାର କମିଶନ ୨୨ ଫେବୃୟାରୀ ୨୦୧୯ରେ ମୁଖ୍ୟ ଶାସନ ସଚିବଙ୍କୁ ସମନ ଜାରି କରିବା ପରେ ସରକାର ଏହି ଅର୍ଥ ପ୍ରଦାନ କରିବା ସହ ବିଦ୍ୟୁତ୍‌ ବିଭାଗର ଲଲିତ ମେହେର ଓ ମନୋରଞ୍ଜନ ନାଏକଙ୍କ ବିରୋଧରେ ଚାର୍ଟସିଟ ଦାଖଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି-ଭାଜପା କର୍ମୀ ଗଣ୍ଡଗୋଳ: ୪ ଗିରଫ

ରାଉରକେଲା, ୧୯ା୫(ସଙ୍ଗୀତା ଜେନା): ରଘୁନାଥପାଲି ଥାନା ଅନ୍ତର୍ଗତ ଗଙ୍ଗାଧରପାଲି ବସ୍ତି ଅଞ୍ଚଳରେ ହୋଇଥିବା ବିଜେଡି ଓ ଭାଜପା ଗଣ୍ଡଗୋଳ ମାମଲାରେ ରବିବାର ପୋଲିସ ୨ଟି ପୃଥକ...

ଶାଢ଼ି ବାଣ୍ଟି ଧରାପଡ଼ିଲେ ୨ଯୁବକ

ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସୋମବାର ସାଧାରଣ ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ହେବ। ତେବେ ଭୋଟରଙ୍କୁ ନିଜ ସପକ୍ଷକୁ ଟାଣିବା ପାଇଁ ମତଦାନ ପୂର୍ବରୁ...

କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା, ବଜ୍ରପାତରେ…

ଆସିକା,୧୯ା୫(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଳା କୋଟିନଡା ଥାନା ଅନ୍ତର୍ଗତ ହୁମୁକି ଗ୍ରାମରେ ରବିବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ସହ ବଜ୍ରପାତ ହୋଇଥିଲା।...

ଗରମ ପେଜ ପଡ଼ି ପୋଲିଂ କର୍ମଚାରୀ ଆହତ

ଆସିକା/ଧରାକୋଟ,୧୯ା୫(ସୁରେନ୍ଦ୍ର ନାଥ ସାହୁ/ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଅଧୀନ ମଛାକୋଟ ପଞ୍ଚାୟତର ମଥୁରା ପଦନାପୁର ଗ୍ରାମର ଏକ ବୁଥରେ ଅଘଟଣ ଘଟିଛି।...

ଗାଁକୁ ଗାଁ ବୁଲି ଭୋଟ ଭିକ୍ଷା କଲେ ସୂର୍ଯ୍ୟବଂଶୀ

ଧାମନଗର,୧୯।୫(ଦେବେନ୍ଦ୍ର ଆନ୍ଦିଆ)-ଧାମନଗର ବିଧାନସଭା ଆସନ ପାଇଁ ଦ୍ୱିତୀୟ ଥର ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଅସୁରାଳି ଜୋନ୍‌ରେ ନିର୍ବାଚନ ପ୍ରଚାରକୁ ଜୋରଦାର...

ବିଜେଡି ନିର୍ବାଚନୀ ସଭାରେ ବିଡିଓଙ୍କ ଉପସ୍ଥିତି : ଅଭିଯୋଗ ଆଣିଲା ବିରୋଧୀ

ହାଟଡିହୀ,୧୯।୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ହାଟଡିହୀ ବ୍ଲକ ଛେନାପଦୀଠାରେ ରବିବାର ବିଜେଡି ପକ୍ଷରୁ ଏକ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ...

“ଯଦି ସୁଯୋଗ ମିଳେ, ମନା କରିବି ନାହିଁ”: ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ନେଇ ଜୁଏଲ ଓରାମଙ୍କ ବୟାନ

ଭୁବନେଶ୍ୱର,୧୯ା୫: ଓଡ଼ିଶାରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ହେବ ତାକୁ ନେଇ କଳ୍ପନା ଜଳ୍ପନା ଚାଲିଥିବା ବେଳେ ସୁନ୍ଦରଗଡ଼ ଏମପି ତଥା ଭାଜପାର ଲୋକ ସଭା...

ନିଆଁ ଲାଗି ଜଳିଗଲା ୨ ବଖରା ଘର: ଲିଭାଇବା ବେଳେ ୨ ଆହତ

ବାସୁଦେବପୁର,୧୯।୫(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକା ସୁରେଶ୍ୱରପୁର ଗ୍ରାମର ୮ ନଂ. ୱାର୍ଡରେ ରବିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ଶାନ୍ତିଲତା ବେହେରାଙ୍କ ୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri