ଗୋଦାବରୀ ନଦୀରେ ଲଞ୍ଚ ବୁଡି ଘଟଣା:ନିଖୋଜଙ୍କୁ ଖୋଜୁଛି ବାୟୁସେନା, ନୌସେନା

ମାଲକାନଗିରି,୧୭-୯(ଡି.ଏନ୍‌.ଏ.):ମାଲକାନଗିରି ଜିଲା ସୀମାନ୍ତବର୍ତ୍ତୀ ଆନ୍ଧ୍ର ପ୍ରଦେଶରେ ପୂର୍ବ ଗୋଦାବରୀ ନଦୀରେ ରବିବାର ଲଞ୍ଚ ବୁଡି ୫୦ ଜଣ ନିଖୋଜ ହୋଇଯାଇଥିଲେ। ସେମାନଙ୍କ ମଧ୍ୟରୁ ୧୨ ଜଣଙ୍କ ମୃତଦେହ ଊଦ୍ଧାର କରାଯାଇଥିଲା। ସୋମବାର ଅନ୍ୟ ନିଖୋଜମାନଙ୍କୁ ଖୋଜିବା ଲାଗି ବାୟୁସେନା ଓ ନୌସେନାର ହେଲିକେପ୍ଟର ଓ ଓଡ୍ରାଫ୍‌ ଟିମ୍‌ ନିୟୋଜିତ ହୋଇଛନ୍ତି। ତଲାସି ଅଭିଯାନ ଜାରି ରହିଛି। ଗୋଦାବରୀ ନଦୀରେ ଉକ୍ତ ଲଞ୍ଚ ପ୍ରାୟ ୩ଶହ ଫୁଟ ପାଣି ତଳେ ବୁଡି ଯାଇଥିଲା। ଏହାକୁ ନୌସେନା ପକ୍ଷରୁ ସୋମବାର ସକାଳେ ଠାବ କରାଯାଇଛି। ଦେବୀପଟଣା ପୋଲାଭରମ୍‌-୩ଠାରେ ତିନୋଟି ହେଲିକେପ୍ଟର ନିୟୋଜିତ ହୋଇଛି। ୬ଟି ଅଗ୍ନିଶମ ବିଭାଗ ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି। ୮ଟି ଏୟାର ବୋଟ୍‌, ୧୨ଟି ଆସ୍କା ଲାଇଟ୍‌, ଦୁଇ କମ୍ପାନୀ ଏନ୍‌ଡିଆର୍‌ଏଫ୍‌, ୩ କମ୍ପାନୀ ଏସ୍‌ଟିଆର୍‌ଏଫ୍‌, ଭାରତୀୟ ନୌସେନାର ଗଭୀର ବୁଡାଳି ଦଳ, ଦୁଇଟି ନୌସେନା ହେଲିକେପ୍ଟର,ଗୋଟିଏ ଓଏନ୍‌ଡିସିର ହେଲିକେପ୍ଟର ଏବଂ ଉତ୍ତରାଖଣ୍ଡରୁ ୬ଜଣ ସ୍ବତନ୍ତ୍ର ଏସ୍‌ଡିଆର୍‌ଏଫ୍‌ ଦଳମଧ୍ୟ ପହଞ୍ଚତ୍ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ତେବେ ଲଞ୍ଚ ମଧ୍ୟରେ ମୃତଦେହ ଥିବା ଆଶଙ୍କା କରାଯାଉଛି। ସୋମବାର ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌. ଜଗନମୋହନ ରେଡ୍ଡି ହେଲିକେପ୍ଟର ଯୋଗେ ଘଟଣା ସ୍ଥଳକୁ ପହଞ୍ଚତ୍ ଉଦ୍ଧାର କାର୍ଯ୍ୟ ତଦାରଖ କରିଛନ୍ତି। ତେଲେଙ୍ଗାନା ମନ୍ତ୍ରୀ ଟି. ଦୟାକର ରାଓ ମଧ୍ୟ ଘଟଣା ସ୍ଥଳରେ ପହଞ୍ଚତ୍ଛନ୍ତି। ଆନ୍ଧ୍ର ଡିଜି ଘଟଣାର ତଦନ୍ତ କରୁଛନ୍ତି। ବୋଟ ମାଲିକଙ୍କ ନାମରେ ମକଦ୍ଦମା ରୁଜୁ କରାଯାଇଛି। ନିଖୋଜମାନଙ୍କ ମଧ୍ୟରୁ ଅଧିକାଂଶ ଆନ୍ଧ୍ର ପ୍ରଦେଶ ଓ ତେଲେଙ୍ଗାନା ରାଜ୍ୟର ବୋଲି ଜଣାପଡିଛି। ତେବେ ବର୍ତ୍ତମାନ ସୁଦ୍ଧା ପର୍ଯ୍ୟଟକମାନଙ୍କ ସଠିକ୍‌ ଠିକଣା ମିଳଇିନାହିଁ। ସୂଚନାଯୋଗ୍ୟ ଯେ, ରବିବାର ଏକ ଲଞ୍ଚ ଦେବିପଟ୍ଟମଠାରୁ ୬୦ଜଣ ପର୍ଯ୍ୟଟକଙ୍କୁ ନେଇ ଗୋଦାବରୀ ନଦୀରେ ଥିବା ପାପିକୋଣ୍ଡାଲୁ ପର୍ଯ୍ୟଟନ ସ୍ଥଳକୁ ଯାଉଥିଲା। କାଚୁଲୁରୁ ନିକଟରେ ଘୂର୍ଣ୍ଣିଝଡ ଯୋଗୁ ଲଞ୍ଚ ଭାରସାମ୍ୟ ହରାଇ ବୁଡି ଯାଇଥିଲା। ତେବେ ବର୍ତମାନ ସୁଦ୍ଧା ୧୧ଟି ମୃତଦେହ ଉଦ୍ଧାର କରାଯାଇଛି। ତେବେ ସରକାରୀ ଭାବେ ୨୪ ଜଣ ନିଖୋଜ ଥିବା କୁହାଯାଉଛି। ଏ ସମ୍ପର୍କରେ ଆନ୍ଧ୍ରପ୍ରଦେଶ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ନିର୍ବାହୀ ନିର୍ଦ୍ଦେଶକ ଶାନ୍ତିସ୍ବରୂପ କହିଛନ୍ତି ଯେ, କେନ୍ଦ୍ରରୁ ଉଦ୍ଧାରକାରୀ ଦଳ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ସମସ୍ତ ପର୍ଯ୍ୟଟକ ଆନ୍ଧ୍ର ପ୍ରଦେଶ ରାଜଧାନୀ ଅମରାବତୀ ଅଞ୍ଚଳର ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ପାଇଁ ପ୍ରତିବାଦ: ଗରା, ବାଲଟି ରଖି ରାସ୍ତା ଅବରୋଧ କଲେ ମହିଳା

ପାଟଣା:୪।୫(ବୀର କିଶୋର ଦାଶ): ପାନୀୟ ଜଳ ଯୋଗାଣ ଦାବିରେ କେନ୍ଦୁଝର ଜିଲା ପାଟଣା କେନ୍ଦେଇପଶି ରାସ୍ତାର ଟାଙ୍ଗରପଡ଼ା ଛକରେ ଶନିବାର ଶତାଧିକ ମହିଳା ରାସ୍ତା ଉପରେ...

ଭୁବନେଶ୍ୱରରେ ପହଞ୍ଚିଲେ ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର

ଭୁବନେଶ୍ୱର,୪।୫: ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ଶନିବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଜୟଶଙ୍କର ଦୁଇ ଦିନ ଓଡ଼ିଶାରେ ରହିବେ। ମିଳିଥିବା ସୂଚନାନୁଯାୟୀ, ଆଜି ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ...

ଅନ୍ତିମ ସଂସ୍କାର ବେଳେ ମହୁମାଛି ଆକ୍ରମଣ: ୪ ଗୁରୁତର

ଜଳେଶ୍ୱର,୪।୫(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଳକ ଡେମୁରିଆ ଗାଁ ମଶାଣିରେ ଶନିବାର ଏକ ଅଘଟଣ ଘଟିଛି। ଗାଁ ମଶାଣିରେ ଅନ୍ତମ ସଂସ୍କାର ଚାଳିଥିବା ବେଳେ...

୫୦ ଯାତ୍ରୀଙ୍କୁ ଧରି ଯାଉଥିଲା ବସ୍‌: ବାଟରେ ଦୁର୍ଘଟଣା

ଜଳେଶ୍ୱର,୪।୫(ନବୀନ ସାହୁ): ୧୬ ନମ୍ବର ଜାତୀୟ ରାଜପଥ ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ଇନ୍ଦିରା ଛକ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଶନିବାର ସକାଳେ...

ଟିକେଟ୍‌ ଫେରାଇଲେ ପୁରୀ ଏମ୍‌ପି ପ୍ରାର୍ଥୀ ସୁଚରିତା ମହାନ୍ତି, ଜାଣନ୍ତୁ କାରଣ…

ଭୁବନେଶ୍ୱର,୪।୫: କଂଗ୍ରେସ ଟିକେଟ୍‌ ଫେରାଇଲେ ପୁରୀ ଏମ୍‌ପି ପ୍ରାର୍ଥୀ ସୁଚରିତା ମହାନ୍ତି।ଦଳ ଫଣ୍ଡିଂ ନ ଦେବାରୁ ଟିକେଟ୍‌ ସୁଚରିତା ଫେରାଇଥିବା ନେଇ ଆଇସିସିକୁ ଜଣାଇଛନ୍ତି। ବିନା...

ଲୋକବଳ, ଧନବଳ ମଧ୍ୟରେ ଲଢ଼େଇ: ଧର୍ମେନ୍ଦ୍ର

ଢେଙ୍କାନାଳ,୪ା୫(ରତନ ନାୟାର): ଓଡ଼ିଶା ସରକାରଙ୍କ ବିରୋଧରେ ପ୍ରବଳ ଜନମତ ଦେଖାଦେଲାଣି। ଦୁର୍ନୀତିଗ୍ରସ୍ତଙ୍କୁ ବିଜେଡି ପ୍ରାର୍ଥୀ କରିଛି। ଚଳିତ ନିର୍ବାଚନରେ ଧନବଳ ଓ ଲୋକବଳ ମଧ୍ୟରେ ଲଢ଼େଇ...

ଧର୍ମଶାଳା, ବରୀରେ ସ୍ବାଧୀନ ପ୍ରାର୍ଥୀଙ୍କ ଉପରେ ନଜର

ରସୁଲପୁର,୪ା୫(ରଂଜିତ ରାଉତ):  ଯାଜପୁର ସଂସଦୀୟ କ୍ଷେତ୍ର(ସଂ) ଅଧୀନ ବରୀ ଓ ଧର୍ମଶାଳା ବିଧାନସଭା ନିବର୍ର୍ାଚନମଣ୍ଡଳୀରେ ସ୍ବାଧୀନ ପ୍ରାର୍ଥୀଙ୍କ ଉପରେ ସମସ୍ତଙ୍କ ନଜର ରହିଥିବା ଚର୍ଚ୍ଚା ହେଉଛିି।...

ନୀଳଗିରିରେ ସୁକାନ୍ତ-ସନ୍ତୋଷ ଲଢ଼େଇ

ନୀଳଗିରି, ୪।୫(ପ୍ରଶାନ୍ତ ବିଶ୍ୱାଳ): ଭାଜପାର ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ନୀଳଗିରିରୁ ଭାଜପାର ପ୍ରାର୍ଥୀ ହୋଇଛନ୍ତି ସନ୍ତୋଷ ଖଟୁଆ। ନୀଳଗିରିରୁ ବିଜେଡି ସୁକାନ୍ତ ନାୟକଙ୍କୁ ଟିକେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri