ଅକ୍ଟୋବର ୬ରେ ହେବ ମା’ ମାଣିକେଶ୍ୱରୀଙ୍କ ଛତରଯାତ୍ରା; ଶାନ୍ତି ଶୃଙ୍ଖଳାର ସହ ପାଳନ ଉପରେ ଗୁରୁତ୍ୱ

ଭବାନୀପାଟଣା,୧୯।୯(ଡି.ଏନ.ଏ.) କଳାହାଣ୍ଡିର ଇଷ୍ଟଦେବୀ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ଓ ଦଶହରା ପୂଜା ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ବୁଧବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି । କଳାହାଣ୍ଡି ଜିଲାପାଳ ଡା. ଗାଭିଲ ପରାଗ ହର୍ଷଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିରୋଧୀ ଦଳ ନେତା ତଥା ଭବାନୀପାଟଣା ବିଧାୟକ ପ୍ରଦୀପ୍ତ ନାଏକ, ଅତିରିକ୍ତ ଜିଲାପାଳ ଶରତ ଚନ୍ଦ୍ର ଶ୍ରୀଚନ୍ଦନ, ସିଡିଏମ୍‌ଓ ଡା. ବନଲତା ଦେବୀ, ଉପଜିଲାପାଳ ଭବାନୀପାଟଣା ମିରର୍ଦ୍ଧା ଟପୋ, ଡେପୁଟି କଲେକ୍ଟର ସୁରେନ୍ଦ୍ର ନାଥ ତ୍ରିପାଠୀ, ଜିଲା ସଂସ୍କୃତି ଅଧିକାରୀ ତଥା ଡିଆଇପିଆରଓ ଅର୍ପିତା ବେହେରା, ଏସଡିପିଓ ରମେଶ ଚନ୍ଦ୍ର ସେଠୀ, ଟାଉନ ଥାନା ଆଇଆଇସି ବାସୁଦେବ ଛତ୍ରିଆଙ୍କ ସମେତ ସହରର ବିଭିନ୍ନ ବର୍ଗର ବୁଦ୍ଧିଜୀବୀ, ବିଭିନ୍ନ ଦୁର୍ଗାପୂଜା କମିଟି କର୍ମକର୍ତ୍ତା ପ୍ରମୁଖ ଯୋଗଦାନ କରି ଛତର ଯାତ୍ରା ଓ ଦୁର୍ଗା ପୂଜାକୁ ଶାନ୍ତି ଶୃଙ୍ଖଳାର ସହ ପାଳନ କରିବାକୁ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା କରିଥିଲେ। ଚଳିତବର୍ଷ ଛତରଯାତ୍ରା ଅକ୍ଟୋବର ୬ ତାରିଖରେ ଅନୁଷ୍ଠିତ ହେବା ପାଇଁ ରାଜ ପ୍ରସାଦ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏଥି ନିମନ୍ତେ ସହରର ଯେଉଁ ରାସ୍ତା ଦେଇ ଛତର ଯିବେ ବିଶେଷ କରି ଜେନାଖାଲରୁ ଭାଗିରଥି ହୋଟେଲ, ଭାଗିରଥି ହୋଟେଲରୁ ମାଣିକେଶ୍ୱରୀ ମନ୍ଦିର ପର୍ଯ୍ୟନ୍ତ ରାସ୍ତାରେ ଖାଲୁଆ ସ୍ଥାନ ମରାମତି କରିବା ପାଇଁ ପୂର୍ତ୍ତ ବିଭାଗ, ଜାତୀୟ ରାଜପଥ ବିଭାଗ ଓ ପୌର ପରିଷଦକୁ ନିର୍ଦ୍ଦେଶ ଦିଆଯାଇଛି । ଯାତ୍ରା ସମୟରେ ଯାତ୍ରୀମାନଙ୍କ ପିଇବା ପାଣି ବ୍ୟବସ୍ଥା କରିବାକୁ ଜନସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ସହରର ବଦାନ୍ୟ ବ୍ୟକ୍ତିମାନଙ୍କୁ ମଧ୍ୟ ଅନୁରୋଧ କରାଯିବା ସକାଶେ ବୈଠକରେ ନିଷ୍ପତ୍ତି ନିଆଯାଇଛି। ସହରରେ ସଫା ସୁତୁରା ପାଇଁ ପୌର ପରିଷଦକୁ ଦାୟିତ୍ୱ ଦିଆଯାଇଛି। ଜିଲା ସ୍ବାସ୍ଥ୍ୟ ବିଭାଗ ଦୁଇ ଗୋଟି ଆମ୍ବୁଲାନ୍ସ ଗାଡି ଯୋଗାଇ ସହ ପୂର୍ବ ସନ୍ଧ୍ୟାରୁ ୨ଟି ଫାଷ୍ଟେଡ୍‌ ସେଣ୍ଟର ବ୍ୟବସ୍ଥା କରାଯିବା ସ୍ଥିର କରାଯାଇଛି । ଯାତ୍ରା ସମୟରେ ଶାନ୍ତି ଶୃଙ୍ଖଳା, ଗାଡିପାର୍କିଙ୍ଗ, ଟ୍ରାଫିକ ବ୍ୟବସ୍ଥା ପରିଚାଳନା ପାଇଁ ଜିଲା ପୋଲିସ ବିଭାଗକୁ ଦାୟିତ୍ୱ ଦିଆଯାଇଛି। ଏହି ପାର୍ବଣ ଉତ୍ସବ ସମୟରେ ବିଦ୍ୟୁତ୍‌ ସରବରାହ ବନ୍ଦ ନ କରାଯାଇ ଜନସାଧାରଣଙ୍କ ଦାବିକୁ ଜିଲାପାଳ ଗ୍ରହଣ କରି ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସେହିଭଳି ଦଶହରା ପୂର୍ବରୁ ୫ ଓ ୬ ତାରିଖ ଅବକାରୀ ବିଭାଗ ସମସ୍ତ ମଦ ଦୋକାନକୁ ବନ୍ଦ କରିବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଥିଲା । ଛତର ଯାତ୍ରା ସମୟରେ ବଳିପ୍ରଥା ବନ୍ଦ କରିବାକୁ ଜନସାଧାରଣଙ୍କୁ ସଚେତନ କରିବା ସକାଶେ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରିବା ପାଇଁ ସ୍ଥିର କରାଯାଇଛି। ଦୁର୍ଗାପୂଜା ମେଢ ବସାଣି ପାଇଁ ଅତିରିକ୍ତ ଜିଲାପାଳ ଓ ଉପଜିଲାପାଳ ଭବାନୀପାଟଣା ଏକ ସ୍ବତନ୍ତ୍ର ବୈଠକ ଦୁର୍ଗାପୂଜା କମିଟି ଓ ସାଂସ୍କୃତିକ ଦଳ କର୍ମକର୍ତ୍ତାମାନଙ୍କୁ ପୁଣି ଏକ ବୈଠକ କରିବାକୁ ସ୍ଥିର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ

ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri