Posted inଜାତୀୟ

ହାତୀ-ମଣିଷ ଲଢ଼େଇ: ୫ ବର୍ଷରେ ଛତିଶଗଡ଼ରେ ୩୨୫ ଲୋକ ଓ ୭୦ ହାତୀ ମୃତ

ରାୟପୁର,୧୯।୯: ଛତିଶଗଡ଼ରେ ହାତୀ-ମଣିଷ ମଧ୍ୟରେ ଲଢ଼େଇ ଥମିବାର ନାଁ ଧରୁନି। ଜଙ୍ଗଲ ପରିସୀମା କମିବାରୁ ହାତୀ ଖାଦ୍ୟ ତଥା ବାସ ଅଭାବରୁ ଜନବସତିରେ ପଶୁଛି। ଏହାଯୋଗୁ ରାଜ୍ୟରେ ପ୍ରତି ବର୍ଷ ୬୫ ଲୋକଙ୍କର ହାତୀ ଆକ୍ରମଣରେ ମୃତ୍ୟୁ ଘଟୁଛି। ସେହିପରି ମଣିଷଙ୍କ ଆକ୍ରମଣରେ ପ୍ରତି ବର୍ଷ ୧୪ ହାତୀଙ୍କ ଜୀବନ ଯାଉଛି। ଏନେଇ ଗତ ୫ ବର୍ଷର ଏକ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ଦର୍ଶାଯାଇଛି ଯେ, ଗତ ୫ ବର୍ଷ ମଧ୍ୟରେ ରାଜ୍ୟରେ ହାତୀ ଆକ୍ରମଣରେ ୩୨୫ ଲୋକଙ୍କ ମୃତ୍ୟୁ ଘଟିଛି। ଅପରପକ୍ଷରେ ମଣିଷଙ୍କ ଯୋଗୁ ୭୦ ହାତୀଙ୍କ ମୃତ୍ୟୁ ଘଟିଛି। ହାତୀ ଏହି ସମୟ ମଧ୍ୟରେ ୭୫ କୋଟି ଟଙ୍କାର ଫସଲ ନଷ୍ଟ କରିଛନ୍ତି। ରାଜ୍ୟରେ ଅଧିକ ଜଙ୍ଗଲ ଥିବାରୁ ଏଠାକୁ ୧୯୮୮ଠାରୁ ହାତୀ ଅନ୍ୟ ପଡ଼ୋଶୀ ରାଜ୍ୟରୁ ଆସିବା ଆରମ୍ଭ କରିଥିଲେ। ହାତୀ ସଂଖ୍ୟା ବୃଦ୍ଧି ଯୋଗୁ ଜଙ୍ଗଲରେ ଖାଦ୍ୟର ଅଭାବ ସୃଷ୍ଟି ହୋଇଥିଲା। ଫଳରେ ଜଙ୍ଗଲୀ ହାତୀ ନିକଟସ୍ଥ ଜନବସତିରେ ପ୍ରବେଶ କରିବା ଆରମ୍ଭ କରିଥିଲେ। ସମ୍ପ୍ରତି ରାଜ୍ୟରେ ୨୫୪ରୁ ଅଧିକ ହାତୀ ରହିଛନ୍ତି। ସେମାନେ ୧୯ଟି ପଲରେ ପୃଥକ୍‌ ପୃଥକ୍‌ ଭାବେ ବିଭିନ୍ନ ଅଞ୍ଚଳରେ ଅଛନ୍ତି। ବିଳାସପୁର ସର୍କଲରେ ୧୨୧ ହାତୀ ଥିବାବେଳେ ସରଗୁଜାରେ ୧୧୦ ହାତୀ ଏବଂ ରାୟପୁର ସର୍କଲରେ ୨୩ ହାତୀ ରହିଥିବା ରାଜ୍ୟ ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri