ପୋଲିସ ବିରୋଧରେ ବଢୁଛି ଜନଅସନ୍ତୋଷ

କେନ୍ଦ୍ରାପଡା ଅଫିସ, ୨୦।୯:ପଟ୍ଟାମୁଣ୍ଡାଇ ଥାନା ହାଜତ ମୃତ୍ୟୁ ଘଟଣାରେ ମୃତକଙ୍କ ପରିବାରକୁ ୫ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରାଯିବ ବୋଲି ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିବା ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି। ହେଲେ ଏହି ଘଟଣାରେ ଥାନା କର୍ତ୍ତୃପକ୍ଷଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନ ଥିବାରୁ ଜନଅସନ୍ତୋଷ ଦେଖାଦେଇଛି। ସ୍ଥାନୀୟ ଅରଡପଲ୍ଲୀ ଗ୍ରାମର ସୁଶାନ୍ତ ବେହେରାଙ୍କୁ ବେଆଇନ ମଦ କାରବାର ଅଭିଯୋଗରେ ବୁଧବାର ପୋଲିସ ଥାନାକୁ ଆଣିଥିବା ବେଳେ କୌଣସି କାରଣରୁ ତାଙ୍କର ମୃତ୍ୟୁ ଘଟିଥିଲା। ଏହା ହାଜତ ମୃତ୍ୟୁ ପରିବାର ଲୋକେ ଓ ଗ୍ରାମବାସୀ ଅଭିଯୋଗ କରୁଥିବା ବେଳେ ପୋଲିସ କିନ୍ତୁ ଏହାକୁ ଅସ୍ବୀକାର କରିଛି।
ଅନ୍ୟପଟେ ସୁଶାନ୍ତଙ୍କ ପରିବାରକୁ ୨୦ଲକ୍ଷ ଟଙ୍କା କ୍ଷତିପୂରଣ ସହ ପୋଲିସ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପାଇଁ ସାମାଜିକ କର୍ମୀ ପ୍ରତାପ ଚନ୍ଦ୍ର ମହାନ୍ତି ଜାତୀୟ ମାନବାଧିକାର କମିଶନ(ଏନ୍‌ଏଚ୍‌ଆର୍‌ସି)ଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଏ ନେଇ ମାମଲା (କେସ ନଂ- ୧୧୪୧୪/ଆଇଏନ/୨୦୧୯) ରୁଜୁ ହୋଇଛି। ଏ ସମ୍ପର୍କରେ ମହାନ୍ତି କହିଛନ୍ତି, ଆସନ୍ତା ୪ ସପ୍ତାହ ମଧ୍ୟରେ ରିପୋର୍ଟ ପ୍ରଦାନ ପାଇଁ ଏନ୍‌ଏଚ୍‌ଆର୍‌ସିଙ୍କ ନିକଟରୁ ଏସ୍‌ପିଙ୍କଙ୍କୁ ଚିଠି ହୋଇଛି। ଅନ୍ତର୍ଜାତୀୟ ମାନବାଧିକାର ପରିଷଦର ଜିଲା ସଭାପତି ପ୍ରତାପ ଚନ୍ଦ୍ର ପାଢ଼ୀ କୁହନ୍ତି, ରାଜ୍ୟ ସରକାର ପୋଲିସର କାର୍ଯ୍ୟ ବ୍ୟବସ୍ଥାକୁ ସୁପରିଚାଳନା ପାଇଁ ୫-ଟି ମନ୍ତ୍ର ପ୍ରଦାନ କରିଛନ୍ତି। ତେବେ କୌଣସି ଥାନାରେ ଅଦ୍ୟାବଧି ଏହା କାର୍ଯ୍ୟକାରୀ ହେଉନାହିଁ। ୧୧ ମାସ ପୂର୍ବେ ମହାକାଳପଡା ଥାନାରେ ସମାନ ଏକ ଘଟଣା ଘଟିଥିଲା। ମାର୍ଶାଘାଇ ବ୍ଲକ ବାଲଣା ଗ୍ରାମର ଅବିନାଶ ପାଇଟାଳଙ୍କୁ ପୋଲିସ ପିଟିପିଟି ମାରି ଦେଇଥିଲା। ଏଥିରେ ସମ୍ପୃକ୍ତ ପୋଲିସ ଅଧିକାରୀଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲେ ମଧ୍ୟ ଅବିନାଶଙ୍କ ପରିବାରକୁ ଏ ପର୍ଯ୍ୟନ୍ତ ନ୍ୟାୟ ମିଳିନି। ଏ ସମ୍ପର୍କରେ ବୁଦ୍ଧିଜୀବୀ ଗଣେଶ ଚନ୍ଦ୍ର ସାମଲ କହିଛନ୍ତି, ଅବିନାଶ ମୃତ୍ୟୁ ଘଟଣାରେ ଥାନା ଅଧିକାରୀଙ୍କ ବିରୋଧରେ ମାମଲା ହୋଇଛି। କିନ୍ତୁ ମୃତକଙ୍କ ପରିବାରକୁ କ୍ଷତିପୂରଣ ମିଳିନାହିଁ। ଅପରପକ୍ଷେ ସୁଶାନ୍ତଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ୫ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କରିବା ପରେ ପରୋକ୍ଷରେ ହାଜତ ମୃତ୍ୟୁ ଅଭିଯୋଗକୁ ସ୍ବୀକାର କରାଯାଇଛି। ତେବେ ଏ ନେଇ ସମ୍ପୃକ୍ତ ପୋଲିସ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆ ଯାଇନାହିଁ। ଦୁଇଟି ଘଟଣାରେ ଜିଲା ପୋଲିସ ମାମଲାକୁ ଚପାଇ ଦେବା ପାଇଁ ଆପ୍ରାଣ ଚେଷ୍ଟା କରିଥିବା ସମାଜିକ କର୍ମୀ ଅମରବର ବିଶ୍ୱାଳ, ସେକ୍‌ ଅନଜାନ, ସେକ୍‌ ସାବିର, ଚିତ୍ତରଞ୍ଜନ ସାହୁ ପ୍ରମୁଖ ମତ ଦେଇଛନ୍ତି। ସେମାନେ କହିଛନ୍ତି, ଜିଲାରେ ଅପରାଧ ନିୟନ୍ତ୍ରଣ କରିବାରେ ପୋଲିସ ବିଫଳ ହୋଇଥିବା ବେଳେ ସାଧାରଣ କଥାରେ ଉତ୍ତେଜିତ ହୋଇପଡୁଛି। ମୃତକଙ୍କ ପରିବାର ସଦସ୍ୟଙ୍କୁ ଦାବି ମୁତାବକ କ୍ଷତିପୂରଣ ସହିତ ଜିଲା ପୋଲିସର ଆମୂଳଚୂଳ ପରିବର୍ତ୍ତନ ଆବଶ୍ୟକ ବୋଲି ସେମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଦିଗପହଣ୍ଡିରେ ‘ଆସ ସ୍କୁଲ ଯିବା’ ସଚେତନତା ସଭା ଅନୁଷ୍ଠିତ

ଦିଗପହଣ୍ଡି,୨୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ୟାପୀଠ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ‘ଆସ ସ୍କୁଲ ଯିବା’ ସଚେତନତା ସଭା ସୋମବାର...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

ଡାକକୋଟା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ‘ପିଏମ୍ ଶ୍ରୀ ଉତ୍ସବ’ ପାଳିତ

ଥୁଆମୂଳ ରାମପୁର,୨୨।୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ଡାକକୋଟା ସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ‘ପିଏମ୍ ଶ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri