Posted inRasifala

ରାଶିଫଳ: ଶନିବାର, ସେପ୍ଟେମ୍ବର ୨୧ ତାରିଖ – Daily Horoscope

ମେଷ
ପରିବାରରେ ବିଭିନ୍ନ ସମସ୍ୟା ବିଜଡ଼ିତ ହେବା କାରଣରୁ ମାନସିକ ସ୍ଥିରତା ରହିବ ନାହିଁ । ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାର କଥା କହୁଥିବା ଶୁଣିବାକୁ ପାଇବେ । ଆର୍ଥିକ ସ୍ଥିତି ଦୁର୍ବଳ ହେବା କାରଣରୁ ତାହାହିଁ ଚିନ୍ତାର କାରଣ ହୋଇପାରେ। ଶିଳ୍ପ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟାର ସମାପ୍ତି ଘଟାଇବେ।
ବୃଷ
ବୃଷ
ଭୁଲ୍‌ ବୁଝାମଣା ହେତୁ ପାରିବାରିକ କ୍ଷେତ୍ରରେ ସାମାନ୍ୟ କଥାରେ ମନୋମାଳିନ୍ୟ ଘଟିପାରେ। ପଡ଼ୋଶୀମାନେ ସହଯୋଗର ହାତ ବଢ଼ାଇବେ ଓ କାମଟି ସୁବିଧାରେ ହୋଇଯିବ। ଅନୁଷ୍ଠାନିକ କାମରେ ଯାଇ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ସନ୍ତାନହେତୁକ ପୀଡ଼ା କିମ୍ବା ଅନୁପସ୍ଥିତିର ଅଭାବ ଅନୁଭବ କରିବେ।
ମିଥୁନ
ମିଥୁନ
କୌଣସି ନୂତନ କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ ଓ କାମଟି ମଧ୍ୟ କରିବେ। ବିଶେଷଭାବେ ପ୍ରଶାସନ,ପ୍ରକାଶନ, ରାଜନୀତି, ସଙ୍ଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ନୂତନ କାମ ଆରମ୍ଭକରି ପ୍ରଶଂସିତ ହେବେ। ସହକର୍ମୀଙ୍କ ସୌହାର୍ଦ୍ଦ୍ୟରୁ ପାରିବାରିିକ ଜୀବନ ସୁଖ ସନ୍ତୋଷରେ କଟିବ।
କର୍କଟ
କର୍କଟ
ଘଟିଯାଇଥିବା ବିଷୟକୁ ଚିନ୍ତାକରି ମନରେ ଅସ୍ଥିରତା ସୃଷ୍ଟି ହେବ । ନିଜ ଭାଇ, ବନ୍ଧୁ ଓ କୁଟୁମ୍ବର ଲୋକମାନଙ୍କ ସହ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହୋଇପାରେ। ଅପରାହ୍ନରେ ଜଣେ ପ୍ରତିଷ୍ଠାବାନ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆମତ୍ବିଭୋର ହୋଇପାରନ୍ତି। ବିବାଦୀୟ ଘଟଣାରେ, ମାଲିମକଦ୍ଦମାରେ ଜୟଲାଭ କରିବା ଆଶା କ୍ରମଶଃ ବୃଦ୍ଧି ପାଇପାରେ।
ସି˚ହ
ସି˚ହ
ଶେଷ ପର୍ଯ୍ୟାୟକୁ ଯିବା ପୂର୍ବରୁ କାର୍ଯ୍ୟରେ ବିଘ୍ନ ଯୋଗୁ ମାନସିକ ସ୍ଥିରତା ହରାଇବେ । କ୍ରୀଡ଼ା, କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ସମସ୍ୟାଗୁଡ଼ିକର ସରଳ ସମାଧାନ କରିବାରେ ସଫଳ ହେବେ। କଚେରି ମାମଲାର ଶୁଣାଣିରୁ ମନ ଖୁସି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଲାଭବାନ୍‌ ହେବେ।
କନ୍ୟା
କଥା ପ୍ରସଙ୍ଗରେ ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ। ବ୍ୟବସାୟ କିମ୍ବା ପରିବହନ କ୍ଷେତ୍ରରେ ଅଧିକ କିଛି ଆଶା ମନରେ ଦୁଃଖ ଦେଇପାରେ। ଯୋଜନାବିହୀନ କାମରେ ମୁଣ୍ଡ ପୂରାନ୍ତୁ ନାହିଁ, ଯାହାକି ସମସ୍ୟା ସୃଷ୍ଟି କରିପାରେ। ଅତି ପ୍ରିୟ ବନ୍ଧୁଙ୍କଠାରୁ ଗୁରୁତ୍ୱପୂର୍ଣ୍ଣ ଖବରଟିଏ ପାଇ ଖୁସି ଅନୁଭବ କରିବେ।
ତୁଳା
ତୁଳା
ଆଜିର କାମରେ ଆବଶ୍ୟକତାରୁ ଅଧିକ ଖର୍ଚ୍ଚ କରିବାକୁ ବାଧ୍ୟହେବେ । ବିଭିନ୍ନ ସମସ୍ୟା ମଧ୍ୟରେ ବୁଡ଼ିରହି ନିଜର କାମଗୁଡ଼ିକୁ ସମ୍ପନ୍ନ କରିବାରେ ବ୍ୟସ୍ତତା ବଢ଼ିଯାଇପାରେ। ଅଫିସ୍‌ କାମରେ ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହେବ, ମାତ୍ର ଆପଣଙ୍କୁ ଅନ୍ୟମାନେ ସାହାଯ୍ୟ କରିବେ। ପରିବାରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିଯିବ।
ବିଛା
ବିଛା
ଆଜି ଆପଣ ଯେଉଁ କାମରେ ହାତ ଦେବେ ସେଥିରେ ନିଶ୍ଚିତ ସଫଳତା ପାଇବେ। ବନ୍ଧୁ ଙ୍କ ନିକଟରୁ ଯେତେ ପାଇଲେ ମଧ୍ୟ ଆହୁରି ଅଧିକ ପାଇବା ସକାଶେ ବ୍ୟାକୁଳତା ପ୍ରକାଶ କରିବେ। ପରିବହନ, ଶିଳ୍ପ ଓ ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯନତ୍ କରିବେ। ନି ଜ ପରିବାରର ସଦସ୍ୟମାନଙ୍କଠାରୁ କିମ୍ବା ସହକର୍ମୀମାନଙ୍କ ତରଫରୁ ସମସ୍ୟା ଆସିପାରେ ।
ଧନୁ
ଧନୁ
ପରୋକ୍ଷ ଶତ୍ରୁତା କରୁଥିବା କୌଣସି ବ୍ୟକ୍ତିମାନଙ୍କ ଦ୍ୱାରା ଆଜିର କର୍ମକ୍ଷେତ୍ର ବିଶୃଙ୍ଖଳିତ ହୋଇପାରେ। ଆର୍ଥିକ ଦିଗରୁ କିଛିଟା ସମସ୍ୟା ଲାଗି ରହିବ, ଅବଶ୍ୟ ସମାଧାନର ପନ୍ଥା ଖୋଜି ପାଇବେ। ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ। ଚେଷ୍ଟା କରୁଥିବା କାମରେ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ।
ମକର
ମକର
ଅଫିସରୁ ହଠାତ୍‌ କୌଣସି ଖବର ପାଇ ବିଚଳିତବୋଧ କରିବେ। ଆର୍ଥିକ ସ୍ଥିତି ମନ୍ଦ ହେବନି, କିନ୍ତୁ ଆବଶ୍ୟକତା ପୂର୍ଣ୍ଣ ହେବା କାଠିକର ପାଠ ହେବ। ବାଣିଜ୍ୟ, ବ୍ୟବସାୟ,ପରିବହନ, ନିର୍ମାଣ, ସଭାସମିତି, ଲେଖାପଢ଼ା ପ୍ରଭୃତିରୁ ସୁଫଳ ପାଇବେ। ପାରିବାରିକ ସ୍ତରରେ ବିଶୃଙ୍ଖଳା ଲାଗି ରହିବା କାରଣରୁ ମହିଳାମାନଙ୍କ ମନ ସ୍ଥିର ରହିବ ନାହିଁ ।
କୁମ୍ଭ
କୁମ୍ଭ
ପରିବାରରେ ସମସ୍ୟାର ସମାଧାନ ସକାଶେ ନିଜର ବନ୍ଧୁମାନଙ୍କ ସାହାଯ୍ୟ ଭିକ୍ଷା କରିପାରନ୍ତି। ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। କଳା, କ୍ରୀଡ଼ା,ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ରାଜନୀତି ଓ ସାହିତ୍ୟକ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଦେହ ଭଲ ରହିଲେ ମଧ୍ୟ ସାମୟିକ କ୍ରନିକ ରୋଗରେ କଷ୍ଟ ପାଇପାରନ୍ତି।
ମୀନମୀନ
କର୍ମକ୍ଷେତ୍ରରେ ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେକରିଛନ୍ତି ବାସ୍ତବରେ ସେପରି କିଛି ହେବନି। ପରିବାର ଭିତରେ ଅଯଥା ବ୍ୟସ୍ତତା ପ୍ରକାଶକରି ସମାଲୋଚିତ ହେବେ। କୌଣସି ଅପରିଚିତ ବ୍ୟକ୍ତିଙ୍କୁ ବିଶ୍ୱାସକରି ଖାଲରେ ପଡ଼ିପାରନ୍ତି। ଯାତ୍ରା, ବ୍ୟବସାୟ, ଆଲୋଚନା କ୍ଷେତ୍ରରେ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରିବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri