ଘରଭଡ଼ା, ବକେୟା ୬୦ ପ୍ରତିଶତ ବେତନ ଦେବା ଲାଗି ଦାବି

ଭବାନୀପାଟଣା,୨୦।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଅମଲା ସଂଘ ତରଫରୁ ସ୍ଥାନୀୟ ଅମଲା ଭବନଠାରେ ଏକ ଜରୁରୀ ବୈଠକ ସଂଘର ସଭାପତି ସୁକାନ୍ତ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲାର ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ କାର୍ଯ୍ୟରତ ଅମଲାମାନେ ଯୋଗଦେଇ ଆଲୋଚନାରେ ଭାଗ ନେଇଥିଲେ। ଏଥିରେ ରାଜ୍ୟ ସରକାର କର୍ମଚାରୀଙ୍କୁ ସପ୍ତମ ବେତନ କମିଶନ ଅନୁଯାୟୀ ତୁରନ୍ତ ଘରଭଡ଼ା ଓ ବକେୟା ୬୦ ପ୍ରତିଶତ ବେତନ ୧.୧.୨୦୧୬ରୁ ପ୍ରଦାନ ପାଇଁ ଦାବି ଉପସ୍ଥାପନ କରାଯାଇଥିଲା। ନଚେତ୍‌ ଆଗାମୀ ଦିନରେ ସମଗ୍ର ଜିଲାରେ ଅମଲାମାନେ ବାଧ୍ୟ ହୋଇ ଆନ୍ଦୋଳାମତ୍କ ପନ୍ଥା ଗ୍ରହଣ ଅବଲମ୍ବନ କରିବାକୁ ଚେତାବନୀ ଦେଇଛନ୍ତି। ଉକ୍ତ ବୈଠକରେ ସଂଘର ସାଧାରଣ ସମ୍ପାଦକ ସୁନିଲ କାନୁନ୍‌ଗୋ, ଉପଦେଷ୍ଟା ରୂପ କିଶୋର ଦଳେଇ, ଅଭିମନ୍ୟୁ ମହାନନ୍ଦ, ପ୍ରସନ୍ନ ପଟ୍ଟନାୟକ, ଭାବଗ୍ରାହୀ ନାୟକ ପ୍ରମୁଖ ଭାଗନେଇଥିବା ବେଳେ କୋଷାଧ୍ୟକ୍ଷ ମନୋରଞ୍ଜନ ଛତ୍ରପାଳ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...

ନୂତନ ସରକାରୀ ଓକିଲ ନିଯୁକ୍ତି: ଭଞ୍ଜନଗର-ଜଗନ୍ନାଥପ୍ରସାଦ କୋର୍ଟରେ ୧୪ ଜଣ ନିଯୁକ୍ତ,ଜାଣନ୍ତୁ… 

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଭାଜପା କ୍ଷମତାକୁ ଆସିବା ପରେ ଗଞ୍ଜାମ ଜିଲାରେ ସରକାରୀ ଓକିଲ ତାଲିକା ତୁରନ୍ତ ବଦଳିବ ବୋଲି ଆଶା କରାଯାଉଥିଲା। କିନ୍ତୁ ବିଭିନ୍ନ କାରଣ ଯୋଗୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri