ଆନ୍ତଃ ଜିଲା ସିଂଗଝର ଫୁଟ୍‌ବଲ୍‌ ଟୁର୍ନାମେଣ୍ଟ :ପ୍ରଥମ ଦିବସରେ କାପସି, ମାନିଗାଁ ବିଜୟୀ

ସିନାପାଲି,୨୧।୯(ଡି.ଏନ.ଏ.)
ନୂଆପଡା ଜିଲା ସିନାପାଲିସ୍ଥିତ ସିଂଗଝର ଫୁଟବଲ୍‌ ଆସୋସିଏଶନ୍‌ ଆନୁକୂଲ୍ୟରେ ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି। ଉଦ୍‌ଘାଟନୀ ମ୍ୟାଚ୍‌ କାପସି ବନାମ ଚଟିଆଗୁଡା ଓ ମାନିଗାଁ ବନାମ ଜାମଗାଁ ମଧ୍ୟରେ ମୁକାବିଲା ହୋଇଥିଲା । ପ୍ରଥମେ କାପସି ଓ ଚଟିଆଗୁଡା ଏକାଦଶ ମଧ୍ୟରେ ଟ୍ରାଇବାଇକ୍‌ ମାଧ୍ୟମରେ କାପସି ଏକାଦଶ ୧-୦ ଗୋଲରେ ବିଜୟୀ ଲାଭ କରିଥିଲା । ଦ୍ୱିତୀୟ ମ୍ୟାଚରେ ମାନିଗାଁ ଏକାଦଶ ଟ୍ରାଇବାଇକ୍‌ ମାଧ୍ୟମରେ ୫-୩ ଗୋଲ୍‌ରେ ଜାମଗାଁ ଏକାଦଶକୁ ହରାଇ ବିଜୟ ଲାଭ କରିଥିଲା। ଉଦ୍‌ଘାଟନୀ ଦିବସରେ ମୁଖ୍ୟଅତିଥି ଭାବେ ସିଂଗଝର ସରପଞ୍ଚ ରୀନା ବୈଠାରୁ, ଜଇତରାମ ନାଏକ, ବୈକୁଣ୍ଠ ମାଝି ପ୍ରମୁଖ ଯୋଗଦେଇ ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ । ମ୍ୟାଚ ରେଫରୀ ଭାବେ କୁସୁମଯୋର ଖେଳ ଶିକ୍ଷକ ସନ୍ତୋଷ ବୈଠାରୁ ଓ ଅନ୍ୟ ଏକ ମ୍ୟାଚରେ ପୁଷ୍ପାକାନ୍ତ ନିଆଲ ଖେଳ ପରିଚାଳନା କରିଥିଲେ । ପିଓଜ କଶ୍ୟପ, ଦିଲୀପ ନିଆଲ ଲାଇନ୍‌ ମ୍ୟାନ ଭାବେ କାର୍ଯ୍ୟ ତୁଲାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଛାଡିବା ଖବରକୁ ଖଣ୍ଡନ କଲେ ନୀତେଶ, କହିଲେ ମୋ ଆକାଉଣ୍ଟ…

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ତେବେ ଏଭଳି ଏକ ଖବରକୁ ଖଣ୍ଡନ କରିଛନ୍ତି ନୀତେଶ। ସେ କହିଛନ୍ତି, ତାଙ୍କ ଫେସବୁକ୍‌ ଆକାଉଣ୍ଟ...

ଆତ୍ମସମର୍ପଣ କଲେ ୨୩ ମାଓବାଦୀ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡାରେ ସୋମବାର ୨୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଲୋନ୍‌ ଭାରାଟୁ ଅଭିଯାନରେ ପ୍ରଭାବିତ ହୋଇ ଆତ୍ମସମର୍ପଣ କରିଥିବା...

ଆସନ୍ତା ୨ରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ନବୀନ

ଭୁବନେଶ୍ୱର,୨୯।୪: ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨ ତାରିଖରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନିଜର ନାମାଙ୍କନ ପତ୍ର ଦାଖଲ କରିବେ। ଏଥିସହ...

ଭାଜପାରୁ ଇସ୍ତଫା ଦେଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ସୋମବାର ନୀତେଶ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସୋସିଆଲ ମିଡିଆରେ ପୋଷ୍ଟ କରି ଏମ୍‌ପି...

ବିଜେଡିରେ ଯୋଗ ଦେଲେ ପୂର୍ବତନ କଂଗ୍ରେସ ଜିଲା କାର୍ଯ୍ୟକାରୀ ସଭାପତି

କେନ୍ଦୁଝର,୨୯।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କଂଗ୍ରେସ ପୂର୍ବତନ ଜିଲା କାର୍ଯ୍ୟକାରୀ ସଭାପତି ରତିକାନ୍ତ ବାରାଲ ବିଧିବଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ସେ ପୂର୍ବରୁ...

ବାଲିଗୁଡ଼ା ଆସନ ପାଇଁ ବିଜେଡି ପ୍ରାର୍ଥୀ ଚକ୍ରମଣି କହଁର ଦାଖଲ କଲେ ପ୍ରାର୍ଥିପତ୍ର

ବାଲିଗୁଡା,୨୯।୪:(ସଞ୍ଜୟ କୁମାର ପାଣିଗ୍ରାହୀ): ପ୍ରବଳ ଖରା ସତ୍ତ୍ୱେ ହଜାର ହଜାର ସମର୍ଥକଙ୍କ ଗହଣରେ ଏକ ବିରାଟ ଶୋଭାଯାତ୍ରାରେ ଆସି କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ...

ନାମାଙ୍କନପତ୍ର ଦାଖଲ ବେଳେ ମୁହାଁମୁହିଁ ହେଲେ ଭାଜପା-ବିଜେଡି, ଶୁଭିଲା ଜୟ ଶ୍ରୀରାମ, ଜୟଜଗନ୍ନାଥ

ଭୁବନେଶ୍ୱର,୨୯।୪: ନାମାଙ୍କନପତ୍ର ଦାଖଲ ବେଳେ ମୁହାଁମୁହିଁ ହେଲେ ଭାଜପା ଓ ବିଜେଡି କର୍ମୀ। ଭାଜପା ଲୋକ ସଭା ପ୍ରାର୍ଥୀ ସମ୍ବିତ ପାତ୍ର ଓ ବିଜେଡିର ସତ୍ୟବାଦୀ...

ମେ’ ୩ରେ ରାୟଗଡ଼ା ଆସିବେ ରାହୁଲ

ଭୁବନେଶ୍ୱର,୨୯।୪: ମେ’ ୩ ତାରିଖରେ ରାୟଗଡ଼ା ଆସିବେ ରାହୁଲ ଗାନ୍ଧୀ। ଏ ନେଇ ସୂଚନା ଦେଇଛନ୍ତି ଭକ୍ତ ଦାସ। ପ୍ରିୟଙ୍କା ଗାନ୍ଧୀଙ୍କ ମଧ୍ୟ ନବରଙ୍ଗପୁର ଗସ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri