କୁନି ପ୍ରଧାନ ହତ୍ୟା ମାମଲା: ନାତି ବଳରାମଙ୍କୁ ଆଜୀବନ ଜେଲ୍‌ ଦଣ୍ଡ

ଜଗତ୍‌ସିଂହପୁର ଅଫିସ,୨୧।୯: ଜଗତ୍‌ସିଂହପୁର ଜିଲା ବାଲିକୁଦା ଥାନା ଅନ୍ତର୍ଗତ ପ୍ରସନ୍ନପୁରର କୁନି ପ୍ରଧାନ(୮୩)ଙ୍କୁ ୨୦୧୪ ମସିହାରେ ତାଙ୍କ ନାତି ବଳରାମ ସ୍ବାଇଁ ହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ଏହି ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ମାମଲାର ବିଚାର କରି ଜଗତ୍‌ସିଂହପୁର ଜିଲା ଓ ଦୌରାଜଜ୍‌ ଆନନ୍ଦ ଚନ୍ଦ୍ର ବେହେରା ଅଭିଯୁକ୍ତ ବଳରାମଙ୍କୁ ଆଜୀବନ ଜେଲ୍‌ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୫ ହଜାର ଟଙ୍କା ଜରିମାନା ଧାର୍ଯ୍ୟ କରିଛନ୍ତି। ଏହି ଅର୍ଥ ଅନାଦେୟ ହେଲେ ଅଧିକ ୬ମାସ ଜେଲ୍‌ ଭୋଗିବାକୁ ପଡ଼ିବ। ଏଥିସହ ମୃତ କୁନିଙ୍କ ପରିବାରକୁ ଜିଲା ଆଇନ ସେବା ପ୍ରାଧିକରଣ ତରଫରୁ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ହୋଇଛି ବୋଲି ପବ୍ଲିକ ପ୍ରସିକ୍ୟୁଟର ନଳିନୀକାନ୍ତ ମହାରଣା ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ୨୦୧୪ ଏପ୍ରିଲ ୨୬ ତାରଖ ଅପରାହ୍ନ ୪.୩୦ରେ ଘରେ କେହି ନ ଥିବାବେଳେ କୁନି ପିନ୍ଧିଥିବା ସୁନା କାନଫୁଲ ଉପରେ ବଳରାମଙ୍କ ନଜର ପଡ଼ିଥିଲା। ସେତେବେଳେ କୁନି ରୋଷେଇ ଘରେ ଥିଲେ। ବଳରାମ କାନଫୁଲ ଛଡ଼ାଇବାକୁ ଚେଷ୍ଟା କରିବାରୁ କୁନି ଚିତ୍କାର କରିଥିଲେ। ତେଣୁ ବଳରାମ ଏକ ଠେଙ୍ଗାରେ ତାଙ୍କୁ ପିଟିଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ପରେ ବଳରାମ ଘରୁ ଦୌଡ଼ି ପଳାଉଥିବାବେଳେ ତାଙ୍କ ଖୁଡ଼ି ଦେଖିଥିଲେ। ସଙ୍ଗେ ସଙ୍ଗେ କୁନିଙ୍କୁ ବାଲିକୁଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ଡାକ୍ତର ରବୀନ୍ଦ୍ରନାଥ ପାଲଙ୍କ ଅଭିଯୋଗ କ୍ରମେ ବାଲିକୁଦା ଥାନାରେ ମାମଲା ନଂ.୭୪/୧୪ ରୁଜୁ ହୋଇଥିଲା। ଦୋଷୀ ବଳରାମଙ୍କ ପିତା ଗୋକୁଳ ପ୍ରଧାନଙ୍କ ସମେତ ୧୦ଜଣଙ୍କ ବୟାନକୁ ଭିତ୍ତି କରି ବିଚାରପତି ଉପରୋକ୍ତ ରାୟ ଶୁଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

‘୧୦ ବର୍ଷର ପ୍ରାର୍ଥନା ପରେ ଜନ୍ମ ହୋଇଥିଲା ପୁଅ…’, ଦୂଷିତ ପାଣି ପିଇ…

ଇନ୍ଦୋର,୧।୧: ମଧ୍ୟପ୍ରଦେଶର ଇନ୍ଦୋରର ଭାଗୀରଥପୁର ଅଞ୍ଚଳର ମରାଠୀ ମୋହଲ୍ଲାରେ ଦୂଷିତ ପାଣି ପିଇ ଜଣେ ଛଅ ମାସର ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହା...

ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି, ଏହି ଦିନ ଆସିବା ନେଇ ଭକ୍ତ ଦାସଙ୍କ ସୂଚନା

ଭୁବନେଶ୍ୱର,୧।୧: ଆସନ୍ତା ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ତେବେ ମାର୍ଚ୍ଚ...

ବିମାନ ଉଡ଼ାଇବା ପୂର୍ବରୁ ମଦ ପିଇଦେଇଥିଲେ ଏୟାରଇଣ୍ଡିଆ ପାଇଲଟ: ଆଉ ତା’ପରେ…

ଓଟାଓ୍ବା,୧।୧: କାନାଡାର ଭାନକୁଭର ବିମାନବନ୍ଦରରେ ଜଣେ ଏୟାର ଇଣ୍ଡିଆ ପାଇଲଟଙ୍କୁ ନିଶାସକ୍ତ ଅବସ୍ଥାରେ ଅଟକ ରଖାଯାଇଛି। ଡିସେମ୍ବର ୨୩, ୨୦୨୫ରେ ଭାନକୁଭର-ଦିଲ୍ଲୀ (ଭିଏନା ଦେଇ) ଉଡ଼ାଣ...

ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…

ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି...

ସିଗାରେଟ୍‌, ବିଡ଼ି, ପାନ ମସଲା ହେବ ମହଙ୍ଗା: ଏହି ତାରିଖରୁ ଲାଗୁ ହେବାକୁ ଯାଉଛି ନୂଆ TAX

ନୂଆଦିଲ୍ଲୀ,୧।୧: ଯଦି ସିଗାରେଟ, ବିଡ଼ି, ପାନ ମସଲା ଇତ୍ୟାଦି ଆପଣଙ୍କ ଅଭ୍ୟାସର ଅଂଶ ଏବଂ ଆପଣ ଏହା ବିନା କିଛି ଅଭାବ ଅନୁଭବ କରୁଛନ୍ତି, ତେବେ...

ନୂଆବର୍ଷ ଆରମ୍ଭରୁ ଆମେରିକାକୁ ବଡ଼ ଝଟକା ଦେଲା ଏହି ୨ ଦେଶ, ଟ୍ରମ୍ପଙ୍କ ନିଦ ହଜିଲା…

ଓ୍ବାଶିଂଟନ୍‌,୧।୧: ନୂତନ ବର୍ଷର ପ୍ରଥମ ଦିନରେ ଆମେରିକା ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟକା ଲାଗିଛି। ଦୁଇଟି ଦେଶ ଆମେରିକୀୟ ନାଗରିକଙ୍କୁ...

ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍‌, ୧୦ ମିଟର ଦୂରରେ ଯାଇ…

ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri