ନାବାଳିକା ବଳାତ୍କାରୀଙ୍କୁ ୧୦ବର୍ଷ ଜେଲ

ଭଦ୍ରକ ଅଫିସ, ୨୧।୯ – ଭଦ୍ରକ ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ବତନ୍ତ୍ର ଅଦାଲତର ବିଚାରପତି ପ୍ରଣତି ସାହା ଶନିବାର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଦୋଷୀ ସପନ ପରିଡ଼ା ଓରଫ୍‌ ରବୀନ୍ଦ୍ରଙ୍କୁ ୧୦ ବର୍ଷ ଜେଲ ଦଣ୍ଡ ସହ ୧୦ ହଜାର ଟଙ୍କା ଜରିମାନା ଶୁଣାଣି କରିଛନ୍ତି। ଉଲ୍ଲେଖନୀୟ ଯେ, ୨୦୧୩ ମେ ୩୦ରେ ଧାମରା ସାମୁଦ୍ରିକ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଏକୁଟିଆ ପାଇ ପାଇକସାହି ଗ୍ରାମର ସପନ ବଳାତ୍କାର କରିଥିଲେ। ଏପରିକି ନାବାଳିକାଙ୍କୁ ଭୁଜାଲି ଦେଖାଇ ଘଟଣା ସମ୍ପର୍କରେ କାହାରିକୁ କହିଲେ ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ। ଏହାମଧ୍ୟରେ ନାବାଳିକା ଜଣଙ୍କ ଗର୍ଭବତୀ ହୋଇଥିଲେ। ପରେ ଘଟଣା ସମ୍ପର୍କରେ ଜାଣି ପୀଡ଼ିତାଙ୍କ ବାପାଙ୍କ ଅଭିଯୋଗ କ୍ରମେ ସେପ୍ଟେମ୍ବର ୨୪ରେ ଧାମରା ସାମୁଦ୍ରିକ ଥାନା ପୋଲିସ ମାମଲା(ନଂ.୨୨/୧୩) ରୁଜୁ କରିଥିଲା। ପୋଲିସ ସପନଙ୍କ ବିରୋଧରେ କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଥିଲା। କୋର୍ଟ ୧୫ ଜଣ ସାକ୍ଷ୍ୟଙ୍କ ପ୍ରମାଣକୁ ଭିତ୍ତିକରି ଅଭିଯୁକ୍ତ ସପନଙ୍କୁ ଦୋଷୀ ସାବ୍ୟସ୍ତ କରି ଏହି ଦଣ୍ଡାଦେଶ ଶୁଣାଣି କରିଛନ୍ତି। ସରକାରଙ୍କ ତରଫରୁ ମନୋରଞ୍ଜନ ଦାସ ମକଦ୍ଦମା ପରିଚଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

ଏକାଠି ହେଲେ ହଳଦିଆ ତୈଳିକ ବୈଶ୍ୟ ସମାଜ ସଭ୍ୟ, ବିଭିନ୍ନ ସମସ୍ୟା ନେଇ

ଦିଗପହଣ୍ଡି,୮ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଓ ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜର ଏକ ଆଲୋଚନା ସଭା ସାନଖେମୁଣ୍ଡି ବ୍ଲକ ଜିଉରା ଗ୍ରାମ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri