ଦରମା, ପ୍ରାପ୍ୟ ନେବେ ନାହିଁ ଉପଦେଷ୍ଟା

ଭୁବନେଶ୍ୱର,୨୩ା୯(ବ୍ୟୁରୋ) : ରାଜ୍ୟ ସରକାର ନିକଟରେ ବିଭିନ୍ନ ବିଭାଗ ଏବଂ ସଂସ୍ଥା ପାଇଁ ଉପଦେଷ୍ଟା ନିଯୁକ୍ତ କରିଛନ୍ତି। ଏହି ଉପଦେଷ୍ଟାମାନେ ରାଜ୍ୟ ସରକାରଙ୍କ ତହବିଲରୁ କୌଣସି ଦରମା ଅଥବା ସମ୍ମାନଜନକ ପ୍ରାପ୍ୟ ଗ୍ରହଣ କରିବେ ନାହିଁ। ଏ ସମ୍ପର୍କରେ ସମସ୍ତ ଉପଦେଷ୍ଟା ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ଅବଗତ କରାଇଥିବା ଜଣାପଡ଼ିଛି। ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ଦାୟିତ୍ୱକୁ ପୂର୍ଣ୍ଣମାତ୍ରାରେ କାର୍ଯ୍ୟକାରୀ କରିବା ସେମାନଙ୍କ ପ୍ରାଥମିକ ଉଦ୍ଦେଶ୍ୟ ବୋଲି ଉପଦେଷ୍ଟାମାନେ କହିଛନ୍ତି। ଉପଦେଷ୍ଟାମାନଙ୍କ ଏହି ନିଷ୍ପତ୍ତିକୁ ରାଜ୍ୟ ପ୍ରଶାସନିକ ତଥା ଅନ୍ୟାନ୍ୟ ମହଲରେ ସ୍ବାଗତ କରାଯାଇଛି।
ରାଜ୍ୟ ସରକାର କେତେକ ଉପଦେଷ୍ଟାଙ୍କୁ ରାଷ୍ଟ୍ରମନ୍ତ୍ରୀ, ପ୍ରମୁଖ ଶାସନ ସଚିବ ଏବଂ ମୁଖ୍ୟ ଶାସନ ସଚିବ ଭଳି ପାହ୍ୟା ପ୍ରଦାନ କରିଛନ୍ତି। ରାଜ୍ୟରେ ପ୍ରଚଳିତ ହେଉଥିବା ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ସମ୍ପର୍କିତ ମତାମତ (ଫିଡ୍‌ବ୍ୟାକ୍‌)ସଂଗ୍ରହ କରିବା ଉପଦେଷ୍ଟାମାନଙ୍କ ପ୍ରମୁଖ ଦାୟିତ୍ୱ। ସେହିଭଳି ବିଭିନ୍ନ ବିଭାଗ ପାଇଁ ତୃଣମୂଳରୁ ସଂଗୃହୀତ ହେଉଥିବା ମତାମତ ସଂପୃକ୍ତ ମନ୍ତ୍ରୀଙ୍କ ଜରିଆରେ ରାଜ୍ୟ ପ୍ରଶାସନକୁ ଅବଗତ କରାଯିବ। ଆବଶ୍ୟକ ହେଲେ ପରାମର୍ଶ ଅନୁଯାୟୀ ଯୋଜନାରେ ପରିବର୍ତ୍ତନ ଅଣାଯିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିବର୍ଷ ଭାରତ ଛାଡୁଛନ୍ତି ୨ ଲକ୍ଷ ଲୋକ, ଖୋଲାଖୋଲି କାରଣ କହିଲେ କେନ୍ଦ୍ର ସରକାର, ଏହି…

ନୂଆଦିଲ୍ଲୀ,୧୮ା୧୨: ପ୍ରତିବର୍ଷ ଲକ୍ଷାଧିକ ଲୋକ ଭାରତ ଛାଡୁଛନ୍ତି। ବୈଦେଶିକ ମନ୍ତ୍ରଣାଳୟ ସଂସଦକୁ ସୂଚନା ଦେଇଛି ଯେ, ଗତ ପାଞ୍ଚ ବର୍ଷ ମଧ୍ୟରେ ୯୦୦୦୦୦ରୁ ଅଧିକ ଭାରତୀୟ...

ସଟର ତାଡି ନେଇଗଲେ ଲକ୍ଷାଧିକ ଟଙ୍କାର ଅଳଙ୍କାର, ସକାଳେ ଦୋକାନୀ ମାଲିକ ପହଞ୍ଚିଲା ପରେ…

ଲୋଇସିଂହା, ୧୮।୧୨( ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବସଷ୍ଟାଣ୍ଡ ସ୍ଥିତ ଜେଶ୍ମିନ ଅଳଙ୍କାର ଦୋକାନରୁ ବୁଧବାର ରାତିରେ ଚୋରି ହୋଇଥିବା ନେଇ ଦୋକାନ ମାଲିକ...

ଏହି ଦେଶରେ ବଢ଼ିବ ମୁସଲମାନଙ୍କ ସଂଖ୍ୟା, ୨୦୩୦ ସୁଦ୍ଧା ହେବ ବଡ଼ ପରିବର୍ତ୍ତନ

ମସ୍କୋ,୧୮ା୧୨: ୨୦୩୦ ସୁଦ୍ଧା ଏକ ଦେଶରେ ମୁସଲମାନଙ୍କ ସଂଖ୍ୟା ଅହେତୁକ ବୃଦ୍ଧି ପାଇବ ବୋଲି ଏକ ରିପୋର୍ଟରେ ପ୍ରକାଶ ପାଇଛି। ଏମିତି ଏକ ଦେଶ ହେଉଛି...

‘ମୁଁ ଇସ୍ତଫା ଦେଇଦେବି’, କାହିଁକି ଏମିତି ଘୋଷଣା କଲେ FBI ଡେପୁଟି ଡାଇରେକ୍ଟର? ଟ୍ରମ୍ପଙ୍କୁ ଲେଖିଲେ ଏମିତି ପତ୍ର

ଓ୍ବାଶିଂଟନ,୧୮।୧୨: ଏଫବିଆଇର ଡେପୁଟି ଡାଇରେକ୍ଟର ଡାନ ବୋଙ୍ଗିନୋ ବୁଧବାର ଘୋଷଣା କରିଛନ୍ତି ଯେ ସେ ଚାକିରି ଆରମ୍ଭ କରିବାର ୧୦ ମାସରୁ କମ ସମୟ ପରେ...

ୟୁନୁସ ସରକାରଙ୍କୁ ପାନେ ଦେବ ଭାରତ: ନେଲା ବଡ଼ ନିଷ୍ପତ୍ତି

ଓ୍ବାଶିଂଟନ୍‌,୧୮।୧୨: ଡିସେମ୍ବର ୧୭ରେ ବାଂଲାଦେଶରେ ଭାରତୀୟ ହାଇକମିଶନ ସମ୍ମୁଖରେ ଯାହା ଘଟିଥିଲା ତାହା କୌଣସି ଦୁର୍ଘଟଣା ନୁହେଁ। ଏହା ଏକ ସୁଚିନ୍ତିତ ରଣନୀତିର ଅଂଶ ଭାବରେ...

ପାରିବାରିକ କଳହର କରୁଣ ପରିଣତି, ସାନଭାଇ ମାଡ଼ରେ ବଡ଼ ଭାଇଙ୍କ ମୃତ୍ୟୁ ଅଭିଯୋଗ

ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ...

ଆମେରିକାର ସବୁଠାରୁ ବଡ଼ ନ୍ୟୁଜ ନେଟୱାର୍କ, CNN ର ଭବିଷ୍ୟତ କ’ଣ ହେବ? ଟ୍ରମ୍ପଙ୍କ ଚାପ ପରେ ଉଠିଲାଣି ପ୍ରଶ୍ନ

ଓ୍ବାଶିଂଟନ,୧୮।୧୨: CNN ଏକ ଅନିଶ୍ଚିତ ଭବିଷ୍ୟତର ସମ୍ମୁଖୀନ ହେଉଛି, ଏହାର ମୂଳ କମ୍ପାନୀ, ୱାର୍ନର ବ୍ରଦର୍ସ ଡିସ୍କଭରୀ (WBD), ଏକ ସମ୍ଭାବ୍ୟ ଅଧିଗ୍ରହଣର ସମ୍ମୁଖୀନ ହେଉଛି।...

ଆଉ ହାତ ମାରିହେବନି, ପୁଣି ଏତେ ବଢିଗଲା ସୁନା ଦର

ନୂଆଦିଲ୍ଲୀ,୧୮।୧୨: ଗୁରୁବାର, ଡିସେମ୍ବର ୧୮ ତାରିଖ, ଭାରତରେ ସୁନା ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ଗୁରୁବାର ରୂପା ମୂଲ୍ୟ ମଧ୍ୟ ପ୍ରତି କିଲୋଗ୍ରାମ ୨.୧୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri