ବନ୍ତଳା, ୨୩ା୯(ଡି.ଏନ.ଏ.) ଅନୁଗୋଳ ଜିଲା ବନ୍ତଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ପ୍ରସୂତିଙ୍କ ହାତରେ ସାଲାଇନ ପ୍ଲାଷ୍ଟିକ ଭେନଫ୍ଲୋନ ଭାଙ୍ଗି ରହିଯିବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣାରୁ ଜଣାପଡିଛି, ସାତକୋଶିଆ ଅଭୟାରଣ୍ୟ ପୁରୁଣାକୋଟ ଥାନା ଜଗନ୍ନାଥପୁର ଗ୍ରାମର କୌଶଲ୍ୟା ସାହୁ (୨୭)ଙ୍କ ପ୍ରସବ ଯନ୍ତ୍ରଣା ହେବାରୁ ତାଙ୍କୁ ଶୁକ୍ରବାର ବନ୍ତଳା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଅପରାହ୍ନରେ ସେ ଜଣେ ଶିଶୁ କନ୍ୟାକୁ ଜନ୍ମ ଦେଇଥିଲେ। ମୁଣ୍ଡ ବୁଲାଇବା ଯୋଗୁ ସ୍ବାସ୍ଥ୍ୟକେନ୍ଦ୍ର କର୍ମଚାରୀ ତାଙ୍କୁ ଏକ ସାଲାଇନ ଲଗାଇବା ସହ ୧୮ ସାଇଜର ପ୍ଲାଷ୍ଟିକ ଭେନ ଫ୍ଲୋନ ଲଗାଇଥିଲେ। ଆଗକୁ ସାଲାଇନର ଆବଶ୍ୟକ ଥିବା ନେଇ ଭେନ ଫ୍ଲୋନକୁ ବାହାର କରି ନ ଥିଲେ। ପରେ ଭେନ ଫ୍ଲୋନଟି ହାତରେ ହଲୁଥିବା ପ୍ରସୂତି ଜାଣିବା ପରେ ତାଙ୍କ ଶାଶୁଙ୍କୁ ଜଣାଇଥିଲେ। ଶନିବାର ଅପରାହ୍ନରେ କୌଶଲ୍ୟାଙ୍କ ଶାଶୁ ଜଣେ ଷ୍ଟାଫ ନର୍ସଙ୍କୁ ଜଣାଇବା ପରେ ନର୍ସଜଣକ ଭେନଫ୍ଲୋନକୁ ହାତରୁ ବାହାର କରିଥିଲେ। କିନ୍ତୁ ପ୍ଲାଷ୍ଟିକ ଭେନ ଫ୍ଲୋନଟି ଭାଙ୍ଗି ଅଧା ଭେନ ଭିତରେ ରହି ଯାଇଥିଲା। ଯନ୍ତ୍ରଣା ହେବାରୁ ରବିବାର ସକାଳେ ପ୍ରସୂତି ଓ ପରିବାର ବର୍ଗ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଯାଇ ଭଙ୍ଗା ପ୍ଲାଷ୍ଟିକ ଭେନଫ୍ଲୋନକୁ ବାହାର କରିଥିଲେ। ସେଠାରୁ ବନ୍ତଳା ଗୋଷ୍ଠୀ କେନ୍ଦ୍ରକୁ ଫେରି ଘରକୁ ଆସିଥିଲେ। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ଥିବା ଜଣାପଡିଛି। ସରକାରଙ୍କ ପକ୍ଷରୁ ନିମ୍ନମାନର ସାମଗ୍ରୀ ଯୋଗାଯାଉଥିବାରୁ ଏଭଳି ଘଟୁଥିବା ପ୍ରସୂତିଙ୍କ ପରିବାର ପକ୍ଷରୁ ଅଭିଯୋଗ ହୋଇଛି।
ଏ ବିଷୟରେ ବନ୍ତଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡା. ଘନଶ୍ୟାମ ବେହେରାଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ଫୋନ ନ ଲାଗିବାରୁ ମତାମତ ମିଳିପାରିନାହିଁ। ସୂଚନାଥାଉ କି, ଗତ ମେ ତାରିଖରେ ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେବାବେଳେ ଗଡତରାସ ଗ୍ରାମର ଜଣେ ୩ ବର୍ଷର ଶିଶୁ ଶୁଭଙ୍କରଙ୍କ ଅଣ୍ଟାରେ ଇଞ୍ଜେକଶନ ଛୁଞ୍ଚି ଭାଙ୍ଗି ରହିଯାଇଥିଲା। ଗତ ଶୁକ୍ରବାର ଅପରାହ୍ନରେ ଏମ୍ସରେ ଅପରେଶନ ପରେ ଏହାକୁ ବାହାର କରାଯାଇଛି।
ବନ୍ତଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ପ୍ରସୂତିଙ୍କ ହାତରେ ରହିଗଲା ଭଙ୍ଗା ପ୍ଲାଷ୍ଟିକ ଭେନଫ୍ଲୋନ
Posted inଅନୁଗୋଳ, ଆମ ଜିଲା ଖବର View All
ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ
ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...
ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ
ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...
ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…
ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...
ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…
ପୁରୀ,୩୧ା୧୨(ଅଜିତ୍ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...
୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ
ପୁରୀ,୩୧ା୧୨(ଅଜିତ୍ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...
ଜାଲ୍ ଲାଇସେନ୍ସରେ ବନ୍ଧୁକ ବେପାର, ୩ ଗିରଫ
ରାଉରକେଲା,୩୧।୧୨(ସଙ୍ଗୀତା ଜେନା): ରାଉରକେଲା ଜିଲା ପୋଲିସ ସୋମବାର ରାଉରକେଲାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଆନ୍ତଃ ରାଜ୍ୟ ଅସ୍ତ୍ରଶସ୍ତ୍ର ଚୋରାଚାଲାଣ ଗ୍ୟାଙ୍ଗ୍ର ପର୍ଦ୍ଦାଫାଶ କରିଛି। ଜାଲ୍...
ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ
ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...
ଚମକିଲେ କୁନି ଝିଅ: ଇଫ୍ରାତ୍ ଜୋଏଲ୍ଙ୍କୁ ଲିଟିଲ ମିସ୍ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍
ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...
Archives


