ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି : ଜିଲା ଓକିଲ ସଂଘର ବିକ୍ଷୋଭ

ବରଗଡ ଅଫିସ,୨୩।୯: ପଶ୍ଚିମ ଓ ଯେକୌଣସି ସ୍ଥାନରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ସୋମବାର ଜିଲା ଓକିଲ ସଂଘର କର୍ମକର୍ତ୍ତା, ସଭ୍ୟବୃନ୍ଦ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇବା ସହିତ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସେମାନେ ବରଗଡ଼ ଜିଲାପାଳ ଅଫିସକୁ ଶୋଭାଯାତ୍ରାରେ ଯାଇ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କ ଅନୁପସ୍ଥିତିରେ ଉପଜିଲାପାଳ ପ୍ରଭାସ କୁମାର ଡନସନା ସ୍ମାରକପତ୍ର ଗ୍ରହଣ କରିଥିଲେ। ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ହାଇକୋର୍ଟର ଆଉ ଏକ ବେଞ୍ଚ ସ୍ଥାପନ ଉଦ୍ୟମକୁ ଜିଲା ଓକିଲ ସଂଘ ସ୍ବାଗତ କରିଛି। ଅନ୍ୟପକ୍ଷରେ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ ସେଭଳି ଉଦ୍ୟମ ବିରୋଧରେ ହାଇକୋର୍ଟ ବାର୍‌ ଆସୋସିଏଶନ ମୁଖ୍ୟ ବିଚାରପତିଙ୍କ ଅଦାଲତ ବର୍ଜନ ଘଟଣାକୁ ଜିଲା ଓକିଲ ସଂଘ ନିନ୍ଦା କରି ପଶ୍ଚିମ ଓ ଯେକୌଣସି ସ୍ଥାନରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ସ୍ଥାପନ ପାଇଁ ସ୍ମାରକପତ୍ରରେ ଦାବି ହୋଇଛି। ଜିଲା ଓକିଲ ସଂଘର ଉପସଭାପତି ସରୋଜ କୁମାର ତ୍ରିପାଠୀ, ସାଧାରଣ ସମ୍ପାଦକ ହେମନ୍ତ କୁମାର ପୁରୋହିତଙ୍କ ନେତୃତ୍ୱରେ ସଂଘର ଅନ୍ୟ ପ୍ରତିନିଧିମାନେ ସ୍ମାରକପତ୍ର ପ୍ରଦାନ ସମୟରେ ଉପସ୍ଥିତ ଥିଲେ। ଏଠାରେ ଉଲ୍ଲେଖଯୋଗ୍ୟ, ଏହି ଦାବି ନେଇ ଆସନ୍ତା ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବରଗଡ଼ରେ ଅର୍ଥନୈତିକ ଅବରୋଧ ପାଇଁ ଜିଲା ଓକିଲ ସଂଘ ଘୋଷଣା କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

୨୮ ତମ ପରବ ମୁଖ୍ୟ ସମାରୋହ ଉଦଘାଟିତ, ମନ ମୋହିଲା…

କୋରାପୁଟ,୧୮/୧୨(ଅମିତାଭ ବେହେରା ): ଜାତୀୟସ୍ତରୀୟ ଲୋକ ମହୋତ୍ସବ ପରବ-୨୦୨୫ର ମୁଖ୍ୟ ସମାରୋହ ସ୍ଥାୟୀ ପରବ ପଡ଼ିଆରେ ଗୁରୁବାର ସନ୍ଧ୍ୟାରେ ଉଦଘାଟିତ ହୋଇଛି । ନଗର ଉନ୍ନୟନ...

ଡିଜିଟାଲ ଆରେଷ୍ଟ ଜାଲରେ ଫସିଲେ ମହିଳା ଡାକ୍ତର, ୧୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହରାଇଲେ

ରାୟଗଡା,୧୮।୧୨(ଆଶିଷ ରଞ୍ଜନ ପଣ୍ଡା)- ଡିଜିଟାଲ ଆରେଷ୍ଟ ହୋଇ ସାଇବର କ୍ରାଇମରେ ଫସିଛନ୍ତି ରାୟଗଡାର ଜଣେ ମହିଳା ଡାକ୍ତର। ରାୟଗଡା ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ...

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ଅଭିଯୁକ୍ତଙ୍କୁ ମିଳିଲା ଏଭଳି ଦଣ୍ଡ, ଜାଣନ୍ତୁ…

ଫୁଲବାଣୀ,୧୮ା୧୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ବିଚାରପତି ମନୋରଞ୍ଜନ ଦାସ ଅଭିଯୁକ୍ତଙ୍କୁ...

ରେଳଯାତ୍ରୀଙ୍କୁ ବଡ଼ ଝଟ୍‌କା: ପ୍ଲେନ୍‌ ଭଳି ଏବେ…

ନୂଆଦିଲ୍ଲୀ, ୧୮।୧୨: ଟ୍ରେନ୍‌ ଯାତ୍ରା କରୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସୀମାରୁ ଅଧିକ  ସାମଗ୍ରୀ ନେଲେ ଶୁଳ୍କ ଦେବାକୁ ପଡ଼ିବ। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

କେଏସୟୁବି କଲେଜ ପରିଦର୍ଶନ କଲେ ଏନସିସି ସିଓ, କ୍ୟାଡେଟ ମାନଙ୍କ ସୁବିଧା…

ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ)-ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ (ଏନସିସି) ଆର୍ମି ୱିଂଙ୍ଗ ବ୍ରହ୍ମପୁର ବାଟାଲିୟନର କମାଣ୍ଡିଂଙ୍ଗ ଅଫିସର(ସିଓ) ସମିର କର ଗୁରୁବାର ଗଞ୍ଜାମ ଜିଲା ଭଞ୍ଜନଗର କବି...

ମୁଣ୍ଡରେ ପଡ଼ିଲା ଅମୃତଭଣ୍ଡା: ଚାଲିଗଲା ମହିଳାଙ୍କ ଜୀବନ

ବାଲିଗୁଡ଼ା,୧୮ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଗୋଛାପଡ଼ା ଗ୍ରାମରେ ଗୁରୁବାର ଏକ ଅଘଟଣ ଘଟିଛି। ଅମୃତଭଣ୍ଡା ତୋଳିବା ବେଳେ ଅମୃତଭଣ୍ଡା ମୁଣ୍ଡରେ ପଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri