ତ୍ୱରାନ୍ବିତ ହେଲା ମିଶନ ‘ବିୟୁଟି ସିଟି’

ବାଲେଶ୍ୱର ଅଫିସ,୨୩।୯-ବାଲେଶ୍ୱର ସହରକୁ ‘ବିୟୁଟି ସିଟି’ରେ ପରିଣତ କରିବା ପାଇଁ ଆରମ୍ଭ ହୋଇଥିବା ମିଶନ କିଛିଦିନ ସ୍ଥଗିତ ହେବା ପରେ ସୋମବାର ପୁଣି ତ୍ୱରାନ୍ବିତ କରାଯାଇଛି। ସହରର ସମସ୍ତ ଜବରଦଖଲ ଶେଷ ହେବା ପର୍ଯ୍ୟନ୍ତ ଏହି ପ୍ରକ୍ରିୟା ଜାରି ରହିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ଟ୍ରାଫିକ୍‌ ଜାମ୍‌ରୁ ମୁକ୍ତ ଏବଂ ସୁନ୍ଦର କରିବା ଉଦ୍ଦେଶ୍ୟରେ ବିଭିନ୍ନ ସ୍ଥାନରେ କରାଯାଇଥିବା ଜବରଦଖଲ ଏବଂ ହୋଡିଂକୁ ଉଚ୍ଛେଦ କରାଯାଇଛି। ମାଜିଷ୍ଟ୍ରେଟ ଭାବେ ରେମୁଣା ତହସିଲଦାର ସଞ୍ଜୟ ରାଉତ ପହଞ୍ଚିଥିବା ବେଳେ ତାଙ୍କ ସହିତ ଏସ୍‌ଡ଼ିପିଓ ପ୍ରଭାସ ଚନ୍ଦ୍ର ପାଲ, ଶିଳ୍ପାଞ୍ଚଳ ଥାନା ଆଇଆଇସି ଜୟନ୍ତ ବେହେରା, ସହଦେବଖୁଣ୍ଟା ମଡ଼େଲ ଥାନା ଆଇଆଇସି ପରେଶ ରାଉତ, ସଦର ଥାନା ଆଇଆଇସି ମମତା ସାହୁଙ୍କ ସମେତ ୧ ପ୍ଲାଟୁନ ପୋଲିସ ଫୋର୍ସ ଉପସ୍ଥିତ ଥିଲେ। ଏହାସହିତ ବିବାଦୀୟ ଆଇଟିଆଇସ୍ଥିତ ଲକ୍ଷ୍ମୀନାରାୟଣ ମନ୍ଦିର ଭାଙ୍ଗିବାକୁ ନେଇ କିଛି ସମୟ ଉତ୍ତେଜନା ସୃଷ୍ଟି ହୋଇଥିଲା। ସ୍ଥାନୀୟ ଲୋକମାନେ ତହସିଲଦାରଙ୍କୁ ଭାଙ୍ଗିବାର ସରକାରୀ ନିର୍ଦ୍ଦେଶନାମା ମାଗିଥିଲେ ମଧ୍ୟ ଏହାକୁ ଭ୍ରୁକ୍ଷେପ ନ କରି ପ୍ରଶାସନ ଉଚ୍ଛେଦ କାର୍ଯ୍ୟ କରିଥିଲା। ରାସ୍ତା ଓ ଡ୍ରେନ୍‌ ପାଇଁ ଆବଶ୍ୟକ ଥିବା ଜବରଦଖଲକୁ ବାହାର କରିବା ପାଇଁ ମନ୍ଦିରର ନାଟମଣ୍ଡପ ପର୍ଯ୍ୟନ୍ତ ଭଙ୍ଗାଯିବା ଲାଗି ସ୍ଥିର ହୋଇଛି। ପାର୍ଶ୍ୱ ମନ୍ଦିର ଭଙ୍ଗାଯାଇଛି। ପରବର୍ତ୍ତୀ ପର୍ଯ୍ୟାୟରେ ସମସ୍ତ କାର୍ଯ୍ୟ ସମ୍ପାଦନ ହେବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କଲା ହାତୀ: ଆଉ ତା’ପରେ…

ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ...

ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…

ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍‌...

ସ୍ତ୍ରୀଙ୍କ ଅନୁମତି ବିନା ମଦ୍ୟପାନ କଲେ ସ୍ବାମୀଙ୍କୁ ହେବ ଜେଲ୍‌! ଜାଣନ୍ତୁ କ’ଣ କହୁଛି ଆଇନ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ଆସିବା ସହିତ, ଦେଶ ଏବଂ ବିଶ୍ୱରେ ଏକ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ପାର୍ଟି ଏବଂ ଉତ୍ସବରେ ମଦ୍ୟପାନ କରିବା ସାଧାରଣ କଥା।...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍‌ଦାର ପ୍ରସ୍ତୁତି

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍‌ଦାର କରାଯାଉଛି। ୪ଦିନ ଧରି...

ନୂଆବର୍ଷରେ ବଡ଼ ପ୍ରତିଜ୍ଞା କରିଦେଲେ ଅନୁପମ ଖେର: ପ୍ରଶଂସକ ଚକିତ

ବଲିଉଡ ନୂଆବର୍ଷକୁ ଜୋରଦାର୍‌ ସ୍ବାଗତ କରିଛି। କିଏ ନିଜ ପରିବାର ସହିତ ସମୟ ବିତାଉଛନ୍ତି, ଆଉ କିଏ ମନ୍ଦିରରେ ପ୍ରାର୍ଥନା କରି ଆଶୀର୍ବାଦ ନେଉଛନ୍ତି। ଅଭିନେତା...

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

‘୧୦ ବର୍ଷର ପ୍ରାର୍ଥନା ପରେ ଜନ୍ମ ହୋଇଥିଲା ପୁଅ…’, ଦୂଷିତ ପାଣି ପିଇ…

ଇନ୍ଦୋର,୧।୧: ମଧ୍ୟପ୍ରଦେଶର ଇନ୍ଦୋରର ଭାଗୀରଥପୁର ଅଞ୍ଚଳର ମରାଠୀ ମୋହଲ୍ଲାରେ ଦୂଷିତ ପାଣି ପିଇ ଜଣେ ଛଅ ମାସର ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହା...

ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି, ଏହି ଦିନ ଆସିବା ନେଇ ଭକ୍ତ ଦାସଙ୍କ ସୂଚନା

ଭୁବନେଶ୍ୱର,୧।୧: ଆସନ୍ତା ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ତେବେ ମାର୍ଚ୍ଚ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri