ସାପ କାମୁଡାରେ ୩ ମୃତ

ଔପଦା/ଖଇରା/କୁଳିଅଣା, ୨୫ା୯(ଡି.ଏନ.ଏ./ସ୍ବ.ପ୍ର.)-ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାର ପୃଥକ ସ୍ଥାନରେ ସାପ କାମୁଡାରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ବାଲେଶ୍ୱର ଜିଲା ଔପଦା ଥାନା ଗଜାଆମ୍ବ ଗ୍ରାମର ମାଧବାନନ୍ଦ ମାରାଣ୍ଡି(୧୮), ଖଇରା ବ୍ଲକ ଡୁଙ୍ଗୁରା ପଞ୍ଚାୟତ ଖଣ୍ଡପଡ଼ା ଗ୍ରାମର ୨ବର୍ଷର ପୁଅ ଓ ମୟୂରଭଞ୍ଜ ଜିଲା କୁଳିଅଣା ଥାନା ଅସନବଣି ଗ୍ରାମର ଆହ୍ଲାଦୀ ମହାନ୍ତ(୫୦)।
୨୩ ତାରିଖ ରାତିରେ ମାଧବାନନ୍ଦ ପରିବାର ଲୋକଙ୍କ ସହ ଖାଇସାରି ଶୋଇଥିବା ବେଳେ ହଠାତ ତାଙ୍କ ଦେହ ପୋଡ଼ାଜଳା ହେବାରୁ ସେ ଚିତ୍କାର କରିଥିଲେ। ପରିବାର ଲୋକ ପୁଅର ଏପରି ଅବସ୍ଥା ଦେଖି କୌଣସି ବିଷଧର ସାପ କାମୁଡ଼ିଥିବା ଅନୁମାନ କରି ତୁରନ୍ତ ଚିକିତ୍ସା ପାଇଁ ସୋର ଡ଼ାକ୍ତରଖାନାକୁ ନେଇଥିଲେ। ସେଠାରେ ତାଙ୍କର ଅବସ୍ଥା ଗୁରୁତର ହେବାରୁ ବାଲେଶ୍ୱର ଡ଼ାକ୍ତରଖାନାକୁ ନିଆଯାଉଥିବା ବେଳେ ବାଟରେ ତାଙ୍କର ମୃତ୍ୟୁ ହୋଇଛି। ଔପଦା ପୋଲିସ ସୋରରେ ପହଞ୍ଚି ଶବ ବ୍ୟବଚ୍ଛେଦ କରିବା ସହ ଏକ ଅପମୃତ୍ୟୁ ମାମଲା(ନଂ.୧୮/୧୯) ରୁଜୁ କରିଛି। ପରିବାରର ସେ ଏକମାତ୍ର ପୁଅ ଥିଲେ। ସେ ସୋର କଲେଜରେ ଯୁକ୍ତ ୩ ପ୍ରଥମ ବର୍ଷର ଛାତ୍ର ଥିଲେ ା ଖଣ୍ଡପଡ଼ା ଗ୍ରାମର ରବୀନ୍ଦ୍ରଙ୍କ ୨ବର୍ଷର ପୁଅକୁ ନେଇ ଶୋଇଥିବା ବେଳେ କୌଣସି ବିଷଧର ସାପ କାମୁଡ଼ିଥିଲା। ପୁଅ ସୋମବାର ସକାଳେ କାନ୍ଦିବାରୁ ଜ୍ୱର ହୋଇଛି ଭାବି ରବୀନ୍ଦ୍ର ତାଙ୍କୁ ଭଦ୍ରକ ନେଇଯାଇଥିଲେ। ସେଠାରେ ଡାକ୍ତରଙ୍କଠାରୁ ସାପ କାମୁଡ଼ିଥିବା କଥା ଜାଣିବା ପରେ ଗୁରୁତର ଅବସ୍ଥାରେ ସେ ତାଙ୍କୁ କଟକ ନେଇଯାଇଥିଲେ। ସେଠାରେ ପୁଅର ମୃତ୍ୟୁ ହୋଇଯାଇଥିଲା। ପୁଅର ଶବକୁ ଧରି ଆସୁଥିବା ବେଳେ ବାପା ରବୀନ୍ଦ୍ର ଗୁରୁତର ହୋଇପଡ଼ିଥିଲେ। ପରେ ତାଙ୍କର ଚିକିତ୍ସା ପାଇଁ କଟକ ବଡ଼ ଡାକ୍ତରଖାନା ଆଇସିୟୁରେ ରଖାଯାଇଛି। ସେହିପରି ମୟୂରଭଞ୍ଜ ଜିଲା କୁଳିଅଣା ଥାନା ଅଧୀନ ଅସନବଣି ଗ୍ରାମର ଆହ୍ଲାଦୀ ମହାନ୍ତ ମଙ୍ଗଳବାର ସକାଳେ ତାଙ୍କୁ ଏକ ବିଷଧର ସାପ କାମୁଡି ଦେଇଥିଲା। ପରିବାର ଲୋକେ ତାଙ୍କୁ ଚିକିତ୍ସା ପାଇଁ ବାରିପଦା ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ କୁଳିଅଣା ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ.୩୦/୧୯) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭିସ ରୋଡ୍‌ ଜାମ୍‌, ଘଣ୍ଟାଘଣ୍ଟା ଧରି ଅଟକିଲା ଗାଡ଼ିମୋଟର

ଧର୍ମଶାଳା,୨୯ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ଛକ ନିକଟରେ ଥିବା ସର୍ଭିସ ରୋଡ୍‌ଟି ବାରମ୍ବାର ଜାମ୍‌ ରହୁଥିବା ଦେଖିବାକୁ...

ସୁନାବେଡ଼ା ଅଞ୍ଚଳରେ ବାଘ ଆତଙ୍କ: ଲୋକେ ଆତଙ୍କିତ

ନୂଆପଡ଼ା,୨୯ା୧୨(ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟ ଦେଇ ଛତିଶଗଡ଼ ରାଜ୍ୟକୁ ସଂଯୋଗ କରୁଥିବା ସୁନାବେଡ଼ା-ଦାତୁନାମା ରାସ୍ତାରେ ଏକ କଲରାପତରିଆ ବାଘ ବୁଲୁଥିବା...

ପାରାଦୀପରେ ରାସାୟନିକ ଗ୍ୟାସ୍‌ର ପ୍ରଭାବ: ଅନେକ ଅସୁସ୍ଥ

ପାରାଦୀପ,୨୯ା୧୨(ଶରତ ରାଉତ):ପାରାଦୀପର ଅଧିକାଂଶ ଅଞ୍ଚଳରେ ରବିବାର ସାରେ ରାସାୟନିକ ଗ୍ୟାସ ଦୁର୍ଗନ୍ଧ ହୋଇଛି। ଫଳରେ ସ୍ଥାନୀୟ ଲୋକେ ଅଣନିଃଶ୍ୱାସୀ ହେବା ସହ ମୁହଁରେ ମାସ୍କ କିମ୍ବା...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri