Posted inଖେଳ

ଏହି ମହିଳା ହେଲେ କ୍ରିକେଟ ଆସୋସିଏଶନ୍‌ର ପ୍ରଥମ ସଭାପତି

ଚେନ୍ନାଇ,୨୧।୯: ତାମିଲନାଡୁ କ୍ରିକେଟ ଆସୋସିଏଶନ (ଟିଏନସିଏ)ର ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି ସାଇ ଗୁରୁନାଥ। ଟିଏନସିଏର ୮୭ତମ ବାର୍ଷିକ ସାଧାରଣ ବୈଠକରେ ରୂପାଙ୍କୁ ସଭାପତି ଭାବେ ଚୟନ କରାଯାଇଛି। ଫଳରେ ରାଜ୍ୟ କ୍ରିକେଟ ଆସୋସିଏଶନର ପ୍ରଥମ ମହିଳା ସଭାପତି ହେବାର କୃତିତ୍ୱ ଅର୍ଜନ କରିଛନ୍ତି। ରୂପା ହେଉଛନ୍ତି ଆଇପିଏଲ ସ୍ପଟ ଫିକ୍ସିଂରେ ଦୋଷୀ ସାବ୍ୟସ୍ତ ହୋଇଥିବା ମୟାପ୍ପନଙ୍କ ସ୍ତ୍ରୀ ଏବଂ ଆଇସିସିର ପୂର୍ବତନ ଅଧ୍ୟକ୍ଷ ଏନ୍‌.ଶ୍ରନିବାସନଙ୍କ ଝିଅ। କ୍ଲବ ପ୍ରତିନିଧିମାନେ ଶ୍ରୀନିବାସଙ୍କ ଝିଅ ରୂପା ଗୁରୁନାଥଙ୍କ ସପକ୍ଷରେ ଯୁକ୍ତି ବାଢିଥିଲେ। ସୂଚନାଯୋଗ୍ୟ, ଟିଏନସିଏ କର୍ମକର୍ତ୍ତା ଓ କ୍ଲବମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ରୂପାଙ୍କ ନାମକୁ ସଭାପତି ପାଇଁ ସୁପାରିସ କରି ଶ୍ରୀନିବାସଙ୍କ ରାଜୁତି ଜାରି ରଖିବା ଲାଗି ନିଷ୍ପତ୍ତି ହୋଇଛି। ତେବେ ରୂପା ଇଣ୍ଡିଆ ସିମେଣ୍ଟର ଡାଇରେକ୍ଟର ଭାବେ କାର୍ଯ୍ୟ କରିଛନ୍ତି। କ୍ରିକେଟ ପ୍ରଶାସନିକ କାର୍ଯ୍ୟରେ ସେ ସମ୍ପୂର୍ଣ୍ଣ ନୂଆ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାହୁଲଙ୍କୁ ଟାର୍ଗେଟ କଲେ ଚେସ ଚାମ୍ପିଅନ ଗ୍ୟାରି କାସପାରୋଭ, କହିଲେ ପ୍ରଥମେ ରାଏବରେଲିରେ ଜିତିକି ଦେଖାନ୍ତୁ…

ନୂଆଦିଲ୍ଲୀ,୪।୫: ଆନ୍ତର୍ଜାତୀୟ ଖେଳାଳି ତଥା ପୂର୍ବତନ ବିଶ୍ୱ ଚାମ୍ପିଅନ ଗ୍ୟାରି କାସପାରୋଭଙ୍କ ଏକ ପୋଷ୍ଟ ରାଜନୈତିକ ଆଲୋଡ଼ନ ସୃଷ୍ଟି କରିଛି। ସେ ରାଏବରେଲିରୁ ଲୋକ ସଭା...

ଟି୨୦ ବିଶ୍ୱକପ୍‌: ଶ୍ରୀନାଥଙ୍କୁ ମିଳିଲା ପୁଣି ଗୁରୁଦାୟିତ୍ୱ

ଦୁବାଇ, ୪ା୫: ଆସନ୍ତା ମାସରେ ଆମେରିକା ଓ ଓ୍ବେଷ୍ଟଇଣ୍ଡିଜରେ ଅନୁଷ୍ଠିତ ହେଉଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଆଇସିସି ମ୍ୟାଚ ରେଫରି ଜାଭାଗଲ ଶ୍ରୀନାଥଙ୍କ ସମେତ ଅମ୍ପାୟର...

ଆଜି ଇଣ୍ଡିଆନ ସୁପର ଲିଗ୍‌ ଫାଇନାଲ: ଏହି ଦୁଇ ଶକ୍ତିଶାଳୀ ଫୁଟବଲ କ୍ଲବ ମଧ୍ୟରେ ହେବ ମୁକାବିଲା

କୋଲକାତା, ୪।୫ ଇଣ୍ଡିଆନ ସୁପର ଲିଗ୍‌(ଆଇଏସ୍‌ଏଲ୍‌)ର ମେଗା ଫାଇନାଲ ଶନିବାର ସଲ୍ଟ ଲେକ୍‌ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ପରସ୍ପରର ସମ୍ମୁଖୀନ ହେବେ ଦୁଇ ଶକ୍ତିଶାଳୀ ଫୁଟବଲ...

ମୁମ୍ବାଇର ପ୍ଲେ-ଅଫ୍‌ ଆଶା ଧୂଳିସାତ, ଦ୍ୱିତୀୟରେ କୋଲକାତା

ମୁମ୍ବାଇ, ୩।୫: ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଶୁକ୍ରବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ୨୪ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ...

ଆଇସିସି ରାଙ୍କିଙ୍ଗରେ ଏକ ନମ୍ବର ସ୍ଥାନ ହରାଇଲା ଭାରତ

ନୂଆଦିଲ୍ଲୀ,୩।୫: ବାର୍ଷିକ ଅପଡେଟ୍ ପରେ ଆଇସିସି ପୁରୁଷ ମାନ୍ୟତାରେ ଅଷ୍ଟ୍ରେଲିଆ ଭାରତକୁ ଗୋଟିଏ ସ୍ଥାନ ପଛକୁ ଠେଲି ଏକ ନମ୍ବର ମାନ୍ୟତା ହାସଲ କରିଛି। ଯଦିଓ...

ମେ’୨୫ ଶେଷ ତାରିଖ, ଆଇପିଏଲରେ ଖରାପ ପଦର୍ଶନ କଲେ ଟି-୨୦ ବିଶ୍ୱକପ୍‌ ଟିମ୍‌ରୁ ଏହି ସବୁ ଖେଳାଳି ପଡିବେ ବାଦ୍‌

ନୂଆଦିଲ୍ଲୀ,୩।୫: ଟି -୨୦ ବିଶ୍ୱକପ୍‌ ପାଇଁ ଭାରତୀୟଦଳ ଘୋଷଣା ହୋଇସାରିଛି। ଭଲ ପ୍ରଦର୍ଶନ କରୁଥିବା ଅନେକ ଖେଳାଳିଙ୍କୁ ଏଥର ସୁଯୋଗ ମିଳିନାହିଁ। ଯାହାକୁ ନେଇ ପ୍ରଶଂସକମାନେ...

ଗୋଟିଏ ମ୍ୟାଚ୍‌ରେ ଭାଙ୍ଗିଗଲା ଅନେକ ରେକର୍ଡ

ନୂଆଦିଲ୍ଲୀ,୩।୫: ଆଇପିଏଲ ୨୦୨୪ର ୫୦ତମ ମ୍ୟାଚରେ ପ୍ରବଳ ରନ୍‌ ବର୍ଷା ହୋଇଥିଲା। ଏହି ଗୋଟିଏ ମ୍ୟାଚରେ ଅନେକ ରେକର୍ଡ କରାଯାଇଥିଲା। ଏହି ମ୍ୟାଚ ସନରାଇଜର୍ସ ହାଇଦ୍ରାବାଦ...

ମାତ୍ର ୨୦ ବର୍ଷ ବୟସରେ ଦୁନିଆରୁ ବିଦାୟ ନେଲେ ଏହି ଘାତକ ସ୍ପିନର୍‌: ମୃତ୍ୟୁର ଗୋଟିଏ ଦିନ ପୂର୍ବରୁ ନେଇଥିଲେ ୩ ଉଇକେଟ୍‌

ଲଣ୍ଡନ,୩।୫: ଇଂଲଣ୍ଡ କ୍ରିକେଟର ଜୋଶ ବେକର ମାତ୍ର ୨୦ ବର୍ଷ ବୟସରେ ଦୁନିଆରୁ ବିଦାୟ ନେଇଛନ୍ତି। କାଉଣ୍ଟି କ୍ରିକେଟରେ ୱର୍କେଷ୍ଟେଶାୟାର୍‌ ପାଇଁ ବେକର୍‌ ଖେଳିଥିଲେ। ମୃତ୍ୟୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri