କ୍ୟାବିନେଟ୍‌ ନିଷ୍ପତ୍ତି: ୨୪ରୁ ୪୮ ଘଣ୍ଟା ମଧ୍ୟରେ ଚାଷୀଙ୍କୁ ମିଳିବ ଟଙ୍କା, ଧାନ କିଣା ଟାର୍ଗେଟ କମିଲା

ଭୁବନେଶ୍ୱର,୨୬।୯(ବ୍ୟୁରୋ): ଧାନ ବିକୁଥିବା ଚାଷୀଙ୍କୁ ଏଣିକି ୨୪ରୁ ୪୮ ଘଣ୍ଟା ମଧ୍ୟରେ ସେମାନଙ୍କର ପ୍ରାପ୍ୟ ମିଳିବ। ପୂର୍ବରୁ ସେମାନଙ୍କୁ ୨୪ରୁ ୭୨ ଘଣ୍ଟା ମଧ୍ୟରେ ଧାନ ବିକା ଟଙ୍କା ମିଳୁଥିଲା। ଗୁରୁବାର ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏଥିସହିତ ଖାଦ୍ୟ ଓ ସଂଗ୍ରହଣ ନୀତି ୨୦୧୯-୨୦କୁ କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛି। ଚଳିତ ବର୍ଷ ଖରିଫ ଋତୁରେ ୬୦ ଲକ୍ଷ ମେଟ୍ରିକ ଟନ୍‌ ଧାନ ସଂଗ୍ରହ ହେବ। ଏ ବାବଦରେ ୪୧ ଲକ୍ଷ ମେଟ୍ରିକ ଟନ୍‌ ଚାଉଳ ସଂଗ୍ରହ ହେବ ବୋଲି ସରକାର ଲକ୍ଷ୍ୟଧାର୍ଯ୍ୟ କରିଛନ୍ତି। ତେବେ ଗତ ବର୍ଷଠାରୁ ଚଳିତ ବର୍ଷ ପ୍ରାୟ ୫ ଲକ୍ଷ ମେଟ୍ରିକ ଟନ୍‌ ଧାନ ଓ ଚାଉଳ କମ୍‌ ସଂଗ୍ରହ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ୨୦୧୮-୧୯ରେ ୬୫.୪୯ ଲକ୍ଷ ମେଟ୍ରିକ ଟନ୍‌ ଧାନ ଓ ଏଥିରୁ ବାହାରୁଥିବା ୪୪.୪୨ ଲକ୍ଷ ମେଟ୍ରିକ୍‌ ଟନ୍‌ ଚାଉଳ ସଂଗ୍ରହ କରିବାକୁ ସରକାର ଲକ୍ଷ୍ୟଧାର୍ଯ୍ୟ କରିଥିଲେ। କ୍ୟାବିନେଟ ବୈଠକ ଶେଷରେ ମୁଖ୍ୟଶାସନ ସଚିବ ଅସୀତ୍‌ ତ୍ରିପାଠୀ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଆବଶ୍ୟକ ହେଲେ ସରକାର ଚାଷୀଙ୍କଠାରୁ ଆହୁରି ଅଧିକ ଧାନ କ୍ରୟ କରିବେ। ଆସନ୍ତା ନଭେମ୍ବର ପହିଲାରୁ ୨୦୨୦ ମାର୍ଚ୍ଚ ପର୍ଯ୍ୟନ୍ତ ଖରିଫ୍‌ ଧାନ ସଂଗ୍ରହ କରାଯିବ। ସେହିପରି ୨୦୨୦ ମେ’ରୁ ଜୁନ୍‌ ମଧ୍ୟରେ ରବି ଧାନ ସଂଗ୍ରହ ହେବ। ଚଳିତ ବର୍ଷ ଧାନ କିଣିବା ପାଇଁ ୧୨ ଲକ୍ଷ ୪୦ ହଜାର ଚାଷୀ ନାମ ପଞ୍ଜୀକୃତ କରିଛନ୍ତି। ପ୍ରଥମ ଥର ପାଇଁ ଆଧାରକୁ ପରିଚୟ ପତ୍ର ଭାବେ ଧରି ଏହି ପଞ୍ଜୀକରଣ କରାଯାଇଛି। ୨୦୧୮-୧୯ରେ ଖରିଫ୍‌ ଋତୁରେ ୯ ଲକ୍ଷ ଚାଷୀ ଧାନ ବିକ୍ରି କରିଥିଲେ। ଚଳିତ ବର୍ଷ ୩ ଲକ୍ଷ ୪୦ ହଜାର ଅଧିକ ଚାଷୀ ଧାନ ବିକିବା ପାଇଁ ନାମ ପଞ୍ଜୀକୃତ କରିଛନ୍ତି। ତେବେ ଚାଷୀମାନେ ଏବେ ଆଧାରକୁ ପରିଚୟପତ୍ର ଭାବେ ଦେଖାଇ ଧାନ ବିକି ପାରିବେ । ଆଧାର ନ ଥିଲେ ସରକାର ଚାଷୀଙ୍କଠାରୁ ଧାନ କିଣିବେ ନାହିଁ। ଚଳିତ ବର୍ଷ ଅଧିକ ସଂଖ୍ୟାରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଧାନ କିଣାରେ ସାମିଲ ହେବେ। ଏଥିସହିତ ପ୍ୟାକ୍ସ, ଲ୍ୟାମ୍ପ୍‌ସ ଏବଂ ପାଣିପଞ୍ଚାୟତଗୁଡିକ ମଧ୍ୟ ଚାଷୀଙ୍କଠାରୁ ଧାନ କିଣିବେ। ମାର୍କ ଫେଡ୍‌କୁ ଚଳିତ ବର୍ଷ ଧାନ କିଣାରୁ ବାଦ୍‌ କରାଯାଇଛି। ଭାଗ ଚାଷୀ, କ୍ଷୁଦ୍ର ଓ ନାମମାତ୍ର ଚାଷୀ ନିଜର ବଳକା ଧାନକୁ ବିକ୍ରି କରିପାରିବେ। ଚଳିତ ବର୍ଷ କେନ୍ଦ୍ର ସରକାର ସାଧାରଣ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି)୧୮ଶହ ୧୫ ଟଙ୍କା ଏବଂ ଗ୍ରେଡ୍‌ ଏ ଧାନ ପାଇଁ ୧୮ଶହ ୩୫ ଟଙ୍କା ଧାର୍ଯ୍ୟ କରିଛନ୍ତି। ଗତ ବର୍ଷର ବକେୟା ଚାଉଳ ଫେରସ୍ତ କରି ନ ଥିବା ମିଲରମାନଙ୍କୁ ଧାନ ସଂଗ୍ରହ ପ୍ରକ୍ରିୟାରେ ସାମିଲ କରାଯିବ ନାହିଁ। ଚାଷୀଙ୍କୁ ଧାନ ବିକ୍ରି ବାବଦ ଅର୍ଥ ଅନ୍‌ଲାଇନ୍‌ ଜରିଆରେ ସିଧା ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟରେ ପୈଠ କରାଯିବ। ରାଜ୍ୟର ୩୧୦ଟି ବ୍ଲକରେ ପି-ପାସ୍‌ ମାଧ୍ୟମରେ ଧାନ କିଣାଯିବ। ରାଜ୍ୟର ସାଧାରଣ ବ୍ୟବସ୍ଥା ବଣ୍ଟନ ପାଇଁ ୨୪ ଲକ୍ଷ ମେଟ୍ରିକ ଟନ୍‌ ଚାଉଳକୁ ବାଦ୍‌ଦେଇ ବଳକା ଚାଉଳ ଭାରତୀୟ ଖାଦ୍ୟ ନିଗମ ମାଧ୍ୟମରେ କେନ୍ଦ୍ରୀୟ ଭଣ୍ଡାରକୁ ପଠାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri