ରାସ୍ତାରେ ଯୁବତୀଙ୍କୁ ପ୍ରେମ ନିବେଦନ ମହଙ୍ଗା ପଡ଼ିଲା, ଗ୍ରାମବାସୀ ଧରି ନିର୍ଧୁମ ଛେଚିଲେ

ଛେଣ୍ଡିପଦା,୨୬।୯(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅଞ୍ଚଳର ଜନୈକ ଯୁବକ ରାସ୍ତାରେ ଜଣେ ସ୍କୁଲ ଛାତ୍ରୀଙ୍କୁ ପ୍ରେମ ନିବେଦନ କରି ନିର୍ଧୁମ ଛେଚା ଖାଇଛନ୍ତି।

ସୂଚନାନୁଯାୟୀ, ବିଦ୍ୟାଳୟକୁ ଜନୈକ ଛାତ୍ରୀ ଯିବା ସମୟରେ କୋଶଳା ଗାଁର ଜଣେ ଯୁବକ ଛାତ୍ରୀଙ୍କୁ ରାସ୍ତାରେ ଅଟକାଇ ପ୍ରେମ ନିବେଦନ କରିଥିଲେ। ଯୁବକଙ୍କ ଏଭଳି ଆଚରଣ ଦେଖି ଛାତ୍ରୀଜଣଙ୍କ ଯୁବକଙ୍କୁ ଗାଳି କରୁଥିଲେ। ଏହାକୁ ନେଇ ଛାତ୍ରୀ ଓ ଯୁବକ ମଧ୍ୟରେ ଝଗଡ଼ା ହୋଇଥିଲା। ଏହାଦେଖି ସ୍ଥାନିୟ ଲୋକମାନେ ସେଠାରେ ରୁଣ୍ଡ ହୋଇ ଘଟଣାର ସତ୍ୟତା ଜାଣିବା ପରେ ଉକ୍ତ ଯୁବକଙ୍କୁ କାବୁ କରି ନେବା ସହିତ ନିର୍ଧୁମ ଛେଚି ଥିଲେ। ଏଥିସହ ଯୁବକଙ୍କ ବାପାକୁ ଖବର ଦେଇଥିଲେ। ଖବରପାଇ ବାପା ଘଟଣାସ୍ଥଳରେ ପୁଅର ଏପରି କାର୍ଯ୍ୟକୁ ନେଇ ଗ୍ରାମବାସୀଙ୍କୁ ଭୁଲ ମାଗିଥିଲେ। ଆଗକୁ ପୁଅ ଏଭଳି ଆଚରଣ କରିବ ନାହିଁ ବୋଲି ପ୍ରତିଶ୍ରୁତି ଦେଇ ପୁଅ ସାଙ୍ଗରେ ନେଇ ଯାଇଥିଲେ। ଏଭଳି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ଏ ନେଇ ଥାନାରେ କୈାଣସି ମାମଲା ରୁଜୁ ହୋଇ ନ ଥିବା ଛେଣ୍ଡିପଦା ପୋଲିସ ପ୍ରକାଶ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri