ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ : ଗ୍ରାମରେ ଉତ୍ତେଜନା

ଧର୍ମଶାଳା/ଜେନାପୁର,୨୭ା୯(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ଚକ୍ରଧରପୁର ଗ୍ରାମର ଜଣେ ଯୁବକଙ୍କ ଗୁରୁବାର ସନ୍ଦେହ ଜନକ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ଗ୍ରାମର ଅମର ମଳିକ (୩୫)। ଏହାକୁ ନେଇ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଥିଲା। କ୍ଷତିପୂରଣ ସହ ହତ୍ୟାକାରୀଙ୍କୁ ଗିରଫ ଦାବିରେ ପରିବାରଲୋକେ ଏବଂ ଗ୍ରାମବାସୀ ୫୩ନଂ ଜାତୀୟ ରାଜପଥ ଦଳଗାଁ ଛକରେ ମୃତଦେହ ରଖି ରାସ୍ତା ଅବରୋଧ କରିଥିଲେ। ଫଲରେ ଉଭୟ ପାର୍ଶ୍ୱରେ ଟ୍ରାଫିକ୍‌ ସମସ୍ୟା ଦେଖାଦେଇଥିଲା। ଖବର ପାଇ ଜେନାପୁର ଥାନା ଅଧିକାରୀ ଶୁଶାନ୍ତ କୁମାର ଦାସ ଏବଂ ଏସ୍‌ଆଇ ମନୋରଞ୍ଜନ ଦାସ ଘଟଣାସ୍ଥଳରେ ପହଞ୍ଚତ୍ ଲୋକଙ୍କୁ ବୁଝାଶୁଝା କରିଥିଲେ। ଏଥିସହ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲେ। ଘଟଣାରେ ଅଭିଯୁକ୍ତମାନଙ୍କୁ ତୁରନ୍ତ ଗିରଫ କରାଯିବ ବୋଲି ଥାନାଅଧିକାରୀ ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା।
ପ୍ରକାଶ ଯେ, ଅମର ସକାଳେ କେନାଲକୁ ମାଛ ଧରିବା ପାଇଁ ଘରୁ ଆସିଥିଲେ। ମାତ୍ର ଜାତୀୟ ରାଜପଥ ଦଳଗାଁ ନିକଟ ଏକ ଧାନବିଲରେ ଅପରାହ୍ନ ୪ଟା ପାଖାପାଖି ସମୟରେ ତାଙ୍କ ମୃତଦେହ ପଡିଥିବା ଦେଖିବାକୁ ମିଳିଥିଲା। ଅମରଙ୍କ ମୁଣ୍ଡରେ କ୍ଷତଚିହ୍ନ ଥିବାରୁ ତାଙ୍କୁ ଯୋଜନା ବଦ୍ଧଭାବେ ହତ୍ୟା କରି ଧାନ ବିଲରେ ପକାଯାଇଥିବା ସନ୍ଦେହ କରି ପରିବାର ଲୋକେ ଥାନାରେ ଅଭିଯୋଗ କରିଥିଲେ। ଏହି ଘଟଣା ଜଣାପଡିବା ପରେ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

ଓମ୍‌ସା ଆନ୍ଦୋଳନ: ଘଣ୍ଟାଏ ବନ୍ଦ ରହିବ ରୋଗୀ ସେବା

ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…

ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri