Posted inଖେଳ

ଅଭ୍ୟାସ ମ୍ୟାଚ୍‌: ମାରକ୍ରାମଙ୍କ ଶତକ, ବଭୁମାଙ୍କ ଅର୍ଦ୍ଧଶତକ

ବିଜୟନଗରମ,୨୮।୯(ପି.ଟି.)- ସ୍ଥାନୀୟ ପିଭିଜି ରାଜୁ ଏସିଏ ସ୍ପୋଟର୍‌ସ କମ୍ପ୍ଲେକ୍ସରେ ଭାରତୀୟ ବୋର୍ଡ ସଭାପତି ଏକାଦଶ ଓ ଦକ୍ଷିଣ ଆଫ୍ରିକା ମଧ୍ୟ ଚାଲିଥିବା ୩ ଦିନିଆ ଅଭ୍ୟାସ ମ୍ୟାଚ୍‌ ଦ୍ୱିତୀୟ ଦିନରେ ପହଞ୍ଚିଛି। ପ୍ରଥମ ଦିନର ଖେଳ ବର୍ଷା ଯୋଗୁ ସମ୍ପୂର୍ଣ୍ଣ ରୂପେ ବାତିଲ ହେବା ପରେ ଶୁକ୍ରବାର ଦ୍ୱିତୀୟ ଦିନରେ ମ୍ୟାଚ୍‌ ଆରମ୍ଭ ହୋଇଥିଲା। ଟସ୍‌ ଜିତି ଦକ୍ଷିଣ ଆଫିକା ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଓପନର ଏଡେନ ମାରକ୍ରାମଙ୍କ ଶତକ ଓ ଟେମ୍ବା ବଭୁମାଙ୍କ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଦ୍ୱିତୀୟ ଦିନ ଖେଳ ଶେଷ ସୁଦ୍ଧା ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସରେ ୫୦ ଓଭରରେ ୪ ଉଇକେଟ ହରାଇ ୧୯୯ ରନ ସଂଗ୍ରହ କରିଛି। ଷ୍ଟମ୍ପ ଅପସାରଣ ବେଳକୁ ବଭୁମା ୯୨ ବଲରୁ ୯ ଚୌକା ସହ ୫୫ ରନ କରି ଅପରାଜିତ ରହିଛନ୍ତି।
ଓପନର ମାରକ୍ରାମ ଦ୍ରୁତ ଗତିରେ ବ୍ୟାଟିଂ କରି ୧୧୮ଟି ବଲର ସମ୍ମୁଖୀନ ହୋଇ ୧୮ ଚୌକା ଓ ୨ ଛକା ସହ ୧୦୦ରନର ଶତକୀୟ ପାଳି ଖେଳି ରିଟାୟାର୍ଡ ହର୍ଟ ହୋଇଥିଲେ। ଶତକ ହାସଲ କରିବା ଠିକ୍‌ ପରେ ସେ ପ୍ୟାଭିଲିୟନ ଫେରିଯାଇଥିଲେ। ଏହି ଗସ୍ତରେ ମାରକ୍ରାମ କ୍ରମାଗତ ଦ୍ୱିତୀୟ ଶତକ ଅର୍ଜନ କରିଛନ୍ତି। ପୂର୍ବରୁ ମାରକ୍ରାମ ଗତ ସପ୍ତାହରେ ଅନୁଷ୍ଠିତ ଭାରତ ଏ’ ବିପକ୍ଷ ପ୍ରଥମ ଶ୍ରେଣୀ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ଏ’ ତରଫରୁ ପ୍ରତିନିଧିତ୍ୱ କରି ୧୬୧ ରନ ସଂଗ୍ରହ କରିଥିଲେ। ଦକ୍ଷିଣ ଆଫ୍ରିକା ଇନିଂସ ଆରମ୍ଭରୁ ଝଟ୍‌କା ଖାଇଥିଲା। ଓପନର ଡିନ୍‌ ଏଲଗାର ମାତ୍ର ୬ ରନ କରିଥିବା ବେଳେ ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବଙ୍କ ବଲ୍‌ରେ ସ୍ଲିପ୍‌ରେ ପ୍ରିୟଙ୍କ ପଞ୍ଚାଲଙ୍କୁ କ୍ୟାଚ୍‌ ଦେଇ ଆଉଟ ହୋଇଥିଲେ। ଏହାପରେ ଥେଉନିସ୍‌ ଡି ବ୍ରୁଏନ୍‌ ୬ ରନ କରିଥିବା ବେଳେ ଇଶାନ ପୋରେଲଙ୍କ ଦ୍ୱାର ଏଲ୍‌ବିଡବ୍ଲ୍ୟ ହୋଇଥିଲେ। ସେହିପର ୨୨ ରନ କରିଥିବା ବେଳେ ଜୁବେର ହମ୍‌ଜା ସ୍ପିନର ଧର୍ମନ୍ଦ୍ରସିନ୍‌ ଜାଡେଜାଙ୍କ ବଲ୍‌ରେ ଏଲ୍‌ବିଡବ୍ଲ୍ୟୁ ହୋଇଥିଲେ। ଶେଷରେ ଅଧିନାୟକ ଫାଫ୍‌ ଡୁପ୍ଲେସି ୯ କରି ଏଲ୍‌ବିଡବ୍ଲ୍ୟୁ ହେବା ସହ ଜାଜେଜାଙ୍କ ଦ୍ୱିତୀୟ ଶିକାର ହୋଇଥିଲେ। ବୋଲିଂରେ ସଭାପତି ଏକାଦଶ ତରଫରୁ ଜାଜେଜା ଦୁଇଟି, ଉମେଶ ଓ ପୋରେଲ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସ- ୫୦ ଓଭରରେ ୧୯୯/୪
(ମାରାକ୍ରାମ- ୧୦୦, ବଭୁମା- ୫୦*, ଜାଡେଜା- ୨/୫୨, ପୋରେଲ- ୧/୧୧, ଉମେଶ- ୧/୩୧)।


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନ ଯିବେ ଆମେରିକା! ବଡ଼ ଘୋଷଣା କଲେ ଟ୍ରମ୍ପ ସରକାର, ଟେନସନରେ ଜେଲେନ୍ସକି

ଓ୍ବାଶିଂଟନ,୧୮।୧୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଏକ ଜଟିଳ ପ୍ରସଙ୍ଗ ହୋଇ ରହିଛି ଯାହାର ସମାଧାନ ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ...

ଚାଇନାକୁ ବଡ଼ ଝଟକା, ତାଇୱାନକୁ ଏହି ସାହାଯ୍ୟ କରିବେ ଟ୍ରମ୍ପ

ନୂଆଦିଲ୍ଲୀ,୧୮।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରଶାସନ ତାଇୱାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ଯାହା ଚାଇନାକୁ ଏକ ବଡ଼ ଧକ୍କା ଦେଇଛି...

ସୀମାନ୍ତରେ ପୋଲିସ-ମାଓବାଦୀ ଗୁଳି ବିନିମୟ, ୩ ମାଓବାଦୀ ସଫା

ମାଲକାନଗିରି,୧୮।୧୩(ଦୁର୍ଯ୍ୟୋଧନ ପାତ୍ର) ମାଲକାନଗିରି ସୀମାନ୍ତ ଛତିଶଗଡ ସୁକୁମା ଜିଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ତିନିଜଣ ମାଓବାଦୀ ନିହତ ହୋଇଛନ୍ତିା ସୂଚନା...

ଚକରା ଘାଟିରେ ପର୍ଯ୍ୟଟକ-ଦନ୍ତା ମୁହାଁମୁହିଁ: ଲୋକେ ଆତଙ୍କିତ

ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ରେ ଦନ୍ତା ହାତୀମାନଙ୍କ ଦୌରାତ୍ମ ଦିନକୁ ଦିନ ବଢ଼ିବାରେ ଲାଗିଛି। ଯାହାକୁ ନେଇ ଜଙ୍ଗଲ...

ପରଲୋକରେ ଷ୍ଟାଚ୍ୟୁ ଅଫ ୟୁନିଟିର ନିର୍ମାତା: ଖେଳିଗଲା ଶୋକର ଲହରୀ

ନୋଏଡା,୧୮।୧୨: ପ୍ରସିଦ୍ଧ ମୂର୍ତ୍ତିକାର ରାମ ସୂତାରଙ୍କ ଦେହାନ୍ତ ହୋଇଛି। ସେ ପ୍ରାୟ ୧୦୦ ବର୍ଷ ବୟସରେ ନୋଏଡାର ସେକ୍ଟର ୧୯ସ୍ଥିତ ତାଙ୍କ ବାସଭବନରେ ଶେଷ ନିଶ୍ୱାସ...

ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ ଅଘଟଣ: ୪୦ ଫୁଟ୍‌ ତଳକୁ ଖସିଲା ବୋଲେରୋ

ମୋରଡା,୧୮।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍‌ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର...

୨୦୨୬ରୁ ଚମକିବ ୩ରାଶିଙ୍କ ଭାଗ୍ୟ, ଯାହା ଛୁଇଁବେ ପାଲଟିବ ସୁନା!

୨୦୨୬ ବର୍ଷ ପାଖେଇ ଆସୁଛି, ଏବଂ ଏହି ନୂତନ ବର୍ଷରେ ହେଉଥିବା ଗ୍ରହ ପରିବର୍ତ୍ତନ କିଛି ରାଶି ପାଇଁ ବିଶେଷ ସୌଭାଗ୍ୟ ଆଣିବ ବୋଲି କହିଛନ୍ତି...

୨୬ ମାର୍ଚ୍ଚରୁ IPL ଆରମ୍ଭ , ଏହି ଦିନ ଖେଳାଯିବ ଫାଇନାଲ; କାର୍ଯ୍ୟସୂଚୀ ଘୋଷଣାରେ ପାକିସ୍ତାନରେ ହଙ୍ଗାମା

ନୂଆଦିଲ୍ଲୀ,୧୮।୧୨: IPL ୨୦୨୬ ମିନି ନିଲାମ ପରେ, ସମସ୍ତ ୧୦ଟି ଦଳର ଦଳ ଚୂଡ଼ାନ୍ତ ହୋଇଛି। ଏହି ସମୟରେ, ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri