ପୂର୍ବତନ ସରପଞ୍ଚଙ୍କୁ ଆକ୍ରମଣ ଘଟଣା, ୨ ଗିରଫ

ହିଞ୍ଜିଳିକାଟୁ,୨୮ା୯(ଡି.ଏନ୍‌.ଏ.) -ହିଞ୍ଜିଳି ଥାନା ତହଁର ଗ୍ରାମର ପୂର୍ବତନ ସରପଞ୍ଚ ପଦ୍ମଚରଣ ପାଢୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ୨ଜଣ ଅଭିଯୁକ୍ତଙ୍କୁ ପୋଲିସ ଶୁକ୍ରବାର ଗିରଫ କରିଛି। ସେମାନେ ହେଲେ ଆସିକା ଥାନା ସୁନାରୀ ସାହିର ସମୀର ସାହୁ (୨୦) ଓ ଓଡ଼ଗଁ। ଥାନା ରଙ୍ଗଣିପାଟଣା ଗ୍ରାମର ଜିତେନ୍ଦ୍ର ପ୍ରଧାନ (୨୦)। ପ୍ରକାଶ ଥାଉ କି, ଗତ ୧୧ ତାରିଖ ରାତିରେ ପଦ୍ମଚରଣ ଶୌଚାଳୟ ଯିବାକୁ ବାରିପଟ କବାଟ ଖୋଲିବାବେଳେ ପୂର୍ବରୁ ପ୍ରସ୍ତୁତ ହୋଇଥିବା ୪ଦୁର୍ବୃତ୍ତ ତାଙ୍କୁ ଲୁହା ରଡ଼ ଓ ଛୁରୀରେ ଆକ୍ରମଣ କରିଥିଲେ। ତାଙ୍କ ମୁଣ୍ଡ ଓ ଛାତିରେ ଗୁରୁତର ଆଘାତ ଲାଗିଥିବାରୁ ବ୍ରହ୍ମପୁର ବଡ଼ ମେଡିକାଲରେ ଚିକିତ୍ସିତ ହୋଇଥିଲେ। ଏନେଇ ପଦ୍ମଚରଣଙ୍କ ପୁତୁରା ଅରୁଣ ଥାନାରେ ଅଭିଯୋଗ କରିଥିଲେ। ନଂ.୨୩୬/୧୧ରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଚଳାଇଥିଲା। ଗୁରୁବାର ଗିରଫ ୨ଅଭିଯୁକ୍ତଙ୍କୁ ପୋଲିସ ଭୁବନେଶ୍ୱର ସାଲିଆ ସାହିରୁ ଗିରଫ କରିଛି। ଘଟଣାରେ ଜଡ଼ିତ ଅନ୍ୟ ୨ଜଣ ପେରାର ଅଛନ୍ତି। ଗିରଫ ୨ଜଣଙ୍କୁ ଶୁକ୍ରବାର ଶେରଗଡ଼ କୋର୍ଟକୁ ପଠାଯାଇଥିବା ଆଇଆଇସି ଅଭିମନ୍ୟୁ ଦାସଙ୍କ ଠାରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

ପୁରୁଷୋତ୍ତମପୁର ସବ୍‌-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: କାର୍ଯ୍ୟାନୁଷ୍ଠାନ ଲାଗି ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍‌ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟି ଜମିର ପ୍ରକୃତ ମାଲିକଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି...

ପୁରୁଷୋତ୍ତମପୁର ତହସିଲଦାର ଭାବେ ଯୋଗଦେଲେ ମୃଣାଳିକା ରାଠୋର, ପ୍ରତିଶ୍ରୁତି ଦେଇ କହିଲେ…

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ତହସିଲଦାର ଭାବରେ ୨୦୨୪ ବ୍ୟାଚ୍‌ର ପ୍ରୋବେସନ ଆଇଏଏସ୍‌ ଅଫିସର ମୃଣାଳିକା ରାଠୋର ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି।...

ମହିଳାଙ୍କୁ ଯୌନ ଉତ୍ପୀଡନରୁ ରକ୍ଷା କରିବା ସମସ୍ତଙ୍କ ଦାୟିତ୍ୱ

ଦିଗପହଣ୍ଡି, ୧୯।୧୨(ଅଶେଷ ନାଥ ମିଶ୍ର): ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି-ବ୍ରହ୍ମପୁର ମୂଖ୍ୟ ରାସ୍ତାକଡ଼ରେ ଥିବା ପଦ୍ମନାଭପୁର ସରସ୍ବତୀ ଉଚ୍ଚ ମାଧ୍ୟମିକ ବିଦ୍ୟାମନ୍ଦିର ପରିସରରେଠାରେ ଆଇନ...

କଳିଙ୍ଗା ଘାଟିରେ ଡ୍ରେନକୁ ଖସିଲା ବସ: ଘନ କୁହୁଡି ଯୋଗୁ…

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଓ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରେ ମାଟି ଓ ପଥର ଖସିବା ପରଠୁ ଘାଟିରେ କିଛି ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri