Posted inRasifala

ରାଶିଫଳ: ସୋମବାର, ସେପ୍ଟେମ୍ବର ୩୦ ତାରିଖ – Daily Horoscope

ମେଷ

ଅଟକି ରହିଥିବା କାମଗୁଡ଼ିକ ଯୋଗୁ ମାନସିକ ଶାନ୍ତି କେତେକାଂଶରେ ବ୍ୟାହତ ହେବ। କର୍ମକ୍ଷେତ୍ର, ବ୍ୟବସାୟ, ପରିବହନ, ରାଜନୀତି, ସଭାସମିତି ଓ କଳା, କ୍ରୀଡ଼ା ପାଇଁ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ନିକଟ ସମ୍ପର୍କୀୟମାନଙ୍କ ମିଥ୍ୟା ଅଭିଯୋଗ ସକାଶେ ନିଜ ଲୋକ ମାନଙ୍କୁ ଦାୟୀ କରିବେ।
ବୃଷ
ବୃଷ
ପରୋକ୍ଷ ଶତ୍ରୁତା କାରଣରୁ ନିଜେ କୌଣସି ପ୍ରକାରର ଭୁଲ୍‌ ନ କରି ମଧ୍ୟ ଦୋଷୀ ରୂପେ ପରିଗଣିତ ହେବେ। କେତେକ ପାରିବାରିକ ସମସ୍ୟାକୁ କେନ୍ଦ୍ରକରି ଏହା ଘଟିବାର ସମ୍ଭାବନା ଅଧିକ ରହିଛି। ଅର୍ଥ କିମ୍ବା ଆବଶ୍ୟକତା ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ । ସାଧାରଣ ପରିସ୍ଥିତିରେ ପଡୋଶୀଙ୍କ ସହ ସମ୍ପର୍କ ବୃଦ୍ଧି ପାଇବ ।
ମିଥୁନ
ମିଥୁନ
ସ୍ବାସ୍ଥ୍ୟରେ ଉନ୍ନତି, ଗୃହରେ ଶାନ୍ତି, ଜମିଜମା ବିବାଦର ସମାଧାନ କାରଣରୁ ଆନନ୍ଦ ଅନୁଭବ କରିବେ । ସଭାସମିତି, ବନ୍ଧୁ ସମ୍ପର୍କ ଓ ପାରିବାରିକ ଦିଗରୁ ଅନୁକୂଳ ଫଳ ପାଇବେ। ପ୍ରେସ୍‌ ପବ୍ଳିକେଶନ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ସାମାନ୍ୟ ପ୍ରତିବନ୍ଧକର ସମ୍ମୁଖୀନ ହେବେ। ଶିଳ୍ପ, ବାଣିଜ୍ୟରେ ବିଭିନ୍ନ ପ୍ରକାରର ଚାପର ସମ୍ମୁଖୀନ ହୋଇପାରନ୍ତି।
କର୍କଟ
କର୍କଟ
ନୂତନ କର୍ମାରମ୍ଭର ପ୍ରାଥମିକ ସ୍ତରରେ ସାମାନ୍ୟ ପ୍ରତିବନ୍ଧକ ଦେଖାଦେଇପାରେ । ଭ୍ରମଣ ସୁଯୋଗ, ସତ୍ସଙ୍ଗ, ବନ୍ଧୁଙ୍କ ନିମନ୍ତ୍ରଣ, ଦୂରଯାତ୍ରା ଓ ବନ୍ଧୁମିଳନ ଜନିତ ମନ ଏକପ୍ରକାର ଖୁସୀ ରହିବ। ପାରିବାରିକ ଅସ୍ଥିରତା, ଅର୍ଥାଭାବ, କାର୍ଯ୍ୟସିଦ୍ଧିରେ ବିଳମ୍ବ ଓ କେତେକ ମାନସିକ ଦ୍ୱନ୍ଦ୍ୱ ଭିତରେ ସମୟ କଟାଇବେ।
ସି˚ହ
ସି˚ହ
ପରିସ୍ଥିତି କେତେକାଂଶରେ ଭଲ ହେଲେ ମଧ୍ୟ ପ୍ରତ୍ୟେକ କାମରେ ଅନ୍ତର୍ଦ୍ୱନ୍ଦ୍ୱ ଲାଗି ରହିବ । ସଦାବେଳେ ହାତଖାଲି ରହିବାରୁ ମନରେ ସରସତା ରହିବ ନାହିଁ । ସଙ୍ଗୀତ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିବେ। ସ୍ଥଗିତ କାମପାଇଁ ଅନ୍ୟକୁ କୈଫିୟତ ଦେବାକୁ ପଡିପାରେ ।
କନ୍ୟା
ହଠାତ୍‌ ବନ୍ଧୁଙ୍କ ସହ ଅର୍ଥ ସମ୍ପର୍କକୁ ନେଇ ବିବାଦ ଦେଖାଦେଇ ପାରେ। ଚିତ୍ରା ନକ୍ଷତ୍ରର ଋଣ ସୂତ୍ରରେ ଅର୍ଥଲାଭ ପାଇଁ ପ୍ରଯତ୍ନ କରିପାରନ୍ତି। ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ । ସାମାଜିକ ସ୍ତରରେ ସମ୍ମାନନୀୟ ବ୍ୟକ୍ତିି ବିଶେଷ ସହାୟତା କରିବେ। ଭଲ ସମ୍ପର୍କ ନ ଥିବା ଆମତ୍ୀୟମାନେ ପଛରେ ବିଭିନ୍ନ ପ୍ରକାରର କଟୁ କଥା କହିବେ।
ତୁଳା
ତୁଳା
ନିଜର ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ। ଆଜିର ପ୍ରତ୍ୟୁଷ ଯାତ୍ରା ଶୁଭପ୍ରଦ ହେବ ଓ ବନ୍ଧୁ ମିଳନ ଘଟିବ। ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ବରେ ପଡିପାରନ୍ତି। ବକେୟା ଟଙ୍କା ପାଇଁ ସମସ୍ୟା ଉପୁଜିବା ସହ ପରିବହନରେ ଝଗଡା ଲାଗିପାରେ।
ବିଛା
ବିଛା
ନିଜର ପ୍ରାଧାନ୍ୟ ରକ୍ଷା କରିବାକୁ ଯାଇ ବନ୍ଧୁମାନଙ୍କ ସହ ମତାନ୍ତରର ସମ୍ଭାବନା ରହିଛି । ପ୍ରତିଦ୍ୱନ୍ଦ୍ୱିତାରେ ବିଜୟୀ ହେବେ ଓ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ପ୍ରିୟଜନମାନଙ୍କ ସାହାଯ୍ୟରୁ ଅପରାହ୍ନେ ମୂଲ୍ୟବାନ ଦ୍ରବ୍ୟ ପାଇପାରନ୍ତି। ବ୍ୟବସାୟ ଆଗକୁ ବଢାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି।
ଧନୁ
ଧନୁ
ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟାର ସମଧାନ କରିବାରେ ସାହାଯ୍ୟ କରିବ। ଯେ କୌଣସି କାମ ଆରମ୍ଭ ପୂର୍ବରୁ ସରଳ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି। ଶାରୀରିକ ସୁସ୍ଥତା ଫେରିପାଇବେ କିନ୍ତୁ ବହୁତ ହଇରାଣ, ହରକତ ହେବାକୁ ପଡିପାରେ। ଲେଖାପଢ଼ା ତଥା ପ୍ରକାଶନ, ପ୍ରଶାସନ, ଯୋଗାଯୋଗ କ୍ଷେତ୍ରରେ ଶୁଭଫଳ ପାଇବେ।
ମକର
ମକର
କୌଣସି ପ୍ରିୟଜନଙ୍କ ସମ୍ପର୍କରେ ଚିନ୍ତା କରି ମନଟା ଭଲ ଲାଗି ନ ପାରେ ପ୍ରତ୍ୟୁଷ ଯାତ୍ରା, ବାଣିଜ୍ୟ, ସ୍ତ୍ରୀ ସମ୍ପର୍କ, ବିବାଦୀୟ ଘଟଣା ନିର୍ମାଣ ଓ ପରିବହନରେ ସମସ୍ୟା ଏହାର କାରଣ ହେବ। ନିଜ ଅବହେଳାରୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହେବେ। ଭୁଲ୍‌ ବୁଝାମଣା କାରଣରୁ ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖାଦେଇପାରେ।
କୁମ୍ଭ
କୁମ୍ଭ
ନୂତନ ଗୃହ, ଯାନ ବାହାନ, ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାର ପ୍ରଭୃତି ମୂଲ୍ୟବାନ ଜିନିଷ ପାଇଁ ମନ ବଳାଇବେ। ସ୍ତ୍ରୀ କିମ୍ବା ଭାଇଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତା କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ । ଆର୍ଥିକ ସମସ୍ୟା, ମାମଲା, ଜମିଜମା ପିଲାମାନଙ୍କ ବିବାହ ସମ୍ପର୍କୀୟ ଚିନ୍ତାରେ ମନ ଉଦ୍ୱିଗ୍ନ ରହିବ।
ମୀନମୀନ

ଆଜି ଯେଉଁ କାମରେ ହାତଦେବେ, ସେଥିରେ ନିଶ୍ଚିତ ସଫଳତା ହାସଲ କରିବେ। ସାଧାରଣ କଥାକୁ କେନ୍ଦ୍ରକରି ପରିବାର ମଧ୍ୟରେ ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେବେ ଓ ସଭାସମିତିରେ ପ୍ରଶଂସିତ ହେବେ। ଆର୍ଥିକ ସ୍ବଚ୍ଛଳତା ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ମିଥୁନ ରାଶି ସମେତ ଏହି ରାଶି ଉପରେ ରହିବ ଗଣେଷଙ୍କ କୃପା, ଖୋଲିବ ଭାଗ୍ୟ

କୁମ୍ଭ ରାଶିରେ ଚନ୍ଦ୍ର ନୂତନ ଚିନ୍ତାଧାରା, ଅଭିନବ ନିଷ୍ପତ୍ତି ଏବଂ ସାମୂହିକ ମଙ୍ଗଳ ଉପରେ ଧ୍ୟାନ ଦେବାକୁ ଇଙ୍ଗିତ କରେ। ଧନୁ ରାଶିରେ ସୂର୍ଯ୍ୟ, ମଙ୍ଗଳ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri