ତାଲିବାନକୁ ଚ୍ୟାଲେଞ୍ଜ, ଭୋଟ ଦେଲେ ସୈଫୁଲ୍ଲା

କାବୁଲ,୩୦ା୯: ଆତଙ୍କବାଦୀଙ୍କ ଧମକକୁ ଖାତିର ନ କରି ଆଫଗାନିସ୍ତାନର ରାଷ୍ଟ୍ରପତି ନିର୍ବାଚନରେ ବ୍ୟବସାୟୀ ସୈଫୁଲ୍ଲା ସାଫି ନିଜ ରାଜନୈତିକ ମତାଧିକାର ସାବ୍ୟସ୍ତ କରିଛନ୍ତି। ୩୮ ବର୍ଷୀୟ ସୈଫୁଲ୍ଲା ୫ ବର୍ଷ ପରେ ପୁଣିଥରେ ଭୋଟଦେଇ ଜଣେ ପ୍ରକୃତ ନାଗରିକର ପରିଚୟ ଦେଇଛନ୍ତି। ଏହାସହ ସେ ନିଜ ବାମ ଅଙ୍ଗୁଳିର ଅଲିଭା କାଳିଚିହ୍ନ ଦେଖାଉଥିବା ଫଟୋ ଟୁଇଟରରେ ଶେୟାର କରିଛନ୍ତି। ସୋସିଆଲ ମିଡିଆରେ ଏହି ଫଟୋ ଭାଇରାଲ ହେବା ସହ ସାହସୀ ସୈଫୁଲ୍ଲାଙ୍କୁ ସବୁ ମହଲରେ ପ୍ରଶଂସା କରାଯାଉଛି।
ପ୍ରଭାବିତ ଆଫଗାନିସ୍ତାନରେ ଦୁର୍ଦ୍ଧର୍ଷ ଆତଙ୍କବାଦୀ ସଙ୍ଗଠନ ତାଲିବାନର ତାଣ୍ଡବଲୀଳା ଜାରି ରହିଛି। ରାଷ୍ଟ୍ରପତି ନିର୍ବାଚନକୁ ବର୍ଜନ କରିବା ପାଇଁ ଆତଙ୍କବାଦୀ ପ୍ରଥମେ ଧମକ ଦେଇଥିଲେ। ପରେ ନିର୍ବାଚନ ଭଣ୍ଡୁର କରିବା ଲାଗି ଗୋଟିଏ ପରେ ଗୋଟିଏ ଆକ୍ରମଣ କରିଚାଲିଥିଲେ। ଇତିମଧ୍ୟରେ ଶନିବାର କେତେକ ସ୍ଥାନରେ ହିଂସା ଓ ଆକ୍ରମଣ ଘଟିଥିବାବେଳେ ନିର୍ବାଚନ ଶେଷ ହୋଇଛି। ୨୦୧୪ ନିର୍ବାଚନରେ ତାଲିବାନ ଆତଙ୍କବାଦୀମାନେ ବ୍ୟାପକ ହିଂସାକାଣ୍ଡ ଘଟାଇଥିଲେ। ସେମାନେ ବିଭିନ୍ନ ସ୍ଥାନରେ ଆକ୍ରମଣ କରି ଧାରୁଆ ଅସ୍ତ୍ରରେ ୬ ଜଣ ଭୋଟରଙ୍କ ଅଙ୍ଗୁଳି କାଟି ଦେଇଥିଲେ। ଅଙ୍ଗୁଳି ହରାଇଥିବା ମତଦାତାଙ୍କ ମଧ୍ୟରେ ଥିଲେ ରାଜଧାନୀ କାବୁଲର ବ୍ୟବସାୟୀ ସୈଫୁଲ୍ଲା ସାଫି। ସେ କାବୁଲରୁ କୋସ୍ତ ସହରକୁ ଯାଉଥିବାବେଳେ ଆତଙ୍କବାଦୀମାନେ ତାଙ୍କ ଡାହାଣ ଅଙ୍ଗୁଳିର କାଳିଚିହ୍ନ ଦେଖି ଛେଦି ଦେଇଥିଲେ। ଏଥର ମଧ୍ୟ ଭୋଟ ନ ଦେବାକୁ ତାଲିବାନ ପକ୍ଷରୁ ତାଙ୍କୁ ଧମକ ଦିଆଯାଇଥିଲା। ହେଲେ ସୈଫୁଲ୍ଲା ଏହାକୁ ଖାତିର ନ କରି ବୁଥ୍‌କୁ ଯାଇ ଭୋଟ ଦେଇଥିଲେ। କେବଳ ଏତିକି ନୁହେଁ, ସେ ନିଜ ପରିବାରର ଅନ୍ୟ ସାବାଳକ ସଦସ୍ୟଙ୍କୁ ମଧ୍ୟ ମତଦାନ କେନ୍ଦ୍ରକୁ ନେଇ ଏହି ଗଣତାନ୍ତ୍ରିକ ପ୍ରକ୍ରିୟାରେ ସାମିଲ କରିଛନ୍ତି। ମତଦାନ ପରେ ନିଜ ଅଙ୍ଗୁଳିର କାଳିଚିହ୍ନକୁ ଦେଖାଇ ନିର୍ଭୀକ ସୈଫୁଲ୍ଲା କହିଛନ୍ତି, ଯେତେବେଳେ ମୋ ଦେଶ ଓ ପିଲାଛୁଆଙ୍କ ଭବିଷ୍ୟତ କଥା ଉଠୁଛି ମୁଁ ନୀରବ ବସିଯିବି ନାହିଁ। ଆତଙ୍କବାଦୀମାନେ ଏହାକୁ ନେଇ ମୋ ସବୁ ଅଙ୍ଗୁଳି କି ଦୁଇହାତ କାଟିଦେଲେ ବି ଖାତିର କରିବିନି। ଉଭୟ ହାତର ଅଙ୍ଗୁଳି ଦେଖାଉଥିବା ତାଙ୍କର ଫଟୋକୁ ଟୁଇଟ୍‌ କରିବା ପରେ ସୈଫୁଲ୍ଲାଙ୍କ ନିକଟକୁ ଚାରିଆଡ଼ୁ ପ୍ରଶଂସାର ସୁଅ ଛୁଟିବାରେ ଲାଗିଛି।
ଆଫଗାନିସ୍ତାନର ମୋଟ ଭୋଟରଙ୍କ ସଂଖ୍ୟା ୧୨ ନିୟୁତ ଥିଲା। ସେତେବେଳେ ସେମାନଙ୍କ ମଧ୍ୟରୁ ୬୦% ମତଦାତା ଭୋଟ ଦେଇଥିବାବେଳେ ଏଥର ମାତ୍ର ୨୦% ମତାଧିକାର ସାବ୍ୟସ୍ତ କରିଛନ୍ତି। ଏହାସହ ରାଷ୍ଟ୍ରପତି ଅଶ୍‌ରଫ୍‌ ଗନି ଓ ଚିଫ୍‌ ଏକ୍‌ଜିକ୍ୟୁଟିଭ୍‌ ଅବ୍‌ଦୁଲ୍ଲା ଅବ୍‌ଦୁଲ୍ଲାଙ୍କ ସମେତ ଅନ୍ୟ ପ୍ରତିଦ୍ୱନ୍ଦ୍ୱୀଙ୍କ ଭାଗ୍ୟ ଝୁଲି ରହିଛି। କାରଣ ଦୁଇ ମୁଖ୍ୟ ପ୍ରତିଦ୍ୱନ୍ଦ୍ୱୀଙ୍କ ମଧ୍ୟରୁ କେହି ଜଣେ ୫୧%ରୁ ଅଧିକ ଭୋଟ ନ ପାଇଲେ ଉଭୟଙ୍କ ମଧ୍ୟରେ ଦ୍ୱିତୀୟ ରାଉଣ୍ଡ ମତଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri