ଖପ୍ରାଖୋଲରେ ବ୍ୟାପୁଛି ଝାଡାବାନ୍ତି

ଖପ୍ରଖୋଲ, ୩୦ା୯ (ଡି.ଏନ.ଏ.) : ବଲାଙ୍ଗୀର ଜିଲା ଖପ୍ରାଖୋଲ ସଦର ମହକୁମାରେ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି ା ଶନିବାର ଆଠ ଜଣ ଆକ୍ରାନ୍ତ ହୋଇଥିବାବେଳେ ସୋମବାର ଏହି ସଂଖ୍ୟା ୧୩ରେ ପହଞ୍ଚିଛି ା ଦୂଷିତ ପାଣି ଯୋଗୁଁ ଏଭଳି ହୋଇଥିବା ଅନୁମାନ କରି ସ୍ବାସ୍ଥ୍ୟ ବିଭାଗ ପାଇପ ଜଳ ଯୋଗାଣ ବନ୍ଦ କରାଇଛି। ଏଥିସହିତ ଗାଁରେ ସଚେତନତା ପାଇଁ ସଭା କରାଯାଇଛି। ମାଇକ ଯୋଗେ ପ୍ରଚାର କରାଯାଇ ଲୋକଙ୍କୁ ସଚେତନ କରାଯାଉଛି। ପାଣି ଫୁଟାଇ ପିଇବା, ନଳକୂଅ ପାଣି ବ୍ୟବହାର, ନିଜ ଘର ଚାରିପାଖ ସଫା କରିବା, ହେଲୋଜିନ ବଟିକା ଓ ବ୍ଲିଚିଙ୍ଗ ପାଉଡର ବଣ୍ଟନ ଆଦି କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଏହି ଅବସରରେ ଜିଲା ମହାମାରୀ ବିଶେଷଜ୍ଞ ଡା.ସତୀଶ କୁମାର ନାଏକ ପହଞ୍ଚି ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ଏହି ଅବସରରେ ପ୍ରହରି ମଣ୍ଡପଠାରେ ଏକ ସଚେତନତା ସଭା ବ୍ଲକ ଜନସ୍ବାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ବାଳଚନ୍ଦ୍ର ଛତ୍ରିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ମହାମାରୀ ବିଶେଷଜ୍ଞ ଡା. ନାଏକ, ଡା.ମିନତୀ ହେମ୍ରମ୍‌, ସ୍ବାସ୍ଥ୍ୟକର୍ମୀ ସୁଶୀଲ କୁମାର ଭୋଇ, ଏଏନଏମ୍‌ ରୀତାଞ୍ଜଳି ସାହୁ, ଆଶାକର୍ମୀ, ଅଙ୍ଗନଓ୍ବାଡି କର୍ମୀ, ସ୍ବୟଂ ସହାୟକ ଦଳ ମହିଳା ପ୍ରମୁଖ ଉପସ୍ଥିତ ଥିଲେ ା ସନ୍ଧ୍ୟାରେ ପାଟଣାଗଡ ବିଧାୟକ ସରୋଜ କୁମାର ମେହେର ଖପ୍ରାଖୋଲ ଡାକ୍ତରଖାନାରେ ପହଞ୍ଚି ରୋଗୀଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଥିଲେ ା ଏ ନେଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ମେଡିକାଲ ଅଫିସର ଡା. ଉତ୍କଳମଣି ମେହେରଙ୍କୁ ପଚାରିବାରୁ ବର୍ତ୍ତମାନ ଖପ୍ରାଖୋଲ ଡାକ୍ତରଖାନାରେ ୩ ଜଣ, ପାଟଣାଗଡରେ ୪ଜଣ ଏବଂ ବଲାଙ୍ଗୀର ଡାକ୍ତରଖାନାରେ ଜଣେ ଚିକିତ୍ସିତ ହେଉଛନ୍ତି। ଅନ୍ୟ ପାଞ୍ଚ ଆକ୍ରାନ୍ତଙ୍କୁ ଚିକିତ୍ସା ପରେ ସେମାନଙ୍କ ଘରକୁ ପଠାଇ ଦିଆଯାଇଛି। ସ୍ଥିତି ନିୟନ୍ତ୍ରଣାଧୀନ ଥିବା ଡାକ୍ତର ମେହେର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଜାଣିଶୁଣି କରାଯାଇଥିଲା କି ଇଣ୍ଡିଗୋ ସଙ୍କଟ? ସରକାର ଜାରି କଲେ ନୋଟିସ, ଯାଞ୍ଚ ଆରମ୍ଭ

ନୂଆଦିଲ୍ଲୀ,୮।୧୨: ସରକାର ନୂତନ ଫ୍ଲାଇଟ ଡ୍ୟୁଟି ସମୟ ସୀମା (FDTL) ନିୟମ କାର୍ଯ୍ୟକାରୀ କରିବାରେ ଇଣ୍ଡିଗୋର ଅଭିଯୋଗ ଅବହେଳାର ତଦନ୍ତ କରିବେ। ଅଭିଯୋଗ ହୋଇଛି ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri