ଖଲ୍ଲିକୋଟ,୨ା୧୦(ଡି.ଏନ.ଏ.)-ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଚିକିଲି ପଞ୍ଚାୟତ ଗୋପପୁର ଦଳିତ ସାହିରେ ଗୁଣି ସନ୍ଦେହରେ ଗ୍ରାମବାସୀ ସୋମବାର ରାତିରେ ୬ ଜଣ ବ୍ୟକ୍ତିଙ୍କୁ ନିସ୍ତୁକ ମାଡ଼ ମାରି ଅଖାଦ୍ୟ ଖୁଆଇ ଗାଁ କୋଠ ଘରେ ବାନ୍ଧି ରଖିଥିଲେ। ମଙ୍ଗଳବାର ସନ୍ଧ୍ୟାରେ ଖଲ୍ଲିକୋଟ ତହସିଲଦାର ଚିତ୍ତରଞ୍ଜନ ମହାନ୍ତ, ଗଞ୍ଜାମ ଏସ୍ପି ବ୍ରିଜେଶ ରଏଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ସ୍ଥାନୀୟ ଆଇଆଇସି ସତ୍ୟରଞ୍ଜନ ପ୍ରଧାନ ଓ ସ୍ଥାନୀୟ ଥାନାଧିକାରୀମାନେ ପହଞ୍ଚତ୍ ଗାଁ କୋଠ ଘରୁ ୬ଜଣଙ୍କୁ ଉଦ୍ଧାର କରିଥିଲେ। ଉଦ୍ଧାର ସମୟରେ ପୋଲିସ ଉପରକୁ ଲଙ୍କାଗୁଣ୍ଡ, ବାଲି ଆଦି ଫିଙ୍ଗା ଯାଇଥିଲା। ଏ ନେଇ ଗ୍ରାମର ୪୦ରୁ ଊର୍ଦ୍ଧ୍ୱ ମହିଳା ଓ ପୁରୁଷଙ୍କୁ ଖଲ୍ଲିକୋଟ ପୋଲିସ ଥାନାରେ ଅଟକ ରଖିଛି। ଗୋପପୁର ଗ୍ରାମରେ କିଛିଦିନ ହେବ ଅଜଣା ରୋଗରେ ୩ ଜଣଙ୍କ ମୃତ୍ୟୁ ହୋଇଥିଲା। ୨୮ ସେପ୍ଟେମ୍ବରରେ ୩ ଜଣ ମହିଳା ଓ ଜଣେ ପୁରୁଷଙ୍କ ଗୋଡ଼ହାତ ବିନ୍ଧା, ଜ୍ୱର ହୋଇଥିଲା। ଏହା ଗୁଣିଗାରେଡି ଦ୍ୱାରା ହେଉଥିବା ଗ୍ରାମବାସୀ ସନ୍ଦେହ କରି ଜଣେ ଗୁଣିଆଙ୍କୁ ଡାକିଥିଲେ। ଏହା ଜାଣିବା ପରେ ତହସିଲଦାର, ଆଇଆଇସି ପ୍ରମୁଖ ଗ୍ରାମରେ ପହଞ୍ଚତ୍ ଅସୁସ୍ଥଙ୍କୁ ଖଲ୍ଲିକୋଟ ଡାକ୍ତରଖାନା ନେଇଥିଲେ। ପରେ ଅନ୍ଧବିଶ୍ୱାସ ଦୂର କରିବା ପାଇଁ ବ୍ରହ୍ମପୁରରୁ ଏକ ଡାକ୍ତରି ଟିମ ଗ୍ରାମରେ ପହଞ୍ଚତ୍ ଅସୁସ୍ଥଙ୍କ ରକ୍ତ ନମୁନା ପରୀକ୍ଷା କରିଥିଲେ। କିନ୍ତୁ ଏସବୁ ସତ୍ତ୍ବେ ଗ୍ରାମବାସୀ କାଠଗଣ୍ଡି ପକାଇ ଗାଁ ମଧ୍ୟକୁ କାହାରିକୁ ନ ଛାଡ଼ି ଗୁଣି ସନ୍ଦେହରେ ଉକ୍ତ ୬ ଜଣଙ୍କୁ ମାଡ଼ ମାରିଥିଲେ।
Posted inଆମ ଜିଲା ଖବର, ଗଞ୍ଜାମ View All
ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…
ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ। ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...
ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ
ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...
କେଏସୟୁବି କଲେଜ ପରିଦର୍ଶନ କଲେ ଏନସିସି ସିଓ, କ୍ୟାଡେଟ ମାନଙ୍କ ସୁବିଧା…
ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ)-ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ (ଏନସିସି) ଆର୍ମି ୱିଂଙ୍ଗ ବ୍ରହ୍ମପୁର ବାଟାଲିୟନର କମାଣ୍ଡିଂଙ୍ଗ ଅଫିସର(ସିଓ) ସମିର କର ଗୁରୁବାର ଗଞ୍ଜାମ ଜିଲା ଭଞ୍ଜନଗର କବି...
ମୁଣ୍ଡରେ ପଡ଼ିଲା ଅମୃତଭଣ୍ଡା: ଚାଲିଗଲା ମହିଳାଙ୍କ ଜୀବନ
ବାଲିଗୁଡ଼ା,୧୮ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଗୋଛାପଡ଼ା ଗ୍ରାମରେ ଗୁରୁବାର ଏକ ଅଘଟଣ ଘଟିଛି। ଅମୃତଭଣ୍ଡା ତୋଳିବା ବେଳେ ଅମୃତଭଣ୍ଡା ମୁଣ୍ଡରେ ପଡି...
ଓଡ଼ିଶାରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ: ମା’ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ବୋହୂ, ୮ ମାସ ତଳେ…
ଅନୁଗୋଳ,୧୮ା୧୨(ଜ୍ୟୋତିରଞ୍ଜନ ସାହୁ): ମାତ୍ର ୮ ମାସ ତଳେ ଘରକୁ ଆସିଥିବା ବୋହୂ ନେଇଛନ୍ତି ଶାଶୁଙ୍କ ଜୀବନ। ପାରିବାରିକ କଳହରୁ ମା’ ସହ ମିଶି ଶାଶୁ କୁନି...
ଧାନ କାଟି ଖଳାରେ ରଖିଥିଲେ, ନିଆଁ ଲାଗି ପାଉଁଶ ହୋଇଗଲା ୪ ଏକରର ଧାନ; ସହାୟତା ଲାଗି…
ମୋହନା,୧୮।୧୨( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ଚାନ୍ଦିପୁଟ ପଞ୍ଚାୟତ କାଳିଆପଟା ଗାଁ ରେ ଥିବା ଧାନଖଳାରେ ନିଆଁ ଲାଗି ଲକ୍ଷାଧିକ...
ବେଆଇନ ଭାବେ ଚାଲାଣ ହେଉଥିଲା ୪୦୪ ଦେଶୀ ମଦ ପାଉଚ୍, ଜବତ କଲା ରିଷିଡ଼ା ପୋଲିସ, ଅଭିଯୁକ୍ତ…
ରିଷିଡା,୧୮।୧୨(ସୁଶାନ୍ତ କୁମାର ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ଫାଣ୍ଡି ଅଧୀନସ୍ଥ ପୈାରକେଲା ଢିପୁପଡାଠାରେ ବେଆଇନ ଭାବେ ଚାଲାଣ ହେଉଥିବା ୪୦୪ ଦେଶୀ ମଦପାଉଚକୁ...
ଧାନମଣ୍ଡି ଉଦ୍ଘାଟନ କଲେ ଚାଷୀ, ପ୍ରଶାସନ ଗୁରୁତ୍ୱ ଦେଇ…
ରିଷିଡ଼ା,୧୮।୧୨(ସୁଶାନ୍ତ ମଲ୍ଲିକ)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ପାକ୍ସ ଅଧୀନ ଖରଝୁରା ତାରିଣୀଛକଠାରେ ଗୁରୁବାର ଏକ ଧାନମଣ୍ଡି ଚାଷୀମାନଙ୍କ ଦ୍ୱାରା ଉଦ୍ଘାଟିତ ହୋଇଯାଇଛି। ଏହାକୁ ଉପମଣ୍ଡି...
Archives


