ବଅଁରପାଳ,୨।୧୦ (ଡି.ଏନ.ଏ.)-ନାଲ୍କୋ ସିପିପି ଅପରେଶନ ବିଭାଗରେ ଚାକିରି କରିଥିବା ପ୍ରବୀଣ ବରାହ(୫୨) ମଙ୍ଗଳବାର ସକାଳେ ହୃଦ୍ଘାତରେ ପ୍ରାଣ ହରାଇଛନ୍ତି। ପ୍ରବୀଣଙ୍କ ଘର ଗୋତମରା ଗ୍ରାମରେ। ସେ ସକାଳେ ପ୍ଲାଣ୍ଟରେ କାମ କରୁଥିବାବେଳେ ହଠାତ୍ ତାଙ୍କ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ନାଲ୍କୋ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବରପାଇ ନାଲ୍କୋ ଶ୍ରମିକ କଂଗ୍ରେସ ୟୁନିୟନର ସାଧାରଣ ସମ୍ପାଦକ ପରେଶ ଚନ୍ଦ୍ର ଜେନା, ଏନଏନଇୟୁ ସାଧାରଣ ସମ୍ପାଦକ ନିର୍ମଳ ଶତପଥୀ, ଶ୍ରମିକ ନେତା ଭରତ ଚନ୍ଦ୍ର ମାଝି, ନେସ୍ ସାଧାରଣ ସମ୍ପାଦକ ନିର୍ମଳ ସାମଲ, ନେପୁ ସାଧାରଣ ସମ୍ପାଦକ ମାଙ୍ଗିଲାଲ ସାମଲ, ନାଲ୍କୋ ପେରିଫେରି ଟ୍ରକ୍ ମାଲିକ ସଂଘ ସଭାପତି ସୁବାସ ଚନ୍ଦ୍ର ପଟ୍ଟନାୟକ, ଯୁବ ବିଜେଡି ନେତା ନରେଶ ଚନ୍ଦ୍ର ବେହେରାଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କ ଶେଷ ଦର୍ଶନ କରିବା ସହ ଶୋକ ପ୍ରକାଶ କରିଥିଲେ। ତେବେ ପ୍ଲାଣ୍ଟ ପରିସରରେ ପ୍ରବୀଣଙ୍କ ମୃତ୍ୟୁ ହୋଇଥିବାରୁ ତାଙ୍କ ପରିବାରର ଜଣେ ସଦସ୍ୟଙ୍କୁ ନାଲ୍କୋରେ ସ୍ଥାୟୀ ନିଯୁକ୍ତି ପ୍ରଦାନ ପାଇଁ ଶ୍ରମିକ ନେତାମାନେ ସକାଳ ୧୧ ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ନାଲ୍କୋ ଡାକ୍ତରଖାନାରେ ମୃତଦେହ ଅଟକ ରଖିଥିଲେ। ଏ ନେଇ ନାଲ୍କୋ କର୍ତ୍ତୃପକ୍ଷ ପ୍ରତିଶ୍ରୁତି ଦେବା ପରେ ମୃତଦେହ ଉଠିଥିଲା।
Posted inଅନୁଗୋଳ, ଆମ ଜିଲା ଖବର View All
ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ
ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...
ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ
ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...
ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…
ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...
କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ
କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...
ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…
ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...
ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ
ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...
ଅଭିନବ ଉପାୟରେ ଠକେଇ, ଫୋନ୍ପେରେ ଡେମୋ ଦେଖାଇଲେ…
ଛତ୍ରପୁର,୧୬ା୧୨(ଦିଲ୍ଲୀପ ସାମଲ): ନକଲି ଫୋନ ପେ ବ୍ୟବହାର କରି ବ୍ୟବସାୟୀମାନଙ୍କୁ ଠକେଇ କରୁଥିବା ଅଭିଯୋଗର ତଦନ୍ତ ପରେ ଛତ୍ରପୁର ପୋଲିସ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ...
୭୬ ଏକର ଜାଗାରୁ ଗଞ୍ଜେଇ ଗଛ ନଷ୍ଟ
ଖଜୁରୀପଡ଼ା,୧୬ା୧୨(ବିଦୁର ବେହେରା): ବାରିକୁମ୍ପା, ସୁଡୁଲି, ଖମାର ଏବଂ ବାରିହାଗୁଡା ଜଙ୍ଗଲରେ ମଙ୍ଗଳବାର ଖଜୁରିପଡା ପୋଲିସ ଓ ଅବକାରୀ ବିଭାଗ ଚଢାଉ କରି ବେଆଇନ ଭାବେ ଚାଷ...
Archives


