ପୋଲିସର ଟ୍ରାଫିକ ସଚେତନତା ଶୋଭାଯାତ୍ରା: ହେଲ୍‌ମେଟ ପିନ୍ଧିଥିବା ଚାଳକଙ୍କୁ ଗୋଲାପ ଉପହାର

ବରଗଡ଼ ଅଫିସ, ୨।୧୦: ବରଗଡ଼ ଜିଲା ପୋଲିସ ପକ୍ଷରୁ ବୁଧବାର ଟ୍ରାଫିକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଏକ ଟ୍ରାଫିକ ସଚେତନତା ଶୋଭାଯାତ୍ରା ଜିଲା ପୋଲିସ ମୁଖ୍ୟାଳୟରୁ ବାହାରିଥିଲା। ଏସ୍‌ପି ପଦ୍ମିନୀ ସାହୁ ଏହାର ଶୁଭାରମ୍ଭ କରିବା ସହିତ ଶୋଭାଯାତ୍ରାରେ ସାମିଲ ହୋଇଥିଲେ। ଏହି ଅବସରରେ ରାସ୍ତାରେ ଯାଉଥିବା ସମୟରେ ଯେଉଁ ବାଇକ ଚାଳକମାନେ ହେଲମେଟ୍‌ ପିନ୍ଧିଥିଲେ ଏସ୍‌ପି ସାହୁ ସେମାନଙ୍କୁ ଗୋଲାପ ଫୁଲ ଦେଇ ଉତ୍ସାହିତ କରିଥିଲେ। ଅନ୍ୟପଟେ ଯେଉଁମାନେ ହେଲ୍‌ମେଟ୍‌ ପିନ୍ଧି ନ ଥିଲେ, ସେମାନଙ୍କୁ ଟ୍ରାଫିକ ସଚେତନତା ଲିଫ୍‌ଲେଟ ପ୍ରଦାନ କରି ଟ୍ରାଫିକ ଆଇନ ପାଳନକରି ଗାଡ଼ି ଚଳାଇବାକୁ ଏସ୍‌ପି ସାହୁ ପରାମର୍ଶ ଦେଇଥିଲେ। ଏହି ଶୋଭାଯାତ୍ରା ସ୍ଥାନୀୟ ଗାନ୍ଧୀ ଛକରେ ପହଞ୍ଚି ସେଠାରେ ଲୋକଙ୍କୁ ଟ୍ରାଫିକ ଆଇନ ବ୍ୟବସ୍ଥା ଉପରେ ସଚେତନ କରାଯାଇଥିଲା। କାର୍ଯ୍ୟକ୍ରମରେ ଅତିରିକ୍ତ ଏସ୍‌ପି ଅମରେନ୍ଦ୍ର ରଣା, ଆଞ୍ଚଳିକ ପରିବହନ ଅଧିକାରୀ କେଶବ ଚନ୍ଦ୍ର ନାୟକଙ୍କ ସମେତ ଅନ୍ୟ ପୋଲିସ ଅଧିକାରୀ, କର୍ମଚାରୀ ଏବଂ ବିଭିନ୍ନ ସ୍କୁଲ, କଲେଜର ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri