ଘଡ଼ଘଡ଼ି ସହ ବର୍ଷା: ବିଦ୍ୟୁତ୍‌ ସେବା ବ୍ୟାହତ

ଭଞ୍ଜନଗର,୨।୧୦(ଡି.ଏନ.ଏ.): ଭଞ୍ଜନଗର ଅଞ୍ଚଳରେ ବୁଧବାର ଅପରାହ୍ନ ୪ଟାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଥିଲା। ଏହାର ପ୍ରଭାବରେ ବିଶେଷ ଭାବେ ସାଉଥ୍‌କୋର କ୍ଷତି ହୋଇଛି। ଘଡ଼ଘଡ଼ି ଯୋଗୁ କଣ୍ଟେଇପଲ୍ଲୀ ଗ୍ରୀଡ଼ରୁ ଭଞ୍ଜନଗର ଆସିଥିବା ୩୩ କେଭି ଲାଇନର ଏକାଧିକ ଇନ୍‌ସୁଲେଟର ଫୁଟିଯାଇଛି। ଫଳରେ ୪ଟାରୁ ଭଞ୍ଜନଗର ଅଞ୍ଚଳରେ ବିଦ୍ୟୁତ୍‌ ସେବା ବ୍ୟାହତ ହୋଇଛି। ଲଗାଣ ବର୍ଷା ଯୋଗୁ ଲୋକେ ଅସୁବିଧାର ସମ୍ମୁଖିନ ହୋଇଛନ୍ତି। ସାଉଥ୍‌କୋ କର୍ମଚାରୀ ବିଦ୍ୟୁତ୍‌ ସେବାକୁ ସ୍ବାଭାବିକ କରିବାକୁ ଚେଷ୍ଟା ଚଳାଇଛନ୍ତି। ରାତି ୭ଟା ସୁଦ୍ଧା ବିଦ୍ୟୁତ୍‌ ସେବା ସ୍ବାଭାବିକ ହୋଇପାରିନାହିଁ। ଏନେଇ ସାଉଥ୍‌କୋ ସହକାରୀ ନିର୍ବାହୀଯନ୍ତ୍ରୀ ହୃଦୟ ବଲ୍ଲବ ପ୍ରଧାନଙ୍କ ସହ ଯୋଗାଯୋଗ କରିବାରୁ ସେ କହିଛନ୍ତି ଯେ, ଘଡ଼ଘଡ଼ି ମାରିବା ଯୋଗୁ ଏହି ସମସ୍ୟା ଉପୁଜିଛି। ରାତି ୮ଟା ସୁଦ୍ଧା ବିଦ୍ୟୁତ୍‌ ସେବା ସ୍ବାଭାବିକ କରିବା ପାଇଁ ଚେଷ୍ଟା ଚାଲିଛି। ଅପରପକ୍ଷେ କଣ୍ଟେଇପଲ୍ଲୀ ଗ୍ରୀଡ଼ରୁ ଭଞ୍ଜନଗର ସବ୍‌ ଷ୍ଟେସନକୁ ୮ କିମି ଦୁରତ୍ୱ ହୋଇଥିବାବେଳେ ଗୋଟିଏ ହିଁ ୩୩ କେଭି ଲାଇନ ଅଛି। ଉକ୍ତ ଲାଇନରେ ତ୍ରୁଟି ହେଲେ ଲୋକେ ଘଣ୍ଟାଘଣ୍ଟା ଧରି ବିଦ୍ୟୁତ୍‌ ସେବାରୁ ବଞ୍ଚତ୍ତ ହେଉଛନ୍ତି। ବିଗତ ୨ ବର୍ଷ ହେବ ରାସ୍ତା ଉପରେ ୩୩ କେଭି ନୂଆ ଲାଇନ କାମ ଚାଲିଛି। ବିଭିନ୍ନ କାରଣ ଯୋଗୁ ତାହା ମନ୍ଥର ଗତିରେ ଚାଲିଛି। ଉକ୍ତ କାମ ପୂର୍ଣ୍ଣାଙ୍ଗ ହେଲେ ସହରର ବିଦ୍ୟୁତ୍‌ ସମସ୍ୟା ଦୂର ହେବ। ତେଣୁ ଦ୍ୱିତୀୟ ଲାଇନ କାମ ତୁରନ୍ତ ସାରିବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ମାଟି ମାଡି ନ ଥିବା ଓଡିଶାର ବିଧାୟକ ପ୍ରାର୍ଥୀ, ଜାଣନ୍ତୁ ରୋଚକ ତଥ୍ୟ

ଭୁବନେଶ୍ୱର,୪।୫: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ ସରିଛି। ୪ ଲୋକ ସଭା ଆସନ ବ୍ରହ୍ମପୁର, କଳାହାଣ୍ଡି, କୋରାପୁଟ ଓ ନବରଙ୍ଗପୁରର ନାମାଙ୍କନ...

ତର୍କରା ଡ୍ୟାମ୍‌ରେ ଗାଧୋଇଲା ବେଳେ ଅଘଟଣ: ୨ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

ରାଉରକେଲା,୪ା୫(ସଙ୍ଗୀତା ଜେନା): ରଘୁନାଥପାଲୀ ଥାନା ଜଲଦା ଫାଣ୍ଡି ଅନ୍ତର୍ଗତ ତର୍କରା ଡ୍ୟାମ୍‌ ଶନିବାର ଅପରାହ୍ନରେ ଗାଧୋଇବାକୁ ଯାଇ ୨ ଜଣ ଯୁବକଙ୍କ ସଲୀଲ ସମାଧୀ ଘଟିଥିବା...

ଗଜପତିରୁ ଚିକିଟି ଦେଇ ବ୍ରହ୍ମପୁରକୁ କରୁଥିଲେ ଗଞ୍ଜେଇ ଚାଲାଣ,ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ୍‌ (ଏଡିଜେ-୧)ଡ. ଇନ୍ଦୁ ଶର୍ମା ଶନିବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ନାମାଙ୍କନ ପତ୍ର ଦାଖଲ କଲେ କଂଗ୍ରେସ ସାଂସଦ ପ୍ରାର୍ଥୀ ଇଂ ବିନୋଦ ନାୟକ

କେନ୍ଦୁଝର, ୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଲୋକ ସଭା ପ୍ରାର୍ଥି ଭାବେ କଂଗ୍ରେସ ଦଳରୁ ଇଂ ବିନୋଦ ନାୟକ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି। ଶନିବାର...

‘ଓଡ଼ିଶାର ନେତା ମାଟିର ପୁଅ ହୁଅନ୍ତୁ’

ଭୁବନେଶ୍ୱର,୪।୫: ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଏକ ଖବରଦାତା ସମ୍ମିଳନୀରେ ମୋଦିଙ୍କ ବିକାଶଧାରା ସହ ବିଭିନ୍ନ ପ୍ରସଙ୍ଗରେ ପ୍ରତିକ୍ରିୟା ରଖୁଛନ୍ତି।...

ଓଡ଼ିଶା ଲୋକଙ୍କ ମଧ୍ୟରେ ବହୁତ ଟ୍ୟାଲେଣ୍ଟ, ସ୍କିଲ୍‌ ଅଛି: ଏସ୍. ଜୟଶଙ୍କର

ଭୁବନେଶ୍ୱର,୪।୫: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର। ଏହି ସମୟରେ ସେ ଓଡ଼ିଶାର କଳା, ସଂସ୍କୃତି...

୧୦ରେ ଭୁବନେଶ୍ୱରରେ ରୋଡ୍‌ ଶୋ’ କରିବେ ମୋଦି

ଭୁବନେଶ୍ୱର,୪।୫: ଆସନ୍ତା ସପ୍ତାହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ୫ ଓ ୬ ତାରିଖ ପରେ ଆସନ୍ତା ୧୦...

ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କଲା କଂଗ୍ରେସ

ଭୁବନେଶ୍ୱର,୪।୫: ଓଡ଼ିଶାରେ ଲୋକ ସଭା ଏବଂ ବିଧାନସଭା ନିର୍ବାଚନରେ ପ୍ରଚାର ପାଇଁ ଓଡିଶା ଆସିବେ କଂଗ୍ରେସ ହେବିୱେଟ୍। ଶନିବାର କଂଗ୍ରେସ ପକ୍ଷରୁ ଓଡ଼ିଶା ପାଇଁ ୪୦...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri