Posted inଖେଳ

କ୍ରିକେଟ୍‌ ପରାମର୍ଶଦାତା କମିଟିରୁ କପିଳଙ୍କ ଇସ୍ତଫା

ନୂଆଦିଲ୍ଲୀ, ୩।୧୦ (ପି.ଟି.)- ବିଶ୍ୱକପ୍‌ ବିଜୟୀ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ କପିଳ ଦେବ ବୁଧବାର କ୍ରିକେଟ୍‌ ପରାମର୍ଶଦାତା କମିଟି (ସିଏସି)ରୁ ଇସ୍ତଫା ଦେଇଛନ୍ତି। ଦୈତ ସ୍ବାର୍ଥ ମାମଲାରେ ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଏଥିକ୍ସ ଅଧିକାରୀ ଡି.କେ. ଜୈନଙ୍କ ନୋଟିସ୍‌ ମିଳିବା ପରେ କପିଳ ତୁରନ୍ତ ଏହି ନିଷ୍ପତ୍ତି ନେଇଛନ୍ତି। କପିଳଙ୍କ ପୂର୍ବରୁ ସିଏସିର ଅନ୍ୟତମ ସଦସ୍ୟା ତଥା ଭାରତୀୟ ମହିଳା କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟିକା ଶାନ୍ଥା ରଙ୍ଗାସ୍ବାମୀ ମଧ୍ୟ ଇସ୍ତଫା ଦେଇଥିଲେ। ପ୍ରଶାସକ ସମିତିର ମୁଖ୍ୟ ବିନୋଦ ରାଇ ଓ ବିସିସିଆଇ ସିଇଓ ରାହୁଲ ଜୋହରୀଙ୍କ ନିକଟକୁ କପିଳ ତାଙ୍କ ଇସ୍ତଫା ପତ୍ର ମେଲ୍‌ କରିଦେଇଥିଲେ। ସିଏସିର ସଦସ୍ୟ ହେବା ମୋ ପାଇଁ ଖୁସିର କଥା ଥିଲା ଏବଂ ମୁଖ୍ୟ କୋଚ୍‌ ଚୟନ କରିବା ସ୍ବତନ୍ତ୍ର ରହିଥିଲା ବୋଲି କପିଳ ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି।
ଉଲ୍ଲେଖଯୋଗ୍ୟ, ନିକଟରେ ମଧ୍ୟପ୍ରଦେଶ କ୍ରିକେଟ୍‌ର ଆଜୀବନ ସଦସ୍ୟ ସଞ୍ଜୀବ ଗୁପ୍ତା ଅଭିଯୋଗ ଆଣିଥିଲେ କୋଚ୍‌ ଚୟନ ପାଇଁ ରହିଥିବା ସିଏସିର ସଦସ୍ୟ ରହିଥିବା ବ୍ୟକ୍ତି ଏକ ସମୟରେ ଏକାଧିକ ଭୂମିକା ନିଭାଉଛନ୍ତି। କପିଳ ଦେବ ସିଏସି ସଦସ୍ୟ ହେବା ସହ ଭାଷ୍ୟକାର, ଏକ ଫ୍ଲଡ ଲାଇଟ୍‌ କମ୍ପାନୀର ମାଲିକ ଓ ଭାରତୀୟ କ୍ରିକେଟ୍‌ ସଂଘର ସଦସ୍ୟ ରହିଛନ୍ତି। ରଙ୍ଗାସ୍ବାମୀ ଓ କପିଳଙ୍କ ପରେ ଏବେ ସିଏସିର ୩ୟ ସଦସ୍ୟ ରହିଥିବା ଅଂଶୁମାନ ଗାଏକ୍ୱାଡ ମଧ୍ୟ ନିକଟରେ ଇସ୍ତଫା ଦେବେ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଷ୍ଟାଚାରର ଅଧଃପତନ

ର୍ଘବର୍ଷର ପରାଧୀନତା ଆମ ସମାଜ ତଥା ସାମାଜିକ ଆଚାର ବ୍ୟବହାର ଉପରେ ଏତେ ପ୍ରଭାବ ପକାଇଛି ଯେ, ତାହା ସ୍ୱାଧୀନତାର ଅର୍ଦ୍ଧଶତାବ୍ଦୀ ପରେ ମଧ୍ୟ ସୁଧୁରିବାର...

ନୂଆ ନଁାରେ ପୁରୁଣା କୋଠା

କଭବନ ସ୍ୱଚ୍ଛତା, ସୁଗମତା ଏବଂ ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ଏକ ଗଭୀର ସମ୍ପର୍କର ପ୍ରତୀକ। ଏହି ପଦକ୍ଷେପ ନାଗରିକମାନଙ୍କୁ ସଶକ୍ତ, ଶାସନ ବ୍ୟବସ୍ଥାକୁ ସୁଦୃଢ଼...

ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସହ ଜଡିତ ଅତିକମରେ ୧୬ ଫାଇଲ ଗାଏବ! ଟ୍ରମ୍ପଙ୍କ ଫଟୋ ବି ୨୪ ଘଣ୍ଟାରେ ଡିଲିଟ, ଆମେରିକାରେ ହଇଚଇ

ଓ୍ବାଶଂଟନ,୨୧।୧୨: ଆମେରିକାରେ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ ନେଇ ବିବାଦ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଆମେରିକାର ନ୍ୟାୟ ବିଭାଗ (DOJ)ର ସରକାରୀ ସାର୍ବଜନୀନ ୱେବସାଇଟରୁ ଏପ୍‌ଷ୍ଟିନ୍‌ ମାମଲା...

୧୧ ବିମାନବନ୍ଦର ଲିଜ୍‌ରେ ନେବ ଆଦାନୀ

ନୂଆଦିଲ୍ଲୀ,୨୧ା୧୨: କେନ୍ଦ୍ର ସରକାର ଦେଶର କେତେକ ସରକାରୀ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍‌ ଦେବା ପାଇଁ ଯୋଜନା କରୁଥିବାବେଳେ ଆଦାନୀ ଏଣ୍ଟରପ୍ରାଇଜେସ୍‌ ୧୧ଟି ଏୟାରପୋର୍ଟ ପାଇଁ...

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...

‘ଉସମାନ ହାଦି ଆମ ହୃଦୟରେ ରହିବେ’ ହାଦିଙ୍କ ଶେଷ ଯାତ୍ରାରେ ଯୋଗଦେଇ ୟୁନୁସ କହିଲେ…

ଢାକା,୨୧।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଛାତ୍ର ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦିଙ୍କ ଆଦର୍ଶକୁ ଆଗକୁ...

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri