Posted inଜାତୀୟ

ନିଲାମ ହେବ ଓଡ଼ିଶାର ୭ ଖଣିଜ ବ୍ଲକ

ନୂଆଦିଲ୍ଲୀ,୩ା୧୦: ଓଡ଼ିଶାର ୭ ଖଣିଜ ବ୍ଲକର ନିଲାମ କରାଯିବ। ଚଳିତ ମାସ ୨୨ଠାରୁ ନଭେମ୍ବର ୧ ମଧ୍ୟରେ ଏହାର ନିଲାମ କାର୍ଯ୍ୟ ଶେଷ କରିବାକୁ କେନ୍ଦ୍ର ସରକାର ଲକ୍ଷ୍ୟ ରଖିଛନ୍ତି। ଏହି ବ୍ଲକଗୁଡିକରେ ୧୪୮.୦୧୧ ନିୟୁତ ଟନ୍‌ ଖଣିଜ ସମ୍ପଦ ରହିଛି। ବ୍ଲକଗୁଡିକ ମଧ୍ୟରେ ୪ ଚୂନପଥର, ୨ କ୍ରୋମାଇଟ ଏବଂ ଗୋଟିଏ ଗ୍ରାଫାଇଟ ଖଣି ସାମିଲ ରହିଥିବା ଖଣି ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ନିୟମ ମୁତାବକ ଫାଷ୍ଟ କମ୍‌ ଫାଷ୍ଟ ସର୍ଭ ଭିତ୍ତିରେ ଲିଜ୍‌ ପ୍ରଦାନ ଲାଗି ବ୍ୟବସ୍ଥା କରାଯିବ ନାହିଁ ବୋଲି ଗତ ମାସରେ କେନ୍ଦ୍ର ଖଣି ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ କହିଥିଲେ। ନିୟମ ଅନୁସାରେ ଖଣିଗୁଡିକର ନିଲାମ ହେବ ବୋଲି ସେ ଜୋର ଦେଇଥିଲେ। ଫେଡେରେଶନ ଅଫ ଇଣ୍ଡିଆନ ମିନେରାଲ ଇଣ୍ଡଷ୍ଟ୍ରିଜ( ଫିମି) ପକ୍ଷରୁ ପୁରୁଣା ପ୍ରଣାଳୀ ଲାଗୁ କରାଇବା ନେଇ ଆଲୋଚନା ହେବା ପରେ ସରକାର ନିଲାମ ନିୟମ ନେଇ ଏଭଳି ସ୍ପଷ୍ଟୀକରଣ ରଖିଛନ୍ତି।
ସରକାରଙ୍କ ଏହି ପକ୍ଷକୁ ଆଧାରରେ ଖଣି ସଚିବ ଅନିଲ ମୋକିମ କହିଛନ୍ତି, ଖଣି ନିଲାମ ଏକ ସ୍ବଚ୍ଛ ଧାରା। ଏହି ଧାରାକୁ ଆଗେଇ ନେବା ଲାଗି ରାଜ୍ୟ ସରକାରଗୁଡିକ ପ୍ରାଥମିକତା ଭିତ୍ତିରେ କାର୍ଯ୍ୟ କରୁଛନ୍ତି। ବର୍ତ୍ତମାନ ସୁଦ୍ଧା ୬୫ ଖଣି ନିଲାମ ହୋଇ ସାରିଥିବା ବେଳେ ଏଗୁଡିକ ମଧ୍ୟରୁ ୯ଟି କାର୍ଯ୍ୟକ୍ଷମ ହୋଇଥିବା ମନ୍ତ୍ରଣାଳୟ ପ୍ରକାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri