ଜିଲାସ୍ତରୀୟ ଶାସ୍ତ୍ରୀ ଓ ଗାନ୍ଧୀ ଜୟନ୍ତୀ ପାଳିତ

ପୁରୀ ଅଫିସ, ୩ା୧୦: ପୁରୀ ଜିଲାସ୍ତରୀୟ ୧୫୦ତମ ଗାନ୍ଧୀ ଓ ୧୧୫ତମ ଶାସ୍ତ୍ରୀ ଜୟନ୍ତୀ ବୁଧବାର ପାଳିତ ହୋଇଛି। ସକାଳେ ଗାନ୍ଧୀ ଘାଟଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲାପାଳ ବଲୱନ୍ତ ସିଂ ମୁଖ୍ୟଅତିଥି ଭାବେ ଯୋଗଦେଇ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଏଥିରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ବିଶାଲ ସିଂ, ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ, ପୁରୀ ପୌରସଂସ୍ଥା କାର୍ଯ୍ୟନିର୍ବାହୀ ଅଧିକାରୀ ବିଜୟ କୁମାର ଦାଶ, ଉପଜିଲାପାଳ ଭବତାରଣ ସାହୁ, ଜିଲା ସଂସ୍କୃତି ଅଧିକାରୀ ଚୌଧୁରୀ ଅରବିନ୍ଦ ଦାସ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ। ସର୍ବୋଦୟ ମେଳା କମିଟି ପକ୍ଷରୁ ସର୍ବଧର୍ମ ପ୍ରାର୍ଥନା ସଭା ଆୟୋଜିତ ହୋଇଥିଲା। ବିଭିନ୍ନ ମହାବିଦ୍ୟାଳୟ ଓ ବିଦ୍ୟାଳୟ ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ, ଅଭିଭାବକ, ବୁଦ୍ଧିଜୀବୀ ପ୍ରମୁଖ ପ୍ଲାଷ୍ଟିକ ବ୍ୟବହାର ନ କରିବାକୁ ଶପଥ ନେଇଥିଲେ। ଏହି ଅବସରରେ ପ୍ଲାଷ୍ଟିକ ବର୍ଜନ ସଚେତନତା ବାର୍ତ୍ତା ଦେଇ ଏକ ଶୋଭାଯାତ୍ରା ସିଂହଦ୍ୱାରଠାରୁ ବାହାରି ଗାନ୍ଧୀ ଘାଟଠାରେ ପହଞ୍ଚତ୍ଥିଲା। ପ୍ଲାଷ୍ଟିକ ମୁକ୍ତ ସ୍ବଚ୍ଛ ପୁରୀ ଗଠନରେ ସହାୟ ହେବା ପାଇଁ ଜିଲାପାଳ ପରାମର୍ଶ ଦେଇଥିଲେ। ପ୍ରତ୍ୟୁଷରେ ଜିଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ସହରରେ ରାମଧୂନ ପରିବେଷଣ କରାଯାଇଥିଲା। ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ଆୟୋଜିତ ଓଡ଼ିଆ ବକ୍ତୃତା ଓ ପ୍ରବନ୍ଧ ପ୍ରତିଯୋଗିତାର କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କାର ଓ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

କୋଭିଡ୍‌ ମହାମାରୀ ସମୟରେ ଅନ୍‌ଲାଇନ ପଢ଼ାରେ ପିଲାମାନେ ଅଭ୍ୟସ୍ତ ହୋଇଯାଇଥିଲେ। ଘରେ ରହିଲେ ମଧ୍ୟ ପିଲାମାନେ ମୋବାଇଲ ଆସକ୍ତି ଛାଡ଼ି ପାରୁନାହାନ୍ତି। ପିଲାଙ୍କ ମାନସିକ ସ୍ଥିତି...

ପରିବେଶତନ୍ତ୍ରୀ

”ଆଜି ଯେଉଁଠି ପହଞ୍ଚଛି ସେଥିପାଇଁ ପ୍ରେରଣା ସ୍ଥାନୀୟ ଗ୍ରାମରୁ ପାଇଛି, ଯେଉଁଠି ଲୋକମାନେ ମୋ ସହ ଠିଆ ହୋଇଥିଲେ। ହେନ୍ତାଳବଣକୁ ନିଜର ଭାବି ପରିଷ୍କାର କରିବାରେ...

ପୂର୍ବତନ ଆଇଏଏସ ଅଧିକାରୀ ରାଜକୁମାର ଗୋଏଲ ହେବେ ମୁଖ୍ୟ ସୂଚନା କମିଶନର, ସୋମବାର ନେବେ ଶପଥ

ନୂଆଦିଲ୍ଲୀ,୧୪।୧୨: ଅବସରପ୍ରାପ୍ତ IAS ଅଧିକାରୀ ରାଜ କୁମାର ଗୋଏଲ ଦେଶର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର (CIC) ହେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ତାଙ୍କୁ...

ଜାପାନରେ ରିଲିଜ ହେବ ‘ପୁଷ୍ପା ୨’

ହାଇଦ୍ରାବାଦ୍‌: ବ୍ଲକ୍‌ବଷ୍ଟର ଫିଲ୍ମ ‘ପୁଷ୍ପା ୨: ଦି ରୁଲ୍‌’ ଏବେ ଜାପାନରେ ରିଲିଜ ପାଇଁ ପ୍ରସ୍ତୁତ ହେଉଛି। ଆଉ ଏହି ରିଲିଜ ପୂର୍ବରୁ ଅଭିନେତା ଅଲ୍ଲୁ...

ଭାରତ ମାତାର ଦୁଃଖ

ଏଇ କେଇଦିନ ତଳେ ସଂସଦ ଭବନରେ ପ୍ରଧାନମନ୍ତ୍ରୀ ମୋଦି ‘ବନ୍ଦେ ମାତରଂ’କୁ ନେଇ ଏକ ଦୀର୍ଘକାଳୀନ ବିଚାର ବିଶ୍ଳେଷଣ ରଖିଥିଲେ। ‘ବନ୍ଦେ ମାତରଂ’କୁ ନେଇ ପାର୍ଲାମେଣ୍ଟ...

ଦିଲ୍ଲୀ ଏକ୍ୟୁଆଇ ୪୪୧: ଜିଆର୍‌ଏପି-୪ ଲାଗୁହେଲା

ନୂଆଦିଲ୍ଲୀ,୧୪ା୧୨: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ଶନିବାର ସନ୍ଧ୍ୟାରେ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୪୧ରେ ପହଞ୍ଚତ୍ଛି, ଯାହାକି ଅତ୍ୟନ୍ତ ଗମ୍ଭୀର ବର୍ଗର। ପ୍ରଦୂଷଣକୁ ନିୟନ୍ତ୍ରଣ କରିବା...

ସୁଶାସନରେ ସମସ୍ୟା

ଅନେକ ସମୟରେ ଶାସନରେ ସୁଫଳ ପାଇବା କଷ୍ଟକର ହେଲେ ବିଫଳତାକୁ ସ୍ବୀକାରକରିବା ପରିବର୍ତ୍ତେ ରାଜନୈତିକ କୌଶଳ ବା ଦୃଷ୍ଟିକୋଣ ଉପରେ ନିର୍ଭର କରାଯାଇପାରେ, ଯାହା ଏକ...

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri