‘ମୁଁ ସଫେଇବାଲା’ ଅଭିଯାନ ଆରମ୍ଭ

ଭୁବନେଶ୍ୱର, ୩ା୧୦(ବ୍ୟୁରୋ): ପରିଚ୍ଛନ୍ନତା ଏକ ମାନସିକତା। ଆସନ୍ତୁ ଶପଥ ନେବା, ନିଜ ପରିବେଶ ଓ ସହରକୁ ସଫାସୁତୁରା ରଖିବା। ସ୍ବଚ୍ଛତାରେ ସାମୂହିକ ପରିବର୍ତ୍ତନ ଆଣିବା ଲାଗି ଏମିତି ସ୍ଲୋଗାନ ସହ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଆରମ୍ଭ କରିଛ ‘ମୁଁ ସଫେଇବାଲା’ ଅଭିଯାନ। ବୁଧବାର ପୂର୍ବାହ୍ନରେ ଏହି ଅଭିଯାନକୁ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସତ୍ୟନଗରଠାରେ ଆୟୋଜିତ ପ୍ରାଚୀର ଚିତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ରଙ୍ଗତୂଳୀ ଧରି ନିଜର ନାମ (ଏନ୍‌.ପି.)ଲେଖି ଏହାର ଉଦ୍‌ଘାଟନ କରିଥିଲେ। ଏଥିସହ ଅଭିଯାନର ମାସ୍କଟକୁ ମଧ୍ୟ ଲୋକାର୍ପଣ କରି ସହରକୁ ସ୍ବଚ୍ଛ ରଖିବା ଲାଗି ସହରବାସୀଙ୍କୁ ଆହ୍ବାନ ଦେଇଥିଲେ।
ଏହି ଅବସରରେ ସ୍ବଚ୍ଛତାକୁ ବ୍ୟବହାରିକ ପରିବର୍ତ୍ତନର ଧାରାରେ ପରିଣତ କରିବା ପାଇଁ ଉପସ୍ଥିତ ସମସ୍ତ ନାଗରିକଙ୍କୁ ଶପଥପାଠ କରାଯାଇଥିଲା। ୩ଶହ ଛାତ୍ରୀଛାତ୍ର ବିଭିନ୍ନ ପ୍ରକାରର ପ୍ରାଚୀର ଚିତ୍ର ଆଙ୍କି ‘ମୁଁ ସଫେଇବାଲା କାର୍ଯ୍ୟକ୍ରମ’କୁ ଆକର୍ଷଣୀୟ ରୂପ ଦେଇଥିଲେ। ଭୁବନେଶ୍ୱର-ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଉତ୍ତର ବିଧାୟକ ସୁଶାନ୍ତ ରାଉତ, ବିଏମ୍‌ସି ପ୍ରଶାସକ ସଂଗ୍ରାମଜିତ୍‌ ନାୟକ, କମିଶନର ପ୍ରେମଚନ୍ଦ୍ର ଚୌଧାରୀ, ଅତିରିକ୍ତ କମିଶନର ଅବନୀ ପଟ୍ଟନାୟକ, ଡେପୁଟି କମିଶନର ଶୁଭେନ୍ଦୁ ସାହୁ, ଶ୍ୟାମସୁନ୍ଦର ସେଠୀ ପ୍ରମୁଖ ଉପସ୍ଥିତ ଥିଲେ। ପରେ ୟୁନିଟ୍‌-୩ ସହରାଞ୍ଚଳ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଆୟୋଜିତ ଅନ୍ୟ ଏକ କାର୍ଯ୍ୟକ୍ରମରେ ଭୁବନେଶ୍ୱରରେ ସ୍ବଚ୍ଛତା ଆଣିବା କ୍ଷେତ୍ରରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ବିଏମ୍‌ସିର ୧୫୦ଜଣ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସେମାନଙ୍କର ସ୍ବାସ୍ଥ୍ୟ ପରୀକ୍ଷା ପରେ କାର୍ଡ ପ୍ରଦାନ କରାଯାଇଥିଲା।
ଉଲ୍ଲେଖଯୋଗ୍ୟ, ଅଭିଯାନ ଆରମ୍ଭରୁ ସଫଳତା ପାଇଁ ବିଏମ୍‌ସି ପ୍ରାକ୍‌ ପ୍ରସ୍ତୁତି କାର୍ଯ୍ୟକ୍ରମର ଆୟୋଜନ କରିଥିଲା। ଗତ ୩୦ ତାରିଖରେ ବିଭିନ୍ନ ସରକାରୀ ଓ ବେସରକାରୀ ବିଦ୍ୟାଳୟର ଶିକ୍ଷୟିତ୍ରୀ, ଶିକ୍ଷକ ଓ ଆବାସିକ ସଂଘମାନଙ୍କୁ ‘ମୁଁ ସଫେଇବାଲା’ ଅଭିଯାନ ସଂକ୍ରାନ୍ତରେ ସଚେତନ କରାଯାଇଥିଲା। ପ୍ରାୟ ତିନିମାସ ଧରି ଲଗାତର ଭାବେ ଏହି ଅଭିଯାନ ଚାଲିବ। ୧୦ ନିୟମକୁ ଆଚରଣରେ ପରିବର୍ତ୍ତନ କରିପାରିଲେ ନିଶ୍ଚିତଭାବେ ଭୁବନେଶ୍ୱରର ବର୍ଜ୍ୟ ପରିଚାଳନାରେ ଉନ୍ନତି ଘଟିବ। ବିଶେଷକରି ଏହି ଅଭିଯାନରେ ଛୋଟପିଲାଙ୍କ ଦ୍ୱାରା ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦିଆଯାଇଥିବା ବିଏମ୍‌ସି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ପାଇଁ ଖୁସିଖବର: ମୁଖ୍ୟମନ୍ତ୍ରୀ ପତାକା ହଲାଇ ଶୁଭାରମ୍ଭକଲେ…

ଭୁବନେଶ୍ୱର,୨୩।୧୨: ରାଜ୍ୟବାସୀଙ୍କ ପାଇଁ ଖୁସିଖବର। ୧୦୮ ଆମ୍ବୁଲାନ୍ସ ସେବାରେ ସାମିଲ ହେଲା ୧୫୦ଟି ନୂଆ ଆମ୍ବୁଲାନ୍ସ। ରାଜ୍ୟବାସୀଙ୍କ ସେବାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉତ୍ସର୍ଗ କରିଛନ୍ତି।...

ପାଟିତୁଣ୍ଡରୁ ତୁମୁଳକାଣ୍ଡ..କମ୍ପାନୀ କ୍ୟାମ୍ପସରେ ହତ୍ୟା, ପାଣିଟାଙ୍କିରେ ଫିଙ୍ଗିଦେଲେ ମୃତଦେହ

ନୂଆଦିଲ୍ଲୀ,୨୩।୧୨: ମହାରାଷ୍ଟ୍ରର ପାଲଘର ଜିଲାରୁ ଏକ ଚାଞ୍ଚଲ୍ୟକର ହତ୍ୟା ମାମଲା ସାମ୍ନାକୁ ଆସିଛି। ବ୍ୟକ୍ତିଗତ ବିବାଦ ପରେ ଜଣେ ଯୁବକ ତାଙ୍କ ଅଫିସ ସହକର୍ମୀଙ୍କୁ ହତ୍ୟା...

କ୍ୟାଡର ମାଓବାଦୀଙ୍କୁ ଧରିବା ପାଇଁ ପୁରସ୍କାର ରାଶି ଘୋଷଣା: ଲାଗିଲା ପୋଷ୍ଟର

ରାଇକିଆ,୨୩।୧୨ (ପ୍ରଦୀପ ବେହେରା): କେନ୍ଦ୍ର ସରକାର ୨୦୨୬ ମାର୍ଚ୍ଚ ସୁଦ୍ଧା ମାଓବାଦୀ ମୁକ୍ତ ପାଇଁ ଲକ୍ଷ୍ୟ ରଖୁଛନ୍ତି। ଏହି ସମୟ ପାଖେଇ ଆସୁଥିବାରୁ ପୋଲିସ ମାଓବାଦୀଙ୍କୁ...

ଭାଜପାର ନୂତନ କମିଟି ଗଠନ: ସୁକାନ୍ତ-ଅଜିତଙ୍କୁ ଗୁରୁଦାୟିତ୍ୱ

ଦାରିଙ୍ଗବାଡି, ୨୩/୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଭାଜପାର ଜିଲାସ୍ତରୀୟ ନୂତନ କମିଟି ଜିଲା ସଭାପତି ପଣ୍ଡିତ ବିଶି ମାଝୀଙ୍କ ନେତୃତ୍ୱରେ ଚୟନ ହୋଇଯାଇଛି। ଜିଲାର...

ରୋଷେଇ କଲା ବେଳେ ଫାଟିଲା ଗ୍ୟାସ ସିଲିଣ୍ଡର, ଗୁରୁତରଙ୍କୁ କଟକ ସ୍ଥାନାନ୍ତର

ବ୍ରହ୍ମପୁର , ୨୩।୧୨( ସୁବାସ ଚନ୍ଦ୍ର ପାଢ଼ୀ): ନିମଖଣ୍ଡି ଥାନା ଅନ୍ତର୍ଗତ ବୋରିଗାଁର ବଡ଼ ବନ୍ଧ ସାହିରେ ସୋମବାର ରାତିରେ ଗ୍ୟାସ ସିଲିଣ୍ଡର ଫାଟିଯାଇଛି ।...

ଏହି କ୍ରିକେଟର୍‌ଙ୍କ ଜୀବନକୁ ବିପଦ: କିଣିଲେ ବୁଲେଟପ୍ରୁଫ କାର

ନୂଆଦିଲ୍ଲୀ,୨୨।୧୨: ତାଲିବାନ ଶାସିତ ଆଫଗାନିସ୍ତାନରେ ରଶିଦ ଖାନ ସୁରକ୍ଷିତ ଅନୁଭବ କରନ୍ତି ନାହିଁ। ସେ କେଭିନ ପିଟରସନଙ୍କ ସହିତ ଏକ ସାକ୍ଷାତକାରରେ ଏହା ପ୍ରକାଶ କରିଛନ୍ତି।...

ବନ୍ଧାହେଲେ ଜୁନିୟର ଆକାଉଣ୍ଟାଣ୍ଟ, ୪ ଦାମୀ ପ୍ଲଟ୍‌ ସହ ରହିଛି…

ସୁନ୍ଦରଗଡ଼,୨୩ା୧୨: ସୁନ୍ଦରଗଡ଼ OSCSC ଲିମିଟେଡ୍‌ ଜୁନିୟର ଆକାଉଣ୍ଟାଣ୍ଟ ରବୀନ୍ଦ୍ର ବାରିକ ଗିରଫ ହୋଇଛନ୍ତି। ଭିଜିଲାନ୍ସ ଚଢାଉ ବେଳେ ରବୀନ୍ଦ୍ରଙ୍କ ଘରୁ ଠାବ ହୋଇଛି ବିପୁଳ ଟଙ୍କାର...

ପ୍ରଧାନମନ୍ତ୍ରୀ ଚେହେରା ବଦଳାଇଲା କଂଗ୍ରେସ! ରାହୁଲ ଗାନ୍ଧୀ ନୁହଁନ୍ତି, ଏହି ନେତା… ସାଂସଦଙ୍କ ବୟାନକୁ ନେଇ ହଲଚଲ

ନୂଆଦିଲ୍ଲୀ,୨୩।୧୨: ଭାରତୀୟ ଜାତୀୟ କଂଗ୍ରେସର ଆଭ୍ୟନ୍ତରୀଣ ଏବଂ ବାହ୍ୟ ରାଜନୈତିକ ଦୃଶ୍ୟପଟରେ, ପୂର୍ବ ଅନେକ ନିର୍ବାଚନରୁ ଏହା ସ୍ପଷ୍ଟ ହୋଇଛି ଯେ ପୂର୍ବତନ ଦଳର ଅଧ୍ୟକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri