ଉଚ୍ଛେଦକୁ ନେଇ ନୀଳଗିରି ବିଧାୟକ-ତହସିଲଦାର ମୁହାଁମୁହିଁ: ପ୍ରତିବାଦରେ ଅନଶନରେ ବସିଲେ ବିଧାୟକ

ସଜନାଗଡ଼, ୪।୧୦(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ନୀଳଗିରି ବିଧାୟକ ସୁକାନ୍ତ ନାୟକ ଓ ତହସିଲଦାର ସୁଶ୍ରୀତା ଟୁଡ଼ୁଙ୍କ ମଧ୍ୟରେ ଶୁକ୍ରବାର ମୁହାଁମୁହିଁ ହୋଇଛି। ତହସିଲ କଚେରି ପରିସରରେ ଥିବା ମୋହରିଙ୍କ ଚାଳିଆ ଉଚ୍ଛେଦକୁ ନେଇ ଏଭଳି ପରିସ୍ଥିତି ଉପୁଜିଥିବା ଜଣାପଡ଼ିଛି। ଏ ନେଇ ବିଧାୟକ ନାୟକ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନଶନରେ ବସିଛନ୍ତି।


ପ୍ରକାଶ ଯେ, କଚେରୀ ପରିସରରେ ମୋହରିଆମାନେ ଦୀର୍ଘଦିନ ହେବ ଚାଳିଆ କରି ବସୁଥିଲେ। ହେଲେ ପୂର୍ବାହ୍ନରେ ତହସିଲଦାର ଟୁଡୁ ଅନ୍ୟ ପ୍ରଶାସନିକ ଅଧିକାରୀଙ୍କ ସହ ପହଞ୍ଚି ଜେସିବି ମେଶିନ ଲଗାଇ ଉକ୍ତ ଚାଳିଆକୁ ଭାଙ୍ଗି ଦେଇଛନ୍ତି। ଘଟଣା ସମ୍ପର୍କରେ ଖବର ପାଇ ବିଧାୟକ ନାୟକ ଘଟଣା ସ୍ଥଳରେ ପହଞ୍ଚି ପଚାରି ବୁଝିଥିଲେ। ମୋହରିଆଙ୍କ ପାଇଁ କୌଣସି ଥଇଥାନ ବ୍ୟବସ୍ଥା ନ କରି କାହିଁକି ଭାଙ୍ଗୁଛ ବୋଲି ସେ ତହସିଲଦାର ଟୁଡ଼ୁଙ୍କୁ ପ୍ରଶ୍ନ କରିଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏହାପରେ ଉତ୍ତ୍ୟକ୍ତ ବିଧାୟକ ସମସ୍ୟାର ସମାଧାନ ଦାବିରେ ଓକିଲ, ମୋହରିଙ୍କ ସହ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନଶନରେ ବସିଛନ୍ତି। ଘଟଣା ସ୍ଥଳରେ ବାଲେଶର ଉପଜିଲାପାଳ ନୀଲୁ ମହାପାତ୍ର, ନୀଳଗିରି ଉପଜିଲାପାଳ ହରିଶ୍ଚନ୍ଦ୍ର ଜେନା, ଆଇଟିଡିଏ ପିଏ ବୀର କିଶୋର ପାଣିଗ୍ରାହି, ନୀଳଗିରି ପୋଲିସ ପହଞ୍ଚିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri