ବାନିଗାଁ ଜଙ୍ଗଲରେ ଛୁଆ ହାତୀ : ଜଗି ରହିଛନ୍ତି ବନ ବିଭାଗ କର୍ମଚାରୀ

ଲାଞ୍ଜିଗଡ,୫।୧୦(ଡି.ଏନ.ଏ.)
କଳାହାଣ୍ଡି ଜିଲା ଲାଞ୍ଜିଗଡ ପଞ୍ଚାୟତ ଅନ୍ତର୍ଗତ ବଡବାନିଗାଁ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରେ ଶୁକ୍ରବାର ଏକ ଛୁଆହାତୀକୁ ଠାବ କରିଛି ବନ ବିଭାଗ । ଲାଞ୍ଜିଗଡ ଫରେଷ୍ଟର ଦୁଶଭ ବେସରାଙ୍କ କହିବାନୁଯାୟୀ ଲାଞ୍ଜିଗଡ ଅଞ୍ଚଳ ପୁଟିରିଭଟ୍ଟା, ବାନିଗାଁ, ହୁମାଝୋଲା ଓ ଗୋଇପଟ୍ଟା ଅଞ୍ଚଳରେ ଥିବା ଜଙ୍ଗଲରେ ୧୫ଟି ହାତୀ ଚଳପ୍ରଚଳ କରୁଥିଲେ। ଶୁକ୍ରବାର ନିକଟସ୍ଥ ବାନିଗାଁ ଜଙ୍ଗଲକୁ ଯାଇଥିବା ଲୋକେ ହାତୀର ଗର୍ଜନ ଶୁଣି ଭୟଭିତ ହୋଇଯାଇଥିଲେ। ସାମ୍ନାରେ ଏକ ଛୁଆହାତୀକୁ ଦେଖିବାକୁ ବନ ବିଭାଗକୁ ଖବର ଦେଇଥିଲେ। ବନ ବିଭାଗ ତରଫରୁ ଏକ ଟିମ୍‌ ଆସି ହାତୀ ଥିବା ସ୍ଥାନରେ ପହଞ୍ଚତ୍ଥିଲେ। ଦିନ ତମାମ ବନବିଭାଗ କର୍ମଚାରୀ ଓ ଗ୍ରାମବାସୀ ହାତୀକୁ ଜଗି ରହିଥିଲେ। ବନବିଭାଗ ଅଧିକାରୀଙ୍କ କହିବା ଅନୁଯାୟୀ ହାତୀପଲରୁ ଏହି ଛୁଆ ଅଲଗା ହୋଇଯାଇଥିଲା । ସେଥିପାଇଁ ଏହି ଚଟାଣ ନିକଟରେ ସେ ହାତୀପଲକୁ ଅପେକ୍ଷା କରିଥିବା ସନ୍ଦେହ କରାଯାଉଛି। ସନ୍ଧ୍ୟାରେ ବନ ବିଭାଗ ଏସିଏଫ୍‌ ଓ ଡେପୁଟି ରେଞ୍ଜର, ବିଶ୍ୱନାଥପୁର ରେଞ୍ଜର ଲକ୍ଷ୍ୟ ମହାନନ୍ଦ ହାତୀଥିବା ଜାଗାକୁ ତଦାରଖ କରିଯାଇଛନ୍ତି। ହାତୀ ଥିବା ପର୍ଯ୍ୟନ୍ତ ବନ ବିଭାଗ କର୍ମଚାରୀମାନେ ହାତୀର ଚଳପ୍ରଚଳ ଉପରେ ନଜର ରଖିଥିବେ ବୋଲି ଫରେଷ୍ଟର ବେସରା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri