ଓଡ଼ିଶାରେ ଉପରାଷ୍ଟ୍ରପତି: ବିଶ୍ୱ କବି ମହାକୁମ୍ଭରେ ଯୋଗଦେଲେ

ଭୁବନେଶ୍ୱର,୬।୧୦(ବ୍ୟୁରୋ): ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଦିନିକିଆ ଗସ୍ତରେ ଆସିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାଗତ କରିଥିଲେ। ଏହାପରେ କିଟ ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ବିଶ୍ୱ କବି ମହାକୁମ୍ଭରେ ଯୋଗ ଦେଇଛନ୍ତି। କବି ସମ୍ମିଳନୀରେ ଓଡ଼ିଆରୁ ନିଜ ଭାଷଣ ଆରମ୍ଭ କରିଥିଲେ ଉପରାଷ୍ଟ୍ରପତି। ଓଡ଼ିଶାକୁ ଆସି ବେଶ୍‌ ଉଲ୍ଲସିତ ଥିବା ସେ କହିଥିଲେ। ଭାଇଚାରା ସୃଷ୍ଟି ପାଇଁ କବିତା ଉତ୍ତମ ମାଧ୍ୟମ। ସମଗ୍ର ବିଶ୍ୱ ହେଉଛି ଏକ ପରିବାର। ଗୋଟିଏ ସମୟରେ ଭାରତ ବିଶ୍ୱର ଗୁରୁ ଥିଲା। ସମଗ୍ର ବିଶ୍ୱରୁ ଛାତ୍ରୀଛାତ୍ରମାନେ ଆସି ନାଳନ୍ଦାରେ ଅଧ୍ୟୟନ କରୁଥିଲେ। କବିତା ସମଗ୍ର ବିଶ୍ୱରେ ପରିବର୍ତ୍ତନ କରିପାରିପାରିବ। ସାହିତ୍ୟ, କଳା ଏବଂ ନୃତ୍ୟ ମନରେ ଶାନ୍ତି ଏବଂ ଖୁସି ଆଣିପାରିବ। ପରମ୍ପରା ଏବଂ ମୂଲ୍ୟବୋଧକୁ ବଞ୍ଚାଇ ରଖିବାକୁ ଉପରାଷ୍ଟ୍ରପତି ଯୁବପିଢିଙ୍କୁ ଆହ୍ବାନ ଦେଇନ୍ତି। କାର୍ଯ୍ୟକ୍ରମ ସରିବା ପରେ ଉପରାଷ୍ଟ୍ରପତି ରାଜଭବନ ଯାଇ ବିଶ୍ରାମ ନେବେ। ଏହାପରେ ଅପରାହ୍ନ ୩ଟା ୧୦ରେ ରାଜଭବନରୁ କଟକ ଯାଇ ଏକ କାର୍ଯ୍ୟକ୍ରମରେ ଯୋଗଦେବେ। ପରେ ୫ଟା ୫୦ରେ ଭୁବନେଶ୍ୱର ହୋଇ ଉପରାଷ୍ଟ୍ରପତି ଦିଲ୍ଲୀ ଫେରିଯିବେ।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

କେନ୍ଦ୍ରାପଡ଼ା,୨୭ା୪: କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଜହ୍ନିମୂଳ ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଶନିବାର ଅପରାହ୍ନରେ ବିଲରେ ମୁଗ ଉପାଡୁଥିବା ବେଳେ ବଜ୍ରପାତ ହୋଇଥିଲା।...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ

ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା।...

ସାଲେପୁରରୁ ଟିକେଟ ମିଳିବା ପରେ ଏମିତି ପ୍ରତିକ୍ରିୟା ଦେଲେ ଅରିନ୍ଦମ, କହିଲେ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ତାଲିକାରେ ସାଲେପୁରରୁ ଅରିନ୍ଦମ ରାୟଙ୍କୁ ଟିକେଟ ମିଳିଛି।...

ଗୌତମବୁଦ୍ଧଙ୍କୁ ଟିକେଟ୍‌, ଅନନ୍ତ ଦାସଙ୍କ ପୁଅ ନିରାଶ

ଭୋଗରାଇ,୨୭।୪: ୩ଟି ଆସନରେ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଗୌତମବୁଦ୍ଧ ଦାସଙ୍କୁ ଟିକେଟ୍‌ ମିଳିଛି। ଗୌତମଙ୍କୁ ଭୋଗରାଇ ଆସନରୁ ଟିକେଟ୍‌ ମିଳିଛି।...

ତେଲକୋଇରୁ ଫକୀରମୋହନ, ଚମ୍ପୁଆରୁ ଲଢ଼ିବେ ମୁରଲୀ

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ଘୋଷଣା ହୋଇ ପାରୁ ନ ଥିବା ଚମ୍ପୁଆ ଏବଂ ତେଲକୋଇ ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ଶନିବାର ତା’ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri