ଗତି ବଢ଼ାଇ ସ୍ଥଳଭାଗ ମୁହାଁ ଅମ୍ଫନ: ପାରାଦୀପଠାରୁ ୩୫୦ କିମି ଦୂରରେ; ଲ୍ୟାଣ୍ଡଫଲ୍‌ ବେଳେ ୧୮୫ କିମି ରହିବ ପବନର ବେଗ

ଭୁବନେଶ୍ୱର,୧୯।୫(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ବାତ୍ୟା ‘ଅମ୍ଫନ୍‌’ ପ୍ରଥମେ ମହାବାତ୍ୟା ଏବଂ ଏବେ ଅତିଭୀଷଣ ବାତ୍ୟାରେ ପରିଣତ ହୋଇସାରିଲାଣି। ଏବେ ଏହା ପାରାଦୀପଠାରୁ ୩୫୦ କିମି ଏବଂ ଦୀଘାରୁ ୫୧୦ କିମି ଦୂରରେ ରହିଛି। ଗତ ୬ ଘଣ୍ଟା ମଧ୍ୟରେ ବାତ୍ୟା ‘ଅମ୍ଫନ୍‌’ ଗତି ବଢ଼ାଇଛି। ଏବେ ଏହା ଘଣ୍ଟାକୁ ୧୮ କିଲୋମିଟର ବେଗରେ ଗତି କରୁଛି। ଏହା ପରେ ବାତ୍ୟା ଦକ୍ଷିଣ, ଦକ୍ଷିଣ-ପୂର୍ବକୁ ଗତି କରି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳଦେଇ ସୁନ୍ଦରବନ ନିକଟରେ ସ୍ଥଳଭାଗ ଛୁଇଁବାର ଆକଳନ କରାଯାଉଛି। ୨୦ ତାରିଖ ଅପରାହ୍ନ-ସନ୍ଧ୍ୟା ମଧ୍ୟରେ ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ୧୫୫-୧୬୫ କିମି ରହିବ। ଏହା ୧୮୫ କିମି ପର୍ଯ୍ୟନ୍ତ ବଢ଼ିପାରେ। ଗୋପାଳପୁର-ପାରାଦୀପଠାରେ ଏହାର ଗତିବିଧି ଉପରେ ନଜର ରଖାଯାଇଛି।

ଭାରତୀୟ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଉଥିବା ସୂଚନା ଅନୁଯାୟୀ, ସକାଳ ୮.୩୦ ପରଠାରୁ ଏହାର ଗତିପଥ ସମାନ ରହିଛି। ଆଜି ସନ୍ଧ୍ୟାରୁ ରାତି ଭିତରେ ଓଡ଼ିଶା ଉପକୂଳରେ ବର୍ଷା ଓ ପବନ ହେବ। ପ୍ରାୟତଃ ୫୦-୬୫, ୭୦-୭୫ କିମି ରହିବ। ବୁଧବାର ସକାଳୁ ପବନର ବେଗ ବଢ଼ିବ। ଉତ୍ତର ଓଡ଼ିଶାର କିଛି ସ୍ଥାନରେ ଏହାର ପ୍ରଭାବ ଅଧିକ ରହିବ। ସେଠାରେ ୧୦୦-୧୧୦ କିମି ପର୍ଯ୍ୟନ୍ତ ରହି ୧୨୫ କିମି ପର୍ଯ୍ୟନ୍ତ କଷ୍ଟିଂ ସ୍ପିଡ୍‌ ରହିବ ବୋଲି ଏସ୍‌ଆର୍‌ସି ପ୍ରଦୀପ ଜେନା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ…

ଭାରତର ବଡ଼ ବାଜି: ଏବେ ରୁଷିଆରୁ ଆସିବ LNGର ଭଣ୍ଡାର!

ନୂଆଦିଲ୍ଲୀ/ମସ୍କୋ,୨୭।୩: ମଧ୍ୟପ୍ରାଚ୍ୟକୁ ଗ୍ରାସ କରୁଥିବା ବିନାଶକାରୀ ଅଶାନ୍ତିର ନିଆଁ ଏବେ ଭାରତର ରୋଷେଇ ଘରଠାରୁ ଆରମ୍ଭ କରି କାରଖାନା ପର୍ଯ୍ୟନ୍ତ ସବୁଠି ପହଞ୍ଚିଛି। ସାମ୍ପ୍ରତିକ ରଏଟର୍ସ ରିପୋର୍ଟ…

ଟେନ୍‌ସନ୍‌ରେ ଆମେରିକା: ଇରାନ ବିକଶିତ କରୁଛି ଏମିତି ଜିନିଷ

ଓ୍ବାଶିଂଟନ୍‌,୨୭।୩: ଯୁଦ୍ଧ ମଧ୍ୟରେ ଇରାନ ଏକ ଜ୍ୟାକେଟ ଯୁକ୍ତ ପରମାଣୁ ବୋମା ବିକଶିତ କରିପାରେ। ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏହି ଚିନ୍ତା ପ୍ରକାଶ କରିଛନ୍ତି। ଭାନ୍ସ…

ମୁଖ୍ୟମନ୍ତ୍ରୀଙ୍କୁ ଆଖି ବନ୍ଦ କରିବାକୁ କହିଲେ କୁନି ଝିଅ, ହାତରେ ଧରାଇ ଦେଲେ ଏମିତି ଜିନିଷ: Video ଦେଖିଲେ ଅଟକାଇ ପାରିବେନି ହସ

ଲକ୍ଷ୍ନୌ,୨୭।୩: ଗୋରଖନାଥ ମନ୍ଦିର ପରିସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନିୟମିତ ପ୍ରାତଃଭ୍ରମଣ ସମୟରେ ଅତ୍ୟନ୍ତ ଭାବପ୍ରବଣ ଘଟଣା ଘଟିଥିଲା। କାନପୁରର ପାଞ୍ଚ ବର୍ଷୀୟା ଯଶସ୍ବିନୀ ସିଂ ମୁଖ୍ୟମନ୍ତ୍ରୀଙ୍କୁ…

ରଥଯାତ୍ରା ପାଇଁ କାଠ ଚିରା ଆରମ୍ଭ

କଟକ,୨୭।୩: ଶୁକ୍ରବାର ପବିତ୍ର ଶ୍ରୀରାମ ନବମୀ। ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଏହି ପରିପ୍ରେକ୍ଷୀରେ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ରଥ କାଠ ଚିରଟ ଆରମ୍ଭ ହୋଇଛି।…

ଶିଶୁ ସେନା ନେବେ ଖାମେନେଇଙ୍କ ମୃତ୍ୟୁର ପ୍ରତିଶୋଧ? ଇରାନୀ ସେନାରେ ଭର୍ତ୍ତି ହେଲେଣି ୧୨ ବର୍ଷ ବୟସ୍କ ପିଲା!

ତେହରାନ୍‌,୨୭।୩: ଇରାନର ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଏକ ନୂତନ ପଦକ୍ଷେପ ଅଧୀନରେ ସୁରକ୍ଷା ଏବଂ ଯୁଦ୍ଧ ସହାୟତା କାର୍ଯ୍ୟ ପାଇଁ ସର୍ବନିମ୍ନ ବୟସ ସୀମାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri